କୋର୍ଟରେ ହାଜର ହେଲେ ସ୍ୟୁ ଚୀ

ନେପିତାଉ, ୨୫ା୫: ମ୍ୟାନମାର ସେନା ଶାସନ ହାତକୁ ନେବାର ପ୍ରାୟ ୪ ମାସ ପରେ ସାମ୍‌ନାକୁ ଆସିଛନ୍ତି ଗଣତନ୍ତ୍ର ସପକ୍ଷବାଦୀ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀ। ସୋମବାର ସେ ବ୍ୟକ୍ତିଗତ ଭାବେ କୋର୍ଟରେ ହାଜର ହୋଇଛନ୍ତି। ଫେବୃୟାରୀ ୧ରେ ସେନା ସ୍ୟୁ ଚୀଙ୍କୁ କ୍ଷମତାଚ୍ୟୁତ କରି ତାଙ୍କୁ ବନ୍ଦୀ କରିଥିଲା। ସ୍ୟୁ ଚୀ ରାଜଧାନୀ ନେପିତାଉର ନଗର ପରିଷଦ ବିଲ୍ଡିଂରେ ଏକ ସ୍ବତନ୍ତ୍ର କୋର୍ଟରେ ହାଜର ହୋଇଥିବା ତାଙ୍କର ଜଣେ ଓକିଲ ସୂଚନା ଦେଇଛନ୍ତି। କୋର୍ଟକୁ ଯିବା ପୂର୍ବରୁ ସ୍ୟୁ ଚୀ ତାଙ୍କ ଓକିଲଙ୍କୁ ଭେଟିଥିବା ଜଣାପଡ଼ିଛି। ସ୍ୟୁ ଚୀଙ୍କ ବିରୋଧରେ ‘ଦେଶଦ୍ରୋହକୁ ଉସୁକାଇବା’ ସହ ଅନେକ ସଙ୍ଗିନ ଅଭିଯୋଗ ଆଣିଛି ସେନା। ଜୁନ୍‌ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।
ଫେବୃୟାରୀ ୧ ପରଠାରୁ ସ୍ୟୁ ଚୀଙ୍କୁ ସେନା ଗୃହବନ୍ଦୀ ରଖିଥିଲା। ଭିଡିଓ ଲିଙ୍କ୍‌ ମାଧ୍ୟମରେ ସେ କୋର୍ଟରେ ହାଜର ହେଉଥିଲେ। ଏଥିଯୋଗୁ ସେ ତାଙ୍କ ଓକିଲଙ୍କ ସହ ସାକ୍ଷାତ କରିପାରୁ ନ ଥିଲେ। ବ୍ୟକ୍ତିଗତ ଭାବେ ହାଜର ପାଇଁ ସ୍ୟୁ ଚୀଙ୍କ ଘର ନିକଟରେ ଏକ ସ୍ବତନ୍ତ୍ର କୋର୍ଟ କରାଯାଇଥିବା ତାଙ୍କ ଓକିଲ ସୂଚନା ଦେଇଛନ୍ତି।
ମ୍ୟାନମାର ସେନା ହାତକୁ ଶାସନ ଯିବା ପରେ ଏହା ବିରୋଧରେ ଦେଶବ୍ୟାପୀ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇଥିଲେ। ବିକ୍ଷୋଭକାରୀଙ୍କୁ ହଟାଇବା ପାଇଁ ସେନା କାର୍ଯ୍ୟାନୁଷ୍ଠାନରେ ୮ଶହରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଥିବା ବେଳେ ୫ ହଜାରରୁ ଊର୍ଦ୍ଧ୍ୱଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମାର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬) ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ଜନ୍ମାଷ୍ଟମୀରେ ଦୁର୍ଲଭ ଗ୍ରହ ସଂଯୋଗ: ୪ଟି ରାଶିର ଚମକିବ ଭାଗ୍ୟ, କ୍ୟାରିୟରରେ ଗ୍ରୋଥ୍‌ ସାଙ୍ଗକୁ ଅଚାନକ ଧନଲାଭ

ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଏଥର ଜନ୍ମାଷ୍ଟମୀ ପର୍ୱ ଅତ୍ୟନ୍ତ ଖାସ ବୋଲି ମାନାଯାଉଛି। ୪ ସେପ୍ଟେମ୍ୱର ୨୦୨୬ ଜନ୍ମାଷ୍ଟମୀ ଦିନ ଅନେକ ପ୍ରମୁଖ ଗ୍ରହ ଶୁଭ ସ୍ଥିତିରେ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri