ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ରାଇରଙ୍ଗପୁର,୧୭ା୪(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ କଇଁପୁର ଗ୍ରାମର ଜଣେ ମହିଳାଙ୍କ ସୋମବାର ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ସାଉନା ମୁର୍ମୁଙ୍କ ସ୍ତ୍ରୀ ଥୁଲି(୩୦)। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ.୪/୨୩) ରୁଜୁ ହୋଇଛି। ପୂର୍ବାହ୍ନରେ ଥୁଲି ହଠାତ୍‌ ଅସୁସ୍ଥ ହୋଇପଡ଼ିବାରୁ ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ ରାଇରଙ୍ଗପୁର ଡାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ। ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ।