Posted inଜାତୀୟ

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ତେବେ ଡ୍ରୋନ୍‌ଟି ପୁଣିଥରେ ପାକିସ୍ତାନ ଆଡକୁ ଚାଲି ଯାଇଥିଲା। ଏହି ଘଟଣା ପରେ ପୋଲିସ ଓ ସୁରକ୍ଷା କର୍ମୀମାନେ ଗ୍ରାମ ଏବଂ ଆଖପାଖ ଅଞ୍ଚଳରେ ବ୍ୟାପକ ତଲାସୀ ଅଭିଯାନ ଚଳାଇଛନ୍ତି।
ପଢ଼ନ୍ତୁ…
ଅଧିକାରୀଙ୍କ ମତରେ ଡ୍ରୋନ ମାଧ୍ୟମରେ ହତିଆର କିମ୍ବା ମାଦକ ଦ୍ରବ୍ୟ ତସ୍କରୀର ଆଶଙ୍କା ଥିବାରୁ ସୀମାନ୍ତ ଅଞ୍ଚଳର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଉଛି। ଶୁକ୍ରବାର (ଜାନୁଆରୀ ୩୦) ମଧ୍ୟ ସାମ୍ବା ଜିଲ୍ଲାର ରାମଗଢ଼ ସେକ୍ଟରର ରତନପୁର ଗ୍ରାମ ନିକଟରେ ପାକିସ୍ତାନରୁ ଆସିଥିବା ଏକ ଡ୍ରୋନ ଭାରତୀୟ ଅଞ୍ଚଳ ଉପରେ କିଛି ସମୟ ମଣ୍ଡରାଇଥିଲା ଏବଂ ପରେ ଫେରିଯାଇଥିଲା। ଏହି ମାସରେ ନିୟନ୍ତ୍ରଣ ରେଖା (LoC) ଓ ଅନ୍ତରାଷ୍ଟ୍ରୀୟ ସୀମା ନିକଟରେ ଏପରି ବହୁ ସନ୍ଦିଗ୍ଧ ଡ୍ରୋନ ଦେଖାଯାଇଛି, ଯାହାଦ୍ୱାରା ଆଣ୍ଟି-ଡ୍ରୋନ ସିଷ୍ଟମ୍‌କୁ ସକ୍ରିୟ କରାଯାଇଛି।
ପଢ଼ନ୍ତୁ…

କିଛି ଦିନ ପୂର୍ବେ ପୁଞ୍ଚର ସୀମାରେଖା ନିକଟରେ ଥିବା ଭାରତୀୟ ପୋଷ୍ଟ ନିକଟରେ ଡ୍ରୋନ୍‌ ଦେଖାଯାଇଥିଲା। ଏଭଳି ବାରମ୍ବାର ଡ୍ରୋନ ଦେଖାଯିବା ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ନିୟୋଜିତ ସୁରକ୍ଷାକର୍ମୀମାନଙ୍କୁ ହାଇ ଆଲର୍ଟ କରାଯାଇଥିଲା। ତେବେ ସୀମାନ୍ତ ଅଞ୍ଚଳରେ ବୃଦ୍ଧି ପାଉଥିବା ଏହି ଡ୍ରୋନ ଗତିବିଧି ସୁରକ୍ଷା ଏଜେନ୍ସିମାନଙ୍କ ପାଇଁ ଚିନ୍ତାର ବିଷୟ ହୋଇଛି ଏବଂ ସେମାନେ ସତର୍କ ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri