ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ବାପା

କୋକସରା,୧୬ା୭(ଡି.ଏନ୍‌.ଏ.): କୋକସରା ଥାନା ମୋଟେର ଫାଣ୍ଡି ଅନ୍ତର୍ଗତ ଘୁମେରଗୁଡ଼ା ଗାଁରେ ଜଣେ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଜବତ କରିଛି ପୋଲିସ। ମାସକ ତଳେ ପ୍ରେମ ବିବାହ କରି ଯୁବକଙ୍କ ଘରେ ରହୁଥିବା ବେଳେ ମହିଳାଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ବାପଘର ଲୋକେ ଝିଅକୁ ହତ୍ୟା କରିଥିବା ନେଇ କୋକସରା ଥାନାରେ ଅଭିଯୋଗ ଆଣିଛନ୍ତି।

ସୂଚନାନୁଯାୟୀ, ଚାରବାହାଲ ପଞ୍ଚାୟତ ଘୁମେରଗୁଡ଼ା ଗ୍ରାମର ଯୁବକ ଧନଞ୍ଜୟ ଲହଜଳ (୨୮) ପୂର୍ବରୁ ଏକ ହତ୍ୟା ଘଟଣାରେ ଜେଲ୍‌ରୁ ପାରୋଲରେ ଆସିଥିବା ବେଳେ ଧର୍ମଗଡ଼ ବ୍ଲକ ପର୍ଲା ଗାଁର ମଛିନ୍ଦ୍ର ଗୋପାଳଙ୍କ ଝିଅ ଲତା ଗୋପାଲ ସହ ପ୍ରେମ ସମ୍ପର୍କ ଯୋଡ଼ି ହୋଇଥିଲା। ମାସେ ତଳେ ପ୍ରେମ ବିବାହ କରି ଲତାଙ୍କୁ ନିଜ ଘରକୁ ଆଣିଥିଲେ ପ୍ରେମିକ ଧନଞ୍ଜୟ। ତେବେ ଶୁକ୍ରବାର ମଧ୍ୟାହ୍ନରେ ଧନଞ୍ଜୟ ଲତାଙ୍କ ବାପଘରକୁ ଫୋନ୍‌ କରି ତମ ଝିଅ ଆତ୍ମହତ୍ୟା କରଛି ବୋଲି କହିଥିବା ବେଳେ ଖବର ଶୁଣି ଲତାଙ୍କ ବାପଘର ଲୋକେ ଆସି ଘଟଣା ସମ୍ପର୍କରେ ମୋଟେର ଫାଣ୍ଡିରେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ପଦକ୍ଷେପ ନେଇ ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ୱିକ ଅବସ୍ଥା ଅନୁଧ୍ୟାନ ସହ ଉଭୟ ପକ୍ଷଙ୍କ ବୟାନ ନେବା ପରେ ଧନଞ୍ଜୟଙ୍କୁ ପଚରାଉଚରା ପାଇଁ କୋକସରା ଥାନାରେ ଆଣି ଅଟକ ରଖିଛନ୍ତି। ଶନିବାର ସକାଳୁ ଧର୍ମଗଡ଼ ଉପଖଣ୍ଡ ପୋଲିସ ଅଧିକାରୀ ଧୀରଜ କୁମାର ଚୋପଦାରଙ୍କ ନେତୃତ୍ୱରେ ସାଇଣ୍ଟିଫିକ୍‌ ଟିମ୍‌ ସହ ଆମପାଣି ପୋଲିସ ଆଇଆଇସି ଚତୁର୍ଭୁଜ ନାଏକ, ତଦନ୍ତକାରୀ ସବ୍‌ ଇନ୍ସପେକ୍ଟର ଗୋପବନ୍ଧୁ ନାଏକ, ମୋଟେର ଫାଣ୍ଡି ଅଧିକାରୀ ମନୋରଞ୍ଜନ ଆଚାର୍ଯ୍ୟ ମୃତଦେହ ଜବତ କରିବା ସହ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ପରେ କୋକସରା ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ କୋକସରା ଥାନାରେ ଏକ ଅପମୃତ୍ୟୁ ମାମଲା ୧୬୪/୨୨ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିବା ସହ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ ବୋଲି ତଦନ୍ତକାରୀ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ପାକିସ୍ତାନର ପ୍ରଦର୍ଶନକୁ ନେଇ ନକ୍‌ଭି ଅସନ୍ତୋଷ: ଦଳରୁ ବାଦ୍‌ ପଡିବେ ବାବର, ଶାହିନ

କରାଚୀ,୧୭ା୨- ଭାରତ ବିପକ୍ଷ ଟି୨୦ ବିଶ୍ୱକପ୍‌ର ମ୍ୟାଚ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରିଥିବା ପାକିସ୍ତାନ ଦଳର ସିନିୟର ଖେଳାଳିଙ୍କୁ ପରବର୍ତ୍ତୀ ମ୍ୟାଚ୍‌ରୁ ବାଦ୍‌ ଦିଆଯିବ। ଆସନ୍ତା ୧୮ ତାରିଖରେ…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri