Posted inଜାତୀୟ

ମମତାଙ୍କୁ ବଡ ଝଟ୍‌କା

କୋଲକତା,୧୬।୧୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ(ଟିଏମସି)କୁ ଏକ ବଡ଼ ଝଟ୍‌କା ଲାଗିଛି। ଦଳର ବିଧାୟକ ଶୁଭେନ୍ଦୁ ଅଧିକାରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଅଧିକାରୀ ତାଙ୍କ ଇସ୍ତଫା ଦାଖଲ କରିବାକୁ ବିଧାନସଭାରେ ପହଞ୍ଚିଛନ୍ତି। କିନ୍ତୁ ବାଚସ୍ପତିଙ୍କ ଅନୁପସ୍ଥିତିରେ ସେ ଇସ୍ତଫା ସଚିବାଳୟରେ ଦାଖଲ କରିଥିଲେ। କିଛି ସମୟ ପୂର୍ବରୁ ଶୁଭେନ୍ଦୁୁ ରାଜ୍ୟ କ୍ୟାବିନେଟରୁ ଇସ୍ତଫା ଦେଇଥିଲେ। ଶୁଭେନ୍ଦୁ ପରିବହନ ମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ସେ ଭାଜପାରେ ଯୋଗ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି। ତେବେ ସେ ଏହି ରିପୋର୍ଟକୁ ଅସ୍ବୀକାର କରିଛନ୍ତି। ଶୁଭେନ୍ଦୁଙ୍କ ଇସ୍ତଫା ପରେ ଭାଜପା ଉପାଧ୍ୟକ୍ଷ ମୁକୁଲ ରାୟ କହିଛନ୍ତି ଯେ, ଯେଉଁ ଦିନ ଶୁଭେନ୍ଦୁ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ, ସେଦିନ ମୁଁ କହିଥିଲି ଯେ ସେ ଟିଏମସି ଛାଡିଲେ ଖୁସି ହେବେ ଏବଂ ଆମେ ତାଙ୍କୁ ସ୍ବାଗତ କରିବୁ। ଆଜି ସେ ପଶ୍ଚିମବଙ୍ଗ ବିଧାନସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି ଏବଂ ମୁଁ ତାଙ୍କ ନିଷ୍ପତ୍ତିକୁ ସ୍ବାଗତ କରୁଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

ମହିଳା ଖବରଦାତାଙ୍କୁ ଅସଦାଚରଣ କରିଥିବା ଏସିପିଙ୍କୁ ପଦୋନ୍ନତି, ଦେଶରେ ହଇଚଇ!

ନୂଆଦିଲ୍ଲୀ,୬।୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର (ସିିଇସି) ଜ୍ଞାନେଶ କୁମାରଙ୍କ ବହିଷ୍କାର ଦାବିରେ ଗତ ଶନିବାର ନୂଆଦିଲ୍ଲୀରେ ବିକ୍ଷୋଭ ବେଳେ ଖବର ସଂଗ୍ରହ କରିବାକୁ ଯାଇଥିବା ୩ ଜଣ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?