ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ତାଲିମ

କର୍ଲାମୁଣ୍ଡା,୧୭ା୪(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ସମ୍ମିଳନୀ କକ୍ଷରେ ଗୁରୁବାର ନିରନ୍ତର ବିକାଶ ଲକ୍ଷ୍ୟ ସମ୍ପର୍କିତ ବ୍ଲକ୍‌ସ୍ତରୀୟ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ତାଲିମଦାତା ଭାବେ ବ୍ଲକ୍‌ ଅଧ୍ୟକ୍ଷା କୁନି ସାହୁ, ବିଡିଓ ଦେବେନ୍ଦ୍ର କୁମାର ସାମଲ, ଉପାଧ୍ୟକ୍ଷ ସୁରେନ୍ଦ୍ର ଭୋଇ, ଜିଲା ପରିଷଦ ସଭ୍ୟ ସୁରେଶ ଚୌଧୁରୀ ଓ ମହେନ୍ଦ୍ର ରଣା, କଳାହାଣ୍ଡି ଜିଲା ଯୋଜନା ସମନ୍ବୟ ୟୁନିଟ୍‌ର ଉପ ନିର୍ଦ୍ଦେଶକ ଶ୍ରୀକାନ୍ତ ଦଳେଇ, ମାଇକ୍ରୋ ପ୍ଲାନିଂ ଲାଇଭଲିହୁଡ୍‌ ଏକ୍ସପର୍ଟ ଡ. କୁମୁଦିନୀ ମିଶ୍ର ପ୍ରମୁଖ ଯୋଗଦେଇଥିଲେ। ବିଶେଷକରି ନିରନ୍ତର ବିକାଶର ଲକ୍ଷ୍ୟ, ଦାରିଦ୍ର୍ୟମୁକ୍ତ, କ୍ଷୁଧାମୁକ୍ତ, ସୁସ୍ଥ ଓ ନିରାମୟ ଜୀବନ, ଗୁଣାତ୍ମକ ଶିକ୍ଷା, ଲିଙ୍ଗଗତ ସମାନତା, ସ୍ବଚ୍ଛ ଜଳ ଓ ପରିମଳ, ସୁଲଭ ଓ ସ୍ବଚ୍ଛ ଶକ୍ତି, ମର୍ଯ୍ୟାଦାସମ୍ପନ୍ନ କାର୍ଯ୍ୟ ଓ ଅର୍ଥନୈତିକ ବିକାଶ, ଶିଳ୍ପ ଉଦ୍ଭାବନ ଓ ଭିତ୍ତିଭୂମି, ଅସମାନତା ହ୍ରାସ, ସହର ଓ ଜନ ସମୁଦାୟର ସ୍ଥାୟିତ୍ୱ, ଦୀର୍ଘସ୍ଥାୟୀ ଉତ୍ପାଦନ, ଜଳବାୟୁଭିତ୍ତିକ କାର୍ଯ୍ୟପନ୍ଥା, ଜଳ ଭିତରର ଜୀବନ, ସ୍ଥଳଭାଗରେ ଜୀବନ, ଲକ୍ଷ୍ୟ ହାସଲ ନିମନ୍ତେ ସହଭାଗିତାକୁ କିଭଳି ବିଭିନ୍ନ ବିଭାଗ, ଅନୁଷ୍ଠାନ ଜରିଆରେ ଯୋଜନା ପ୍ରସ୍ତୁତ କରି ସଫଳ କରାଯାଇପାରିବ ସେ ଦିଗରେ ତାଲିମ ପ୍ରଦାନ କରାଯାଇଥିଲା। ଏଥିରେ ଶିବିରାର୍ଥୀଭାବେ ଆଇସିଡିଏସ୍‌, ଶିକ୍ଷା ବିଭାଗ, ଶିକ୍ଷା ଅନୁଷ୍ଠାନ, କୃଷି ବିଭାଗ, ଜଳ ପରିମଳ, ଉଦ୍ୟାନ ବିଭାଗ, ମିଶନ ଶକ୍ତି, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ଯନ୍ତ୍ରୀ, ଏନ୍‌ଜିଓ କର୍ମୀ ଅଂଶଗ୍ରହଣ କରିଥିଲେ। କାର୍ଯ୍ୟକ୍ରମ ଜିଲା ପ୍ରଶାସନ ଓ ଡିପିଏମ୍‌ୟୁର ମିଳିତ ଉଦ୍ୟମରେ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପାଳନ ପାଇଁ ଚଳଚଞ୍ଚଳ କନ୍ଧମାଳ: ପୋଲିସ ପାଟ୍ରୋଲିଂକୁ କରାଯିବ କଡାକଡ଼ି

ଦାରିଙ୍ଗବାଡି, ୨୨ା୧୨ (ଅରୁଣ ସାହୁ): ଆଉ ମାତ୍ର ୨ ଦିନ ପରେ ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ହେବ। ଏଥିପାଇଁ ସବୁଠି ଆନନ୍ଦର ଲହରି ଦେଖା ଦେଇଛି।...

ଅତିଷ୍ଠ ହେଉଛିସାମାଜିକ ବାସନ୍ଦ: ପରିବାର ସହ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ମାଗିଲେ ବ୍ୟକ୍ତି

ଦିଗପହଣ୍ଡି,୨୨।୧୨: ଦୀର୍ଘ ଏକ ବର୍ଷରୁ ଅଧିକ ସମୟ ଧରି ସାମାଜିକ ବାସନ୍ଦର ଶିକାର ହୋଇ ଶେଷରେ ଜିଲା ପ୍ରଶାସନ ନିକଟରେ ଗୁହାରି କରିଛନ୍ତି ଜଣେ ବ୍ୟକ୍ତି।...

ବ୍ରାହ୍ମଣୀ ନଦୀରେ ବୁଡ଼ି ଯୁବତୀଯୁବକଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ

ବଣାଇଁ, ୨୨/୧୨(ପ୍ରଦୀପ ତ୍ରିପାଠୀ):- ସୁନ୍ଦରଗଡ ଜିଲ୍ଲା ଚାନ୍ଦିପୋଷ ଥାନାର ବିରତୋଳା ମନ୍ଦିର ନିକଟରେ ବ୍ରାହ୍ମଣି ନଦୀରେ ଅଭାବନୀୟ ଘଟଣା । ବ୍ରାହ୍ମଣି ନଦୀରେ ବୁଡି ଯୁବତୀଯୁବକଙ୍କ...

ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ

ବଲାଙ୍ଗିର,୨୨।୧୨: ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ...

ମନରେଗା ଯୋଜନାର ନୂତନ ନାମକରଣକୁ ବିରୋଧ, ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୨/୧୨(ଦିଲ୍ଲୀପ ସାମଲ):ମନରେଗା ଯୋଜନାର ନୂଆ ନାମକରଣ କରି ସେଥିରୁ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ନାମକୁ ବାଦ ଦେବାକୁ ବିରୋଧ କରି କଂଗ୍ରେସ ଦଳ ପକ୍ଷରୁ ଗଞ୍ଜାମ...

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri