ସ୍ୟୁ ଚୀ ପୁଣି ଦୁଇ ମାମଲାରେ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡାଦେଶ ବୃଦ୍ଧି ପାଇ ହେଲା ୨୬ ବର୍ଷ…

ନାପିଦ୍ୱ,୧୨।୧୦ : ମ୍ୟାନମାରର ଅବସରପ୍ରାପ୍ତ ନେତା ଅଙ୍ଗ ସାନ ସ୍ୟୁ ଚୀଙ୍କୁ ପୁଣି ଆଉ ଦୁଇଟି ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହା ସହିତ ତାଙ୍କ ଜେଲ ଦଣ୍ଡାଦେଶ ୨୬ ବର୍ଷକୁ ବୃଦ୍ଧି କରାଯାଇଛି।
ମ୍ୟାନମାର ଆଇନ ଅଧିକାରୀମାନେ ବୁଧବାର ଏହି ଖବର ଦେଇଛନ୍ତି।

ନିର୍ବାଚିତ ସରକାରକୁ ଅକ୍ତିଆର କରି କ୍ଷମତା ଦଖଲ କରିବା ପରେ ୧ ଫେବୃଆରୀ ୨୦୨୧ ରେ ମ୍ୟାନମାରର ସୈନ୍ୟବାହିନୀଙ୍କ ଦ୍ୱାରା ୭୭ ବର୍ଷ ବୟସ୍କା ଅଙ୍ଗ ସାନ ସ୍ୟୁ ଚୀଙ୍କୁ ଗିରଫ କରାଯାଇଥିଲା। ସେବେଠାରୁ ଦେଶରେ ସାମରିକ ଶାସନ ଜାରି ରହିଛି। ବୁଧବାର ମ୍ୟାନମାରର କୋର୍ଟ ସ୍ୟୁ ଚୀଙ୍କୁ ଆଉ ଦୁଇଟି ଦୁର୍ନୀତି ଅଭିଯୋଗରେ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ତିନି ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ପୂର୍ବରୁ ତାଙ୍କର ଜେଲ ଦଣ୍ଡାଦେଶ ୨୩ ବର୍ଷ ଥିଲା।

ତାଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ସ୍ୟୁ ଚୀ ଅସ୍ବୀକାର କରିଛନ୍ତି। ଅନେକ ବର୍ଷ ପୂର୍ବେ ଡ୍ରଗ କାରବାରରେ ଦୋଷୀ ସାବ୍ୟସ୍ତ ହୋଇଥିବା ମାଙ୍ଗ ୱାକଙ୍କ ଠାରୁ ୫୫୦,୦୦୦ ଆମେରିକୀୟ ଡଲାର ଲାଞ୍ଚ ଗ୍ରହଣ କରିଥିବା ଅଭିଯୋଗ ତାଙ୍କ ବିରୋଧରେ ଅଣାଯାଇଥିଲା। ବେଆଇନ ଭାବେ ଆମଦାନୀ କରି ୱାକି ଟକି ରଖିବା, କରୋନା ପ୍ରତିବନ୍ଧକର ଉଲ୍ଲଂଘନ, ଗୋପନୀୟତା ଆଇନର ଉଲ୍ଲଂଘନ, ଦେଶଦ୍ରୋହ, ନିର୍ବାଚନରେ ଠକେଇ ଏବଂ ଦୁର୍ନୀତି ମାମଲାରେ ସ୍ୟୁ ଚୀଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଏସବୁ ମାମଲାରେ ତାଙ୍କୁ ପୂର୍ବରୁ ୨୩ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି।

ନିରପେକ୍ଷ ବିଶ୍ଳେଷକମାନେ କହିଛନ୍ତି ଯେ ସ୍ୟୁ ଚୀଙ୍କ ବିରୋଧରେ ଆସିଥିବା ଅଭିଯୋଗ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ, ବଦନାମ ଏବଂ ସାମରିକ ଶାସନକୁ ଆଇନଗତ କରିବାକୁ ଉଦ୍ଦିଷ୍ଟ। ସେମାନଙ୍କର ଉଦ୍ଦେଶ୍ୟ ହେଉଛି ସ୍ୟୁ ଚୀଙ୍କୁ ୨୦୨୩ରେ ହେବାକୁ ଥିବା ନିର୍ବାଚନ ଠାରୁ ଦୂରେଇ ରଖିବା। ଦେଶରେ ୨୦୨୩ରେ ନିର୍ବାଚନ କରିବାକୁ ସାମରିକ ସରକାର ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ହଠାତ ସନ୍ନ୍ୟାସ ନେଇ ଚମକାଇଲେ ‘3D କ୍ରିକେଟର’; ବିଶ୍ୱକପ୍‌ରେ ଆଜିଯାଏ କେହି ବି କରିପାରିନାହାନ୍ତି ତାଙ୍କ ଭଳି କାରନାମା

ନୂଆଦିଲ୍ଲୀ,୨୨।୫: ଭାରତୀୟ କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର। ଟିମ୍ ଇଣ୍ଡିଆର ଅଲ୍‌ରାଉଣ୍ଡର ବିଜୟ ଶଙ୍କର ନିଜର ୨୫ ବର୍ଷର ଦୀର୍ଘ କ୍ରିକେଟ୍ ଯାତ୍ରାରେ ପୂର୍ଣ୍ଣଚ୍ଛେଦ…

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ବିଶ୍ୱର ସବୁଠାରୁ ଉତ୍ତପ୍ତ ୧୦୦ ସହର ମଧ୍ୟରେ ଭାରତର ୯୭! ୪୮ ଡିଗ୍ରୀ ଟପିଲାଣି ଓଡ଼ିଶାର ତାପମାତ୍ରା

ନୂଆଦିଲ୍ଲୀ,୨୨।୫: ଭାରତର ଅଧିକାଂଶ ରାଜ୍ୟର ଲୋକମାନେ ପ୍ରବଳ ଗରମ ଯୋଗୁ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଶୁକ୍ରବାର ଅପରାହ୍ନରେ ପ୍ରକାଶିତ ତଥ୍ୟ ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି; ବିଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri