ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ: ଥାନାରେ ପ୍ରେମିକ ଅଟକ

ବ୍ରହ୍ମପୁର ଅଫିସ,୧୮।୯: ସଦର ଥାନା ଅଞ୍ଚଳରେ ରହୁଥିବା ଜଣେ ମହିଳାଙ୍କ ମୃତଦେହ ରବିବାର ପୋଲିସ ଜବତ କରିଛି। ମହିଳାଙ୍କ ଆନୁମାନିକ ବୟସ ୩୫ ବର୍ଷ ହେବ ବୋଲି ପୋଲିସ କହିଛି। ଏନେଇ ପୋଲିସ ଏକ ମାମଲା (ନଂ.୪୩୦/୨୨) ରୁଜୁ କରି ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇଛି। ଅନ୍ୟପକ୍ଷେ ମହିଳାଙ୍କ ପ୍ରେମିକଙ୍କୁ ପୋଲିସ ଥାନାରେ ଅଟକ ରଖି ଅଧିକ ପଚରାଉଚରା କରୁଛି। ଅଟକ ଯୁବକ ଜଣଙ୍କ ଗୋଶାଣି ନୂଆଗାଁର ଗଣେଶ ପାଢ଼ୀ (୩୪)। ପୋଲିସ ଉଭୟଙ୍କ ମୋବାଇଲ ଫୋନ୍‌ ଜବତ କରି ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି।

ଘଟଣାରୁ ପ୍ରକାଶ ଯେ, ମହିଳା ଜଣଙ୍କ ହିଞ୍ଜିଳିକାଟୁ ଅଞ୍ଚଳରେ କିଛିବର୍ଷ ତଳେ ବିବାହ କରିଥିଲେ। ତାଙ୍କର ଏକ ଝିଅ ଜନ୍ମ ହେବା ପରେ ସ୍ବାମୀଘର ଲୋକେ ତାଙ୍କୁ ଘରୁ ତଡ଼ି ଦେଇଥିଲେ। ପରେ ସେ ବାପଘରକୁ ଚାଲିଆସିଥିଲେ। କିଛିମାସ ତଳେ ଗୋଶାଣି ନୂଆଗାଁ ଅଞ୍ଚଳର ଗଣେଶ ପାଢ଼ୀଙ୍କ ସହ ମହିଳାଙ୍କ ସମ୍ପର୍କ ଗଢି ଉଠିଥିଲା। ଗଣେଶ ନିଜକୁ ଅବିବାହିତ କହି ମହିଳାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ରଖିଥିଲେ। ଏପରି କି ତାଙ୍କୁ ଅନ୍ୟତ୍ର ଏକ ଘର ଭଡ଼ା ନେଇ ରଖିଥିଲେ।

ହେଲେ ଗଣେଶ ବିବାହିତ ବୋଲି ସମ୍ପୃକ୍ତ ମହିଳା ପରେ ଜାଣିବାକୁ ପାଇଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଗଣେଶ ଶନିବାର ସନ୍ଧ୍ୟାରେ ମହିଳାଙ୍କୁ ବାରମ୍ବାର ଫୋନ କରିଥିଲେ ମଧ୍ୟ କୌଣସି ଉତ୍ତର ମିଳି ନ ଥିଲା। ପରେ ସେ ଭଡ଼ା ଘରକୁ ଆସିଥିଲେ। ହେଲେ କବାଟ ବନ୍ଦ ଥିବା ବେଳେ ଗଣେଶ ଘର ବାରିପଟ କବାଟ ଭାଙ୍ଗି ଭିତରକୁ ପଶିଥିଲେ। ସେତିକିବେଳେ ସେ ମହିଳା ଜଣଙ୍କ ବେକରେ ଶାଢ଼ି ଲଗାଇ ଆତ୍ମହତ୍ୟା କରିଥିବା ଦେଖିବାକୁ ପାଇଥିଲେ। ଗଣେଶ ଏନେଇ ସଦର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ପହଞ୍ଚି ମହିଳାଙ୍କ ମୃତଦେହ ଜବତ କରିଥିଲା। ପ୍ରାଥମିକ ତଦନ୍ତରୁ ଗଣେଶ ମହିଳାଙ୍କୁ ନିର୍ଯାତନା ଦେବାରୁ ସେ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ମହିଳାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?