Posted inଜାତୀୟ

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲା। ତେବେ ଡ୍ରୋନ୍‌ଟି ପୁଣିଥରେ ପାକିସ୍ତାନ ଆଡକୁ ଚାଲି ଯାଇଥିଲା। ଏହି ଘଟଣା ପରେ ପୋଲିସ ଓ ସୁରକ୍ଷା କର୍ମୀମାନେ ଗ୍ରାମ ଏବଂ ଆଖପାଖ ଅଞ୍ଚଳରେ ବ୍ୟାପକ ତଲାସୀ ଅଭିଯାନ ଚଳାଇଛନ୍ତି।
ପଢ଼ନ୍ତୁ…
ଅଧିକାରୀଙ୍କ ମତରେ ଡ୍ରୋନ ମାଧ୍ୟମରେ ହତିଆର କିମ୍ବା ମାଦକ ଦ୍ରବ୍ୟ ତସ୍କରୀର ଆଶଙ୍କା ଥିବାରୁ ସୀମାନ୍ତ ଅଞ୍ଚଳର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଉଛି। ଶୁକ୍ରବାର (ଜାନୁଆରୀ ୩୦) ମଧ୍ୟ ସାମ୍ବା ଜିଲ୍ଲାର ରାମଗଢ଼ ସେକ୍ଟରର ରତନପୁର ଗ୍ରାମ ନିକଟରେ ପାକିସ୍ତାନରୁ ଆସିଥିବା ଏକ ଡ୍ରୋନ ଭାରତୀୟ ଅଞ୍ଚଳ ଉପରେ କିଛି ସମୟ ମଣ୍ଡରାଇଥିଲା ଏବଂ ପରେ ଫେରିଯାଇଥିଲା। ଏହି ମାସରେ ନିୟନ୍ତ୍ରଣ ରେଖା (LoC) ଓ ଅନ୍ତରାଷ୍ଟ୍ରୀୟ ସୀମା ନିକଟରେ ଏପରି ବହୁ ସନ୍ଦିଗ୍ଧ ଡ୍ରୋନ ଦେଖାଯାଇଛି, ଯାହାଦ୍ୱାରା ଆଣ୍ଟି-ଡ୍ରୋନ ସିଷ୍ଟମ୍‌କୁ ସକ୍ରିୟ କରାଯାଇଛି।
ପଢ଼ନ୍ତୁ…

କିଛି ଦିନ ପୂର୍ବେ ପୁଞ୍ଚର ସୀମାରେଖା ନିକଟରେ ଥିବା ଭାରତୀୟ ପୋଷ୍ଟ ନିକଟରେ ଡ୍ରୋନ୍‌ ଦେଖାଯାଇଥିଲା। ଏଭଳି ବାରମ୍ବାର ଡ୍ରୋନ ଦେଖାଯିବା ଘଟଣା ପରେ ଭାରତ-ପାକିସ୍ତାନ ସୀମାରେ ନିୟୋଜିତ ସୁରକ୍ଷାକର୍ମୀମାନଙ୍କୁ ହାଇ ଆଲର୍ଟ କରାଯାଇଥିଲା। ତେବେ ସୀମାନ୍ତ ଅଞ୍ଚଳରେ ବୃଦ୍ଧି ପାଉଥିବା ଏହି ଡ୍ରୋନ ଗତିବିଧି ସୁରକ୍ଷା ଏଜେନ୍ସିମାନଙ୍କ ପାଇଁ ଚିନ୍ତାର ବିଷୟ ହୋଇଛି ଏବଂ ସେମାନେ ସତର୍କ ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଇତିହାସ ପାଲଟିବ ବକିଂହାମ୍‌ ପ୍ରାସାଦର ଭାଲୁଛାଲ ଟୋପି

ବକିଂହାମ୍‌, ୨୧।୯: ଲଣ୍ଡନ ବକିଂହାମ୍‌ ପ୍ରାସାଦ ବାହାରେ ଉଜ୍ଜ୍ୱଳ ନାଲି ପୋଷାକ ଏବଂ ଉଚ୍ଚ, କଳା ଲୋମଶ ଟୋପି ପିନ୍ଧିଥିବା ସୈନିକଙ୍କ ଏକ ସ୍ବତନ୍ତ୍ର ପରିଚୟ ରହିଛି।…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?