ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ମୁହଁ ଖୋଲିଲେ ଶୁଭେନ୍ଦୁ ଅଧିକାରୀ

କୋଲକାତା/ଭୁବନେଶ୍ୱର,୪।୫: ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଏବଂ ‘ଦାରୁ କାଠ’ ମୂର୍ତ୍ତିରେ ବ୍ୟବହାର କରାଯିବା ପ୍ରସଙ୍ଗକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେବା ପରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା ସରକାରଙ୍କ ତଦନ୍ତ ନିର୍ଦ୍ଦେଶକୁ ପଶ୍ଚିମବଙ୍ଗ ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ସ୍ବାଗତ କରିଛନ୍ତି। ବଳକା ନବକଳେବର ଦାରୁ ବ୍ୟବହାର ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ବୋଲି ସେ ଗଣମାଧ୍ୟମକୁ କହିଛନ୍ତି।

ପଶ୍ଚିମବଙ୍ଗ ସରକାର ନିମ୍ନସ୍ତରକୁ ଖସି ଯାଇଛନ୍ତି। ଦୀଘା ମନ୍ଦିରକୁ ଜଗନ୍ନାଥ ଧାମ ସାଂସ୍କୃତିକ କେନ୍ଦ୍ର ଭାବେ ଉପସ୍ଥାପନ କରି ଭକ୍ତଙ୍କୁ ଭ୍ରମିତ କରିବାକୁ ପଶ୍ଚିମବଙ୍ଗ ସରକାର ଏପରି କରିଛନ୍ତି। ଏପରିକି ପଶ୍ଚିମବଙ୍ଗ ସରକାରଙ୍କ ଦୋମୁହଁା ନୀତିର ପର୍ଦ୍ଦାଫାଶ ହେବା ଉଚିତ ବୋଲି ଶୁଭେନ୍ଦୁ କହିଛନ୍ତି।

ଭାରତ ଏବଂ ବିଶ୍ବରେ ଜଗନ୍ନାଥଙ୍କ ମନ୍ଦିର ରହିଛି, ସେଗୁଡ଼ିକ ଧାମ ନୁହନ୍ତି। ଏକ ନୂଆ ଢାଞ୍ଚା ନିର୍ମାଣ କରି ଏହାକୁ ଧାମ ଭାବେ ନାମିତ କରାଯାଇପାରିବ ନାହିଁ। ରାମକୃଷ୍ଣ ଦାସମହାପାତ୍ରଙ୍କ ଭୂମିକା ଉପରେ ବିଚାର ଆବଶ୍ୟକ। ତାଙ୍କ କାର୍ଯ୍ୟ ଜଗନ୍ନାଥ ସଂସ୍କୃତି ପ୍ରତି ଘୋର ଅପମାନ ଆଣିଛି। ପଦବୀର ଅପବ୍ୟବହାର କରି ଭକ୍ତଙ୍କ ବିଶ୍ବାସକୁ କ୍ଷୁର୍ଣ୍ଣ କରିଛନ୍ତି ବୋଲି ଶୁଭେନ୍ଦୁ କହିଛନ୍ତି।

ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଏବଂ ‘ଦାରୁ କାଠ’ ମୂର୍ତ୍ତିରେ ବ୍ୟବହାର କରାଯିବା ପ୍ରସଙ୍ଗକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେବା ପରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଘଟଣାର ତଦନ୍ତ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri