ସ୍ତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ସ୍ବାମୀଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମର ରିତୁ ବେହେରାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଥାନାରେ ଅଟକ ଥିବା ରିତୁଙ୍କ ସ୍ବାମୀ ମୟୂର ବେହେରାଙ୍କୁ ଗୁରୁବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୨୬୭/୨୫ ଅନୁଯାୟୀ ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

ଶେରଗଡ଼ ଥାନା ଜି.ନୂଆପଲ୍ଲୀ ଗ୍ରାମର ରିତୁ ଖଲିଙ୍ଗି ଗ୍ରାମର ସୁରେନ୍ଦ୍ର ବେହେରାଙ୍କ ପୁଅ ମୟୂରଙ୍କୁ ଗତ ପ୍ରାୟ ୧୫ ବର୍ଷ ପୂର୍ବେ ବିବାହ କରିଥିଲେ। ତାଙ୍କର ଏକ ପୁଅ ଓ ଝିଅ ଅଛନ୍ତି। କୌଣସି କାରଣକୁ ନେଇ ସ୍ବାମୀ ଓ ଶଶୁର ଘର ଲୋକେ ଗତ କିଛିବର୍ଷ ହେଲା ରିତୁଙ୍କୁ ଶାରିରୀକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ସୋମବାର ସକାଳେ ରିତୁଙ୍କୁ ଅଚେତ ଅବସ୍ଥାରେ ଘରୁ ଉଦ୍ଧାର କରାଯାଇ ପ୍ରଥମେ ଆଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା।ପ୍ରାଥମିକ ଚିକିତ୍ସା ପରେ ଅବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ପରିବାର ଲୋକେ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଅପରାହ୍ନ ପ୍ରାୟ ସାଢ଼େ ୪ ଟାରେ ତାଙ୍କ ମୃତ୍ୟୁ ଘଟିଥିଲା।

ଖବରପାଇ ରିତୁଙ୍କ ବାପା ଯୋଗେନ୍ଦ୍ର ପାଟପୁର ଥାନାରେ ପହଞ୍ଚି ତାଙ୍କ ଝିଅଙ୍କୁ ସ୍ବାମୀ ଓ ଶ୍ୱଶୁର ଘର ଲୋକେ ବିଷ ଦେଇ ହତ୍ୟା କରିଥିବା ନେଇ ଏତଲା ଦେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମକଦ୍ଦମା ରୁଜୁ କରିବା ସହ ତଦନ୍ତକାରୀ ଅଧିକାରୀ ଏସ.ଆଇ ଶ୍ରୀନିବାସ ଦାସ ମଙ୍ଗଳବାର ସକାଳେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ପହଞ୍ଚି ରିତୁଙ୍କ ମୃତଦେହ ଜବତ କରିବା ପରେ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଛତ୍ରପୁରରୁ ଆସିଥିବା ପୋଲିସ ସାଇଣ୍ଟିଫିକ ଟିମ ମୟୂରଙ୍କ ଘରେ ପହଞ୍ଚି ସରଜମିନ ତଦନ୍ତ କରି ଫେରିଥିଲେ। ରିତୁଙ୍କ ମୟୂରଙ୍କୁ ପୋଲିସ ଥାନାରେ ଅଟକ ରଖି ଘଟଣାର ତଦନ୍ତ କରିବା ପରେ ସ୍ବାମୀ ମୟୂର ସଦାସର୍ବଦା ମଦ ପିଇ ତାଙ୍କ ରିତୁଙ୍କୁ ନିସ୍ତୁକ ମାଡ ମାରୁଥିବା ଜଣାପଡିଥିଲା । ରିତୁ କୌଣସି କାରଣରୁ ଘଟଣା ଦିନ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ପାଇଁ ଘରେ ଥିବା କୀଟନାଶକ ଖାଇ ଦେଇଥିଲେ ବୋଲି ସ୍ବାମୀ ମୟୂର ପୋଲିସ ନିକଟରେ ବୟାନ ଦେଇଥିଲେ। ଘଟଣାର ସବିଶେଷ ତଦନ୍ତ ପରେ ସବୁକିଛି ସ୍ପଷ୍ଟ ହେବ ବୋଲି ତଦନ୍ତକାରୀ ଅଧିକାରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠୁନି ଧାନ, ମାଡି ଆସିଲାଣି ବର୍ଷା

ବରଗଡ଼,୧୫।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିବାର ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତିଛି। ମାତ୍ର ଏପର୍ଯ୍ୟନ୍ତ ଧାନବିକ୍ରି ସମସ୍ୟା ଲାଗି ରହିଛି। ବିକ୍ରି ପାଇଁ...

ବ୍ରିଜ୍‌ ଭୁଶୁଡ଼ି ୨ ମୃତ, ଅନେକେ ନିଖୋଜ

ପୁଣେ,୧୫ା୬: ମହରାଷ୍ଟ୍ରର ପୁଣେରେ ପ୍ରବଳ ବର୍ଷା ଯୋଗୁ ରବିବାର ଏକ ବ୍ରିଜ୍‌ ଭୁଶୁଡ଼ିଥିଲା। ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୨ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ...

ସାଇପ୍ରସ୍‌ରେ ପ୍ରଧାନମନ୍ତ୍ରୀ ମୋଦି

ନିକୋସିଆ, ୧୫ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାଇପ୍ରସ୍‌ରେ ପହଞ୍ଚିଛନ୍ତି। ୨ ଦିନିଆ ଗସ୍ତର ପ୍ରଥମ ଭାଗରେ ସେ ସାଇପ୍ରସ୍‌ ଓ କ୍ରୋଏସିଆରେ ଦ୍ୱିପାକ୍ଷିକ ଆଲୋଚନାରେ...

ପ୍ରଶାସନର ବଡ଼ ପଦକ୍ଷେପ: ବନ୍ଦ ରହିବ ହୋଟେଲ, ଢାବା

ବରୀ,୧୫।୬: ଯାଜପୁର ଜିଲାରେ ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ତହସିଲଦାରଙ୍କ କାର୍ଯ୍ୟାଳୟ ପକ୍ଷରୁ ରବିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଯାଜପୁର ଜିଲା ବରୀ ଅଞ୍ଚଳରେ...

ଚଳନ୍ତା ବସ୍‌ରେ ବିପଦପୂର୍ଣ୍ଣ ଷ୍ଟଣ୍ଟ୍‌ ଶୋ’

ଝାରସୁଗୁଡ଼ା,୧୫ା୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ୪୯ ନମ୍ବର ଜାତୀୟ ରାଜପଥ ଏବଂ ବିଜୁ ଏକ୍ସପ୍ରେସ୍‌ ଓ୍ବେ ମରଣଯନ୍ତା ପାଲିଟିଛି। ପ୍ରତିଦିନ ଏହି ରାସ୍ତାରେ ଦୁର୍ଘଟଣା...

ପଡ଼ିଆରେ ଚରୁଥିବା ବେଳେ ହେଲା ବଜ୍ରପାତ

ଛତ୍ରପୁର,୧୮।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଚିକଲଖଣ୍ଡି ଗାଁ ନିକଟ ରାସ୍ତାରେ ଛେଳି ଚାଷୀମାନେ ଛେଳି ଚରାଇବା ବେଳେ ବଜ୍ରପାତ ଘଟି ୪୩ ଛେଳିଙ୍କ...

ଛେଳି ଗୋଟରେ ବଜ୍ରପାତ: ଆଉ ତା’ପରେ…

ପଡ଼ିଆବାହାଲ,୧୫।୬(ରାଧାମୋହନ ଷଡ଼ଙ୍ଗୀ): ସମ୍ବଲପୁର ଜିଲା ଜୁଯୋମୁରା ବ୍ଲକ ନୂଆଁ ବରଙ୍ଗାମାଳ ପଞ୍ଚାୟତ ସାପଲହରା ନିକଟରେ ରବିବାର ସାରେ ବଜ୍ରପାତ ଘଟି ୧୦ ଛେଳିଙ୍କ ମୃତ୍ୟୁ ଘଟିଛି।...

ପୂର୍ବତନ ବିଧାୟକଙ୍କ କାର୍‌ ସହ ପିଟିହେଲା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପରିବାର ଲୋକେ ଆସୁଥିବା କାର୍‌

ବଇଣ୍ଡା,୧୫ା୬(ପରୀକ୍ଷିତ ସାହୁ): କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ହଣ୍ଡପା ବଜାର ନିକଟରେ ରବିବାର ଏକ ଇନୋଭା କାର୍‌ ପଛରେ ଏକ କାର୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri