ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ ମା’: ଆସିଲା ବ୍ୟବଚ୍ଛେଦ ରିପୋର୍ଟ

ବ୍ରହ୍ମପୁର,୧୬ା୧(ସୁବାସ ଚନ୍ଦ୍ର ପାଢ଼ୀ): ଗୋଳନ୍ଥରା ଥାନା ହଳଦିଆପଦରସ୍ଥିତ ଏକ ହୋଟେଲରେ ଗତ ଶୁକ୍ରବାର ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିଲା। ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ତାଙ୍କ ମା’ ଅଭିଯୋଗ କରିଥିଲେ। ତେବେ ମୃତଦେହ ବ୍ୟବଚ୍ଛେଦର ପ୍ରାଥମିକ ରିପୋର୍ଟରେ ଯୁବତୀଙ୍କୁ ବଳାତ୍କାର ହୋଇନାହିଁ କି ହତ୍ୟା କରାଯାଇନାହିଁ ବୋଲି ଉଲ୍ଲେଖ କରାଯାଇଛି। ଶ୍ୱାସ ସମସ୍ୟାରୁ ଯୁବତୀଙ୍କ ହୃଦଘାତରେ ମୃତ୍ୟୁ ଘଟିଥିବା ଅନୁମାନ କରାଯାଉଛି।

ବ୍ରହ୍ମପୁର ଏସ୍‌ପି ଡ. ସର୍ବଣା ବିବେକ ଏମ କହିଛନ୍ତି, ମୃତା ଯୁବତୀଙ୍କ ମା ଓ ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ଗୋଳନ୍ଥରା ପୋଲିସ ବଳାତ୍କାର ଓ ହତ୍ୟା ମାମଲା ରୁଜୁ କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିଯାଇଛି। ସେଥିରେ କୌଣସି ଫାଉଲ ପ୍ଲେ ନାହିଁ। ଯୁବତୀଙ୍କୁ ବଳାତ୍କାର କରାଯାଇନାହିଁ କି ହତ୍ୟା ମଧ୍ୟ କରାଯାଇନାହିଁ ବୋଲି ସ୍ପଷ୍ଟ ଭାବେ ଜଣାପଡିଛି। ପୋଲିସ ଭିସେରା ସଂଗ୍ରହ କରିଛି। ତାହା ଭୁବନେଶ୍ୱରସ୍ଥିତ ଏସଏଫଏସଏଲକୁ ପଠାଯିବ। ସେଠାରୁ ତଥ୍ୟ ମିଳିବା ପରେ ଘଟଣାର ସମ୍ପୂର୍ଣ୍ଣ ରହସ୍ୟ ଜଣାପଡିବ ବୋଲି ଏସ୍‌ପି କହିଛନ୍ତି। ଅଟକ ଥିବା ଯୁବକଙ୍କୁ ତାଙ୍କ ପରିବାର ଲୋକଙ୍କ ଜିମାରେ ଛଡ଼ାଯାଇଛି। ପ୍ରତିଦିନ ଯୁବକ ଜଣଙ୍କ ଥାନାରେ ହାଜର ହେଉଛନ୍ତି ବୋଲି ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ କହିଛନ୍ତି।
ସୂଚନାଯୋଗ୍ୟ, ରାୟଗଡାର ମୂଳ ନିବାସୀ ସଂକେତ ସେନାପତି ତାଙ୍କ ମା’ଙ୍କ ସହ ଭୁବନେଶ୍ୱରରେ ରୁହନ୍ତି। ଗତ ଦେଢ଼ ବର୍ଷ ହେଲା ଫେସବୁକରେ ପୁରୀ ଜିଲା ଚନ୍ଦନପୁର ଅଞ୍ଚଳର ଜଣେ ଅଙ୍ଗନଓ୍ବାଡି କର୍ମୀଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢ଼ି ଉଠିଥିଲା। ଗତ ୧୨ ତାରିଖ ସଙ୍କେତଙ୍କ ଜନ୍ମଦିନରେ ଉଭୟେ ଗୋପାଳପୁର ବେଳାଭୂମି ବୁଲିବାକୁ ଆସିଥିଲେ। ସେଠାରେ ବୁଲାବୁଲି କରି ବ୍ରହ୍ମପୁର ଉପକଣ୍ଠ ହଳଦିଆପଦରରେ ଥିବା ଏକ ହୋଟେଲକୁ ଆସିଥିଲେ। ସେଠାରେ ଯୁବତୀ ଜଣଙ୍କ ରାତି ପ୍ରାୟ ୧୦ଟାରେ ଅସୁସ୍ଥ ହୋଇପଡିଥିଲେ। ସଂକେତ ନିଜ କାରରେ ଏମକେସିଜି ମେଡିକାଲ ନେଇ ସେଠାରେ ଭର୍ତ୍ତି କରିଥିଲେ। ହେଲେ ଡାକ୍ତର ଯୁବତୀଙ୍କ ମୃତ୍ୟୁ ଘଟି ସାରିଥିବା କହିଥିଲେ। ମୃତ ପ୍ରେମିକାଙ୍କ ମା’ଙ୍କୁ ସଂକେତ ଫୋନ କରି ଘଟଣା ସମ୍ପର୍କରେ ଜଣାଇଥିଲେ। ଝିଅକୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା ବୋଲି ଥାନାରେ ମା ଅଭିଯୋଗ କରିଥିଲେ। ପୋଲିସ ଏସଂକ୍ରାନ୍ତରେ ଏକ ହତ୍ୟା ମାମଲା ରୁଜୁ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?