ଶାଶୁ ଘରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ସୋରଡ଼ା, ୧୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅସୁରବନ୍ଧ ପଞ୍ଚାୟତ ଗୋବିନ୍ଦପୁର ଗ୍ରାମରେ ଶୁକ୍ରବାର ରାତିରେ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର କୌଶଲ୍ୟା ଗଉଡ଼। ତେବେ କୌଶଲ୍ୟାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।
ପ୍ରକାଶ ଯେ, ଗ୍ରାମର ଗୌରାଙ୍ଗ ଗଉଡ(୨୮) ଧରାକୋଟ ନିକଟ ସରଧାପୁର ଗ୍ରାମର ନରହରି ଗଉଡଙ୍କ ଝିଅ କୌଶଲ୍ୟା ଗଉଡଙ୍କୁ ୮ ବର୍ଷ ପୂର୍ବେ ବୈଦିକ ରୀତିରେ ବିବାହ କରିଥିଲେ। ଉଭୟଙ୍କର ୪ ବର୍ଷର ପୁଅ ଓ ୫ ବର୍ଷର ଝିଅ ଅଛନ୍ତି । ଶ୍ରମିକ ଭାବେ କାମ କରୁଥିବା ଗୌରାଙ୍ଗଙ୍କ ପରିବାର କିଛି ବର୍ଷ ହସଖୁସିରେ ବିତିଥିଲା। ହେଲେ ପରେ ଶାଶୁ, ବୋହୂ, ସ୍ବାମୀଙ୍କ ମଧ୍ୟରେ କଳହ ଲାଗି ରହୁଥିଲା। ତେବେ ଶନିବାର ସକାଳୁ ତାଙ୍କର ମୃତ ଦେହ ଦେଖିବାକୁ ମିଳିଥିଲା। ଖବର ପାଇ ଆଇଆଇସି ରମେଶ କୁମାର ପ୍ରଧାନ, ଏସ୍‌ଆଇ ସୁନୀଲ କଣ୍ଡୋଗୋରୀ ଗ୍ରାମରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ କୌଶଲ୍ୟାଙ୍କ ମୃତଦେହକୁ ଜବତକରି ଭଞ୍ଜନଗର ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି । ମୃତ କୌଶଲ୍ୟାଙ୍କ ପିତା ନରହରି ଗଉଡଙ୍କ ଏତଲାକୁ ଭିତ୍ତିକରି ପୋଲିସ କେସ୍‌ ନଂ. ୭୮/୨୧ରେ ଏକ ମାମଲା ରୁଜୁ କରିଛି । ଏହି ମାମଲାରେ ଶାଶୁ ପରି ଗଉଡ, ସ୍ବାମୀ ଗୌରାଙ୍ଗ ଗଉଡଙ୍କୁ ପୋଲିସ ଅଟକ ରଖିଥିବା ଜଣାପଡ଼ିଛି। ମୃତଦେହ ବ୍ୟବଚ୍ଛେଦ ନିମନ୍ତେ ସମ୍ପର୍କୀୟଙ୍କ ଯାତାୟାତ ଖର୍ଚ୍ଚ ଖୋଦ ଆଇଆଇସି ପ୍ରଦାନ କରିଥିବା ଦେଖିବାକୁ ମିଳିଥିଲା । ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଆଇଆଇସି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଗ ବିଙ୍କ ଜନ୍ମଦିନରେ ସୋସିଆଲ ମିଡିଆରେ ଏଭଳି କହିଲେ ଐଶ୍ୱର୍ଯ୍ୟା, ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ, ୧୨।୧୦: ବଲିଉଡ୍‌ର ମହାନାୟକ ଅମିତାଭ ବଚ୍ଚନଙ୍କ ଜନ୍ମଦିନ ତାଙ୍କ ପ୍ରଶଂସକଙ୍କ ପାଇଁ କୌଣସି ଉତ୍ସବଠାରୁ କମ୍ ନୁହେଁ। ପ୍ରତିବର୍ଷ ଅକ୍ଟୋବର ୧୧ ତାରିଖରେ ତାଙ୍କ ଜନ୍ମଦିନ…

ଘସିପୁରାରେ ମହିଳାଙ୍କୁ ହତ୍ୟା ଉଦ୍ୟମ : ବାପା-ପୁଅ ଗିରଫ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?