୯ରେ ସ୍ବଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ଶନିବାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରରେ ସ୍ବଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହି ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲ୍‌ର ସିଏସ୍‌ଆର୍‌ ପାଣ୍ଠିରୁ ୭୦ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବିନ୍ଦୁସାଗର ସଫେଇ କାର୍ଯ୍ୟ କରାଯିବ ବୋଲି ଇନଷ୍ଟିଚ୍ୟୁଟ୍‌ ଅଫ୍‌ କେମିକାଲ ଟେକ୍ନୋଲୋଜି (ଆଇସିଟି)ର ନିର୍ଦ୍ଦେଶକ ପ୍ରଫେସର ଭାସ୍କର ଏନ୍‌ ଥୋରାଟ୍‌ କହିଛନ୍ତି। ସେ କହିଛନ୍ତ, ଇନଷ୍ଟିଚ୍ୟୁଟ୍‌ ଅଫ୍‌ କେମିକାଲ ଟେକ୍ନୋଲୋଜି (ଆଇସିଟି)-ଇଣ୍ଡିଆନ ଅଏଲ(ଆଇଓସି) କ୍ୟାମ୍ପସ ଭୁବନେଶ୍ୱର ଏବଂ ଓଡ଼ିଶା ବ୍ରିଜ୍‌ କନଷ୍ଟ୍ରକଶନ କର୍ପୋରେଶନ(ଓବିସିସି)ର ମିଳିତ ଉଦ୍ୟମରେ ବହୁ ପ୍ରତୀକ୍ଷିତ ବିନ୍ଦୁସାଗର ପୁନରୁଦ୍ଧାର କାମ କରାଯିବ। ଏହି ଅନୁଷ୍ଠାନର ତତ୍ତ୍ୱାବଧାନରେ ବୈଷୟିକ ଜ୍ଞାନକୌଶଳରେ ବିନ୍ଦୁସାଗରରେ ବିଶେଷ ଯନ୍ତ୍ରପାତି ଲାଗିବ। ଏଚ୍‌ଡିସି ରିଆକ୍ଟର ସହ ୪ଟି ପମ୍ପିଂ ସିଷ୍ଟମ ବିନ୍ଦୁସାଗର ଚତୁର୍ଦ୍ଦିଗରେ ଅବସ୍ଥାପିତ ହେବା ସହିତ ଖୁବ୍‌ଶୀଘ୍ର ବିନ୍ଦୁସାଗର ପବିତ୍ର ଜଳ ସ୍ବଚ୍ଛ ଓ ନିର୍ମଳ ହୋଇଯିବ।
ବର୍ତ୍ତମାନ ବିନ୍ଦୁସାଗରର ନୀଳରଙ୍ଗ ହୋଇଯାଇଥିବା ଜଳ ପରିଷ୍କାର ହେବ। ଏହା ଦ୍ୱାରା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୁଷ୍କରିଣୀ ପବିତ୍ରତାର ପ୍ରତୀକ ହେବ। ଲିଙ୍ଗରାଜଙ୍କ ମହିମା ଓ ଗୌରବର ଗାଥାକୁ ସାରା ବିଶ୍ୱରେ ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ତୈଳ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟର ଇଣ୍ଡିଆନ ଅଏଲ ସହଯୋଗରେ ଏପରି ଏକ ଉଦ୍ୟମ କରାଯାଇଛି। ଏହି ପ୍ରକଳ୍ପର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ରାଜ୍ୟ ସଭା ସଦସ୍ୟ ପଦ୍ମଶ୍ରୀ ରଘୁନାଥ ମହାପାତ୍ର, ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା, ରାଜ୍ୟ ଖଣି ଓ କୋଇଲା ମନ୍ତ୍ରୀ ପ୍ରଫୁଲ ମଲ୍ଲିକ, ଇଣ୍ଡିଆନ ଅଏଲ ଚେୟାରମ୍ୟାନ ଏସ.ଏମ. ବୈଦ୍ୟ, ଆଇସିଟି ମୁମ୍ବାଇ ଶିକ୍ଷାନୁଷ୍ଠାନର କୁଳପତି ଅନିରୁଦ୍ଧ ବାଲ୍‌ଚନ୍ଦ୍ର ପଣ୍ଡିତ ପ୍ରମୁଖ ଉପସ୍ଥିତ ରହିବା କାର୍ଯ୍ୟକ୍ରମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri