Posted inରାଜ୍ୟ

ସ୍ୱଚ୍ଛ ସର୍ବେକ୍ଷଣରେ ଚମକିଲା ଭୁବନେଶ୍ୱର, ପୁରସ୍କୃତ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭।୭: ଓଡ଼ିଶାର ରାଜଧାନୀ ଭୁବନେଶ୍ୱର କେନ୍ଦ୍ର ସରକାରଙ୍କ ସ୍ୱଚ୍ଛ ସର୍ବେକ୍ଷଣରେ ଭାରତର ଶୀର୍ଷ ୧୦ ସଫା ସହର ମଧ୍ୟରେ ସ୍ଥାନ ପାଇଛି। ୩ ଲକ୍ଷରୁ ୧୦ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ସହର ଶ୍ରେଣୀରେ ଭୁବନେଶ୍ୱର ୯ମ ସ୍ଥାନ ଅଧିକାର କରିଛି। ପୂର୍ବବର୍ତ୍ତୀ ସ୍ୱଚ୍ଛ ସର୍ବେକ୍ଷଣରେ ଏହା ୩୪ତମ ସ୍ଥାନରେ ଥିଲା।

ଗୁରୁବାର ନୂଆଦିଲ୍ଲୀରେ ଅନୁଷ୍ଠିତ ସ୍ୱଚ୍ଛ ସର୍ବେକ୍ଷଣ ୨୦୨୪-୨୫ ପୁରସ୍କାର ଉତ୍ସବରେ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ (ବିଏମସି)କୁ ସମ୍ମାନିତ କରାଯାଇଛି। ଏହି ଉତ୍ସବରେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ନଗର ଉନ୍ନୟନ ବିଭାଗର ସଚିବ ଉଷା ପାଢ଼ୀ ଏବଂ ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲ ପୁରସ୍କାର ଗ୍ରହଣ କରିଛନ୍ତି।

ଭୁବନେଶ୍ୱର ବ୍ୟତୀତ, ଗଞ୍ଜାମ ଜିଲାର ଆସ୍କା ଓ ଚିକିଟି ଏନଏସିକୁ ମଧ୍ୟ ଏହି ଉତ୍ସବରେ ସମ୍ମାନିତ କରାଯାଇଛି। ୨୦,୦୦୦ରୁ ୫୦,୦୦୦ ଜନସଂଖ୍ୟା ଶ୍ରେଣୀରେ ଆସ୍କା ଏନଏସି ଏବଂ ୨୦,୦୦୦ରୁ କମ ଜନସଂଖ୍ୟା ଶ୍ରେଣୀରେ ଚିକିଟି ଏନଏସିକୁ ‘ସ୍ୱଚ୍ଛ ସେହର’ ପୁରସ୍କାର ପ୍ରଦାନ କରାଯାଇଛି।

ବିଏମସି କର୍ତ୍ତୃପକ୍ଷ ରାଜଧାନୀର ଜନସାଧାରଣଙ୍କୁ ସେମାନଙ୍କ ଅଞ୍ଚଳକୁ ସଫା ରଖିବା ପାଇଁ କରିଥିବା ପ୍ରୟାସ ବଦଳରେ ଧନ୍ୟବାଦ ଜଣାଇଛନ୍ତି। ରାଜ୍ୟ ସରକାର ଏକ ବିବୃତିରେ କହିଛନ୍ତି, “ଓଡ଼ିଶା ପାଇଁ ଏହା ଏକ ଗର୍ବର ମୁହୂର୍ତ୍ତ, କାରଣ ଆମର ନଗର ପରିଚ୍ଛନ୍ନତା ପ୍ରତି ପ୍ରତିବଦ୍ଧତା ଜାତୀୟ ସ୍ତରରେ ପୁନର୍ବାର ସ୍ୱୀକୃତି ପାଇଛି।”


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri