ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ବାପା

କୋକସରା,୧୬ା୭(ଡି.ଏନ୍‌.ଏ.): କୋକସରା ଥାନା ମୋଟେର ଫାଣ୍ଡି ଅନ୍ତର୍ଗତ ଘୁମେରଗୁଡ଼ା ଗାଁରେ ଜଣେ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ଜବତ କରିଛି ପୋଲିସ। ମାସକ ତଳେ ପ୍ରେମ ବିବାହ କରି ଯୁବକଙ୍କ ଘରେ ରହୁଥିବା ବେଳେ ମହିଳାଙ୍କ ଅସ୍ବାଭାବିକ ମୃତ୍ୟୁକୁ ନେଇ ବାପଘର ଲୋକେ ଝିଅକୁ ହତ୍ୟା କରିଥିବା ନେଇ କୋକସରା ଥାନାରେ ଅଭିଯୋଗ ଆଣିଛନ୍ତି।

ସୂଚନାନୁଯାୟୀ, ଚାରବାହାଲ ପଞ୍ଚାୟତ ଘୁମେରଗୁଡ଼ା ଗ୍ରାମର ଯୁବକ ଧନଞ୍ଜୟ ଲହଜଳ (୨୮) ପୂର୍ବରୁ ଏକ ହତ୍ୟା ଘଟଣାରେ ଜେଲ୍‌ରୁ ପାରୋଲରେ ଆସିଥିବା ବେଳେ ଧର୍ମଗଡ଼ ବ୍ଲକ ପର୍ଲା ଗାଁର ମଛିନ୍ଦ୍ର ଗୋପାଳଙ୍କ ଝିଅ ଲତା ଗୋପାଲ ସହ ପ୍ରେମ ସମ୍ପର୍କ ଯୋଡ଼ି ହୋଇଥିଲା। ମାସେ ତଳେ ପ୍ରେମ ବିବାହ କରି ଲତାଙ୍କୁ ନିଜ ଘରକୁ ଆଣିଥିଲେ ପ୍ରେମିକ ଧନଞ୍ଜୟ। ତେବେ ଶୁକ୍ରବାର ମଧ୍ୟାହ୍ନରେ ଧନଞ୍ଜୟ ଲତାଙ୍କ ବାପଘରକୁ ଫୋନ୍‌ କରି ତମ ଝିଅ ଆତ୍ମହତ୍ୟା କରଛି ବୋଲି କହିଥିବା ବେଳେ ଖବର ଶୁଣି ଲତାଙ୍କ ବାପଘର ଲୋକେ ଆସି ଘଟଣା ସମ୍ପର୍କରେ ମୋଟେର ଫାଣ୍ଡିରେ ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ। ଅଭିଯୋଗ ପରେ ପୋଲିସ ପଦକ୍ଷେପ ନେଇ ଘଟଣାସ୍ଥଳରେ ପହଞ୍ଚି ପାରିପାର୍ଶ୍ୱିକ ଅବସ୍ଥା ଅନୁଧ୍ୟାନ ସହ ଉଭୟ ପକ୍ଷଙ୍କ ବୟାନ ନେବା ପରେ ଧନଞ୍ଜୟଙ୍କୁ ପଚରାଉଚରା ପାଇଁ କୋକସରା ଥାନାରେ ଆଣି ଅଟକ ରଖିଛନ୍ତି। ଶନିବାର ସକାଳୁ ଧର୍ମଗଡ଼ ଉପଖଣ୍ଡ ପୋଲିସ ଅଧିକାରୀ ଧୀରଜ କୁମାର ଚୋପଦାରଙ୍କ ନେତୃତ୍ୱରେ ସାଇଣ୍ଟିଫିକ୍‌ ଟିମ୍‌ ସହ ଆମପାଣି ପୋଲିସ ଆଇଆଇସି ଚତୁର୍ଭୁଜ ନାଏକ, ତଦନ୍ତକାରୀ ସବ୍‌ ଇନ୍ସପେକ୍ଟର ଗୋପବନ୍ଧୁ ନାଏକ, ମୋଟେର ଫାଣ୍ଡି ଅଧିକାରୀ ମନୋରଞ୍ଜନ ଆଚାର୍ଯ୍ୟ ମୃତଦେହ ଜବତ କରିବା ସହ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ପରେ କୋକସରା ହସ୍ପିଟାଲରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏନେଇ କୋକସରା ଥାନାରେ ଏକ ଅପମୃତ୍ୟୁ ମାମଲା ୧୬୪/୨୨ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିବା ସହ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହେବ ବୋଲି ତଦନ୍ତକାରୀ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri