ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ, ସ୍ବାମୀ-ଦିଅର ଅଟକ

ଛତ୍ରପୁର,୨୮ା୬(ଡି.ଏନ୍‌.ଏ.): ଛତ୍ରପୁର ଥାନା ଅଧୀନ ବଳରାମପୁର ଗ୍ରାମରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ବଳରାମ ଦାସଙ୍କ ସ୍ତ୍ରୀ ଭାରତୀ। ସୋମବାର ମୃତଦେହକୁ ଛତ୍ରପୁର ପୋଲିସ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଛି।
ଘଟଣା ସମ୍ପର୍କରେ ଖବର ପାଇ ଭାରତୀଙ୍କ ବାପା ଗୁରୁବାରିଆ ପ୍ରଧାନ ପହଞ୍ଚି ଝିଅକୁ ତଣ୍ଟି ଚିପି ଶାଶୁଘର ଲୋକେ ମାରି ଦେଇଥିବା ପୋଲିସ ଆଗରେ ଅଭିଯୋଗ କରି ଏତଲା ଦେଇଛନ୍ତି। ଅଧିକ ଯୌତୁକ ଦାବି କରି ଝିଅକୁ ନିର୍ଯାତନା ଦିଆଯାଉଥିଲା ବୋଲି ସେ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ ୩୧୦/୨୧ରେ ଏକ ମାମଲା ରୁଜୁ କରାଯାଇଛି। ଭାରତୀଙ୍କ ସ୍ବାମୀ, ଦିଅରଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଜାରିରଖିଛି। ସାଇଣ୍ଟିଫିକ୍‌ ଟିମ୍‌ ତଦନ୍ତ କରିଛି।
ସୂଚନାଯୋଗ୍ୟ, ବର୍ଷକ ତଳେ ଟାଙ୍ଗଣାପଲି ଗ୍ରାମର ଗୁରୁବାରିଆ ପ୍ରଧାନଙ୍କ ସାନ ଝିଅ ଭାରତୀଙ୍କୁ ବଳରାମପୁର ଗ୍ରାମର ବିଜୟ ଦାସ ମଝିଆ ପୁଅ ବଳରାମ ପ୍ରେମ ବିବାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri