ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ ସିଆଇଏସଏଫ ମିଳିତ ଭାବେ ଯାଞ୍ଚ କରୁଛନ୍ତି। ପ୍ରାଥମିକ ଭାବେ ଡଗ ସ୍କ୍ବାର୍ଡ, ବୋମା ନିଷ୍କ୍ରିୟକାରୀ ଟିମ ଯାଞ୍ଚ କରିଥିଲେ। ସେଥିରେ ସେପରି କିଛି ମିଳିନାହିଁ। ଯେଉଁ ୮ ଟି ପ୍ୟାକେଟ ରହିଛି ତାହା ବ୍ରାଉନସୁଗାର ବୋଲି କୁହାଯାଇଛି। ଉକ୍ତ ସାମଗ୍ରୀକୁ କଷ୍ଟମ୍ସ ବିଭାଗ ଅଧିକ ଯାଞ୍ଚ ପାଇଁ ଭୁବନେଶ୍ୱର ପଠାଇଛନ୍ତି। ଏହି ଘଟଣାକୁ ନେଇ ପାରାଦୀପ ବନ୍ଦର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।
ଏମ ଭି ଦେବୀ ନାମକ ଜାହାଜ ଇଣ୍ଡୋନେସିଆରୁ ଆସି ପିଆଇସିଟି ବର୍ଥରେ ଲାଗିଛି। ସେଥିରେ ଜେଏସପିଏଲ କମ୍ପାନୀର ଷ୍ଟିଲ ବୋଝେଇ ହେଉଥିଲା। ବୋଝେଇ ବେଳେ ୮ଟି ପ୍ୟାକେଟ ଦେଖି ପ୍ରଥମେ କର୍ମଚାରୀମାନେ ଆତଙ୍କିତ ହୋଇ ପଡିଥିଲେ। ଏହି ଖବର ପାଇ କଷ୍ଟମ୍ସ ବିଭାଗ ଯାଞ୍ଚ କରିଥିଲେ। ଜବତ ପ୍ୟାକେଟରେ ପ୍ରାୟ ୮ରୁ ୧୦ କେଜି ନିଶା ଦ୍ରବ୍ୟ ଅଛି ବୋଲି ଜଣାପଡିଛି। ପାରାଦୀପ ବନ୍ଦରରେ ଏଭଳି ଘଟଣା ପ୍ରଥମ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri