ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ ସିଆଇଏସଏଫ ମିଳିତ ଭାବେ ଯାଞ୍ଚ କରୁଛନ୍ତି। ପ୍ରାଥମିକ ଭାବେ ଡଗ ସ୍କ୍ବାର୍ଡ, ବୋମା ନିଷ୍କ୍ରିୟକାରୀ ଟିମ ଯାଞ୍ଚ କରିଥିଲେ। ସେଥିରେ ସେପରି କିଛି ମିଳିନାହିଁ। ଯେଉଁ ୮ ଟି ପ୍ୟାକେଟ ରହିଛି ତାହା ବ୍ରାଉନସୁଗାର ବୋଲି କୁହାଯାଇଛି। ଉକ୍ତ ସାମଗ୍ରୀକୁ କଷ୍ଟମ୍ସ ବିଭାଗ ଅଧିକ ଯାଞ୍ଚ ପାଇଁ ଭୁବନେଶ୍ୱର ପଠାଇଛନ୍ତି। ଏହି ଘଟଣାକୁ ନେଇ ପାରାଦୀପ ବନ୍ଦର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।
ଏମ ଭି ଦେବୀ ନାମକ ଜାହାଜ ଇଣ୍ଡୋନେସିଆରୁ ଆସି ପିଆଇସିଟି ବର୍ଥରେ ଲାଗିଛି। ସେଥିରେ ଜେଏସପିଏଲ କମ୍ପାନୀର ଷ୍ଟିଲ ବୋଝେଇ ହେଉଥିଲା। ବୋଝେଇ ବେଳେ ୮ଟି ପ୍ୟାକେଟ ଦେଖି ପ୍ରଥମେ କର୍ମଚାରୀମାନେ ଆତଙ୍କିତ ହୋଇ ପଡିଥିଲେ। ଏହି ଖବର ପାଇ କଷ୍ଟମ୍ସ ବିଭାଗ ଯାଞ୍ଚ କରିଥିଲେ। ଜବତ ପ୍ୟାକେଟରେ ପ୍ରାୟ ୮ରୁ ୧୦ କେଜି ନିଶା ଦ୍ରବ୍ୟ ଅଛି ବୋଲି ଜଣାପଡିଛି। ପାରାଦୀପ ବନ୍ଦରରେ ଏଭଳି ଘଟଣା ପ୍ରଥମ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

ଦୁର୍ଗେଇଦେବୀଙ୍କ ପୀଠକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦାବି

ପାଇକମାଳ,୬ା୧୨(ବଡ଼ ଶଥପଥୀ):ପାଇକମାଲ ବ୍ଲକ୍‌ ମିଠାପାଲି ପଞ୍ଚାୟତ ମନଭଙ୍ଗ ଡ୍ୟାମ ଦେଇ ମା’ଙ୍କ ପୀଠସ୍ଥଳୀ ତ୍ରିତୟା ନୃସିଂହନାଥ ପର୍ବତମାଳା ଶିଖରେ ଅବସ୍ଥିତ ମାଁ ଦୁର୍ଗେଇଦେବୀଙ୍କ ବାର୍ଷିକ ପୂଜାନୋତ୍ସବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri