ସୁ କିଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ…

ନାପିଦ୍ୱ,୬।୧୨: ମ୍ୟାନ୍‌ମାରର ଏକ କୋର୍ଟ ଅଙ୍ଗ୍‌ ସାନ୍‌ ସୁ କିଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ କରିଛି। ଦେଶରେ ଘଟିଥିବା ସାମରିକ ବିଦ୍ରୋହ ସମୟରେ ସେ ପ୍ରତିରୋଧାତ୍ମକ କାର୍ଯ୍ୟ କରିଥିବା ଏବଂ କୋଭିଡ୍‌ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କ ଏଭଳି ଦଣ୍ଡାଦେଶ କରାଯାଇଥିବା ଜୁଣ୍ଟାର ପ୍ରବକ୍ତା ଜଓ୍ବ ମିନ୍‌ ଟୁନ୍‌ଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଦେଶରେ ପ୍ରଚଳିତ ଦଣ୍ଡ ସଂହିତା ଧାରା ୫୦୫-ଖ ଅନ୍ତର୍ଗତ ୨ ବର୍ଷ ଏବଂ ପ୍ରାକୃତିକ ବିପର୍ଯ୍ୟୟ ଆଇନ ଅନୁସାରେ ୨ ବର୍ଷର ସଶ୍ରମ କାରାଦଣ୍ଡରେ ସୁ କିଙ୍କୁ ଦେଶର ସାମରିକ ଶାସକ ଦଣ୍ଡିତ କରିଛନ୍ତି।

ସମାନ ଅଭିଯୋଗରେ ପୂର୍ବତନ ରାଷ୍ଟ୍ରପତି ୱିନ ମାଇଣ୍ଟଙ୍କୁ ମଧ୍ୟ ୪ ବର୍ଷ ଜେଲ ଦଣ୍ଡାଦେଶରେ ଦଣ୍ଡିତ କରାଯାଇଛି। ତେବେ ସେମାନଙ୍କୁ ଏପର୍ଯ୍ୟନ୍ତ ଜେଲକୁ ନିଆଯାଇ ନାହିଁ ବୋଲି ମିନ୍‌ ଟୁନ୍‌ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ରାଜଧାନୀ ନାପିଦ୍ୱରେ ସେମାନେ ବର୍ତ୍ତମାନ ରହୁଥିବା ସ୍ଥାନରୁ ଅନ୍ୟ ଅଭିଯୋଗ ମଧ୍ୟ ସମ୍ମୁଖୀନ ହେବେ। ମ୍ୟାନ୍‌ମାରରେ ଗଣତାନ୍ତ୍ରିକ ସରକାରଙ୍କ ହଟାଇବା ପରେ ସାମରିକ ଶାସକ ୨୦୨୧ ଫେବୃଆରୀ ୧ଠାରୁ ୭୬ ବର୍ଷୀୟ ସୁ କିଙ୍କୁ ଅଟକ ରଖାଯାଇଛି । ତାଙ୍କ ବିରୋଧରେ ସରକାରୀ ଗୁପ୍ତଚର ଆକ୍ଟ ଉଲ୍ଲଂଘନ, ଭ୍ରଷ୍ଟାଚାର ଏବଂ ନିର୍ବାଚନୀ ଜାଲିଆତି ଭଳି ବହୁ ଅଭିଯୋଗ ଅଣାଯାଇଛି। ଯଦି ସମସ୍ତ ମାମଲାରେ ସୁକି ଦୋଷୀ ସାବ୍ୟସ୍ତ ହୁଅନ୍ତି ତେବେ ନୋବେଲ ବିଜେତାଙ୍କୁ ୧୦ ବର୍ଷରୁ ଅଧିକ ଜେଲ ଦଣ୍ଡ ଭୋଗିବାକୁ ପଡିବ।

ସାମରିକ ଶାସକ ଦେଶର ରାଜଧାନୀରେ ଥିବା ସ୍ବତନ୍ତ୍ର ଅଦାଲତରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରବେଶକୁ ବାରଣ କରିଛନ୍ତି। ନିକଟରେ ସୁ କିଙ୍କର ଆଇନଜୀବୀଙ୍କୁ ଗଣମାଧ୍ୟମ ସହିତ କଥାବାର୍ତ୍ତା କରିବାକୁ ମଧ୍ୟ ବାରଣ କରାଯାଇଥିଲା।

ସ୍ଥାନୀୟ ମନିଟରିଂ ଗ୍ରୁପ ଅନୁଯାୟୀ, ସାମରିକ ଶାସକଙ୍କ କ୍ଷମତା ଦଖଲ ପରେ ବିଦ୍ରୋହ କରିଥିବା ଲୋକଙ୍କୁ ଉପରେ କରାଯାଇଥିବା ନିର୍ଯାତନାରେ ୧୩,୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ୧୦,୦୦୦ ରୁ ଅଧିକ ଲୋକଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri