ମହିଳାଙ୍କଠାରୁ ସନ୍ଦେହଜନକ ଭାବେ ଶିଶୁକନ୍ୟା ଉଦ୍ଧାର : ଅଟକ ରଖି ପଚରାଉଚରା

ଯାଜପୁରରୋଡ,୨୫ା୧୧(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ସହରର ମାକ୍ସ ଶୋ’ରୁମ୍‌ ନିକଟରୁ ଜଣେ ମହିଳାଙ୍କଠାରୁ ସନ୍ଦେହଜନ ଭାବେ ଜଣେ ୬ ମାସର ଶିଶୁକନ୍ୟାଙ୍କୁ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି। ଏଥିସହିତ ସମ୍ପୃକ୍ତ ମହିଳାଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିବା ପରେ ଛାଡ଼ିଦେଇଛି।
ଶୁକ୍ରବାର କୋରେଇ ଥାନା ଅନ୍ତର୍ଗତ କଣ୍ଟାଝରିଗଡ଼ ଅଞ୍ଚଳର ସମ୍ପୃକ୍ତ ମହିଳା ଶିଶୁକନ୍ୟାକୁ ନେଇଯାଉଥିଲେ। ଲୋକେ ତାଙ୍କୁ ସନ୍ଦେହ କରି ଅଟକାଇବା ସହିତ ଯାଜପୁର ରୋଡ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଶିଶୁକନ୍ୟା ସମ୍ପର୍କରେ ସମ୍ପୃକ୍ତ ମହିଳାଙ୍କୁ ପଚରାଉଚରା କରିଥିଲା। ମହିଳା ଜଣକ ଯାଜପୁର ରୋଡ୍‌ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ନିକଟରୁ ଶିଶୁକନ୍ୟାଙ୍କୁ ପାଇଥିବା କହିଥିଲେ। ପୋଲିସ ତାଙ୍କୁ ଘଟଣାସ୍ଥଳକୁ ନେବା ପରେ ସେ ଠିକ ସ୍ଥାନ କହି ପାରି ନ ଥିଲେ। ତାଙ୍କ କଥାରେ ତାଳମେଳ ରହୁ ନ ଥିବା ଲକ୍ଷ୍ୟ କରି ତାଙ୍କୁ ପୋଲିସ ଥାନାକୁ ନେଇଥିଲା। ଥାନାରେ ଶିଶୁକନ୍ୟା ଏବଂ ମହିଳା ପହଞ୍ଚିବା ପରେ ମହିଳା ଉକ୍ତ ଶୋ’ରୁମ୍‌ରେ ଛାଡ଼ିଥିବା ଶିଶୁକନ୍ୟାଙ୍କ କଣ୍ଢେଇ, ଖେଳଣା ଓ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଆସବାବପତ୍ର ଥାନାକୁ ହସ୍ତାନ୍ତର କରାଯାଇଥିଲା। ଏସବୁକୁ ଲକ୍ଷ୍ୟ କଲେ ଶିଶୁକନ୍ୟାଙ୍କୁ ତାଙ୍କ ମା’ ବିକ୍ରି କରି ଦେଇଥିବା ସହରରେ ଆଲୋଚନା ଜୋର ଧରିଛି। ଶିଶୁକନ୍ୟାଙ୍କୁ ଯାଜପୁର ରୋଡ ଥାନାଧିକାରୀ ଉପେନ୍ଦ୍ର ପ୍ରଧାନ ଯାଜପୁର ଶିଶୁ ସୁରକ୍ଷା ଅଧିକାରୀଙ୍କୁ ହସ୍ତାନ୍ତର କରିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?