ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ଯୋଡ଼ା,୩୦ା୬(ମାନସ ମହାନ୍ତି): କେନ୍ଦୁଝର ଜିଲା ବାମେବାରି ଥାନା ଅନ୍ତର୍ଗତ ଜରିବାହଲ ଗ୍ରାମରେ ଶୁକ୍ରବାର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ନାମ ମେଣ୍ଡି ଚାମ୍ପିଆ(୪୫)। ମୃତ୍ୟୁର କାରଣ ଜଣାପଡ଼ି ନ ଥିବା ବେଳେ ପୋଲିସ ଘର ଭିତରୁ ଝୁଲନ୍ତା ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।