୯ରେ ସ୍ବଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ଶନିବାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରରେ ସ୍ବଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହି ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲ୍‌ର ସିଏସ୍‌ଆର୍‌ ପାଣ୍ଠିରୁ ୭୦ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ବିନ୍ଦୁସାଗର ସଫେଇ କାର୍ଯ୍ୟ କରାଯିବ ବୋଲି ଇନଷ୍ଟିଚ୍ୟୁଟ୍‌ ଅଫ୍‌ କେମିକାଲ ଟେକ୍ନୋଲୋଜି (ଆଇସିଟି)ର ନିର୍ଦ୍ଦେଶକ ପ୍ରଫେସର ଭାସ୍କର ଏନ୍‌ ଥୋରାଟ୍‌ କହିଛନ୍ତି। ସେ କହିଛନ୍ତ, ଇନଷ୍ଟିଚ୍ୟୁଟ୍‌ ଅଫ୍‌ କେମିକାଲ ଟେକ୍ନୋଲୋଜି (ଆଇସିଟି)-ଇଣ୍ଡିଆନ ଅଏଲ(ଆଇଓସି) କ୍ୟାମ୍ପସ ଭୁବନେଶ୍ୱର ଏବଂ ଓଡ଼ିଶା ବ୍ରିଜ୍‌ କନଷ୍ଟ୍ରକଶନ କର୍ପୋରେଶନ(ଓବିସିସି)ର ମିଳିତ ଉଦ୍ୟମରେ ବହୁ ପ୍ରତୀକ୍ଷିତ ବିନ୍ଦୁସାଗର ପୁନରୁଦ୍ଧାର କାମ କରାଯିବ। ଏହି ଅନୁଷ୍ଠାନର ତତ୍ତ୍ୱାବଧାନରେ ବୈଷୟିକ ଜ୍ଞାନକୌଶଳରେ ବିନ୍ଦୁସାଗରରେ ବିଶେଷ ଯନ୍ତ୍ରପାତି ଲାଗିବ। ଏଚ୍‌ଡିସି ରିଆକ୍ଟର ସହ ୪ଟି ପମ୍ପିଂ ସିଷ୍ଟମ ବିନ୍ଦୁସାଗର ଚତୁର୍ଦ୍ଦିଗରେ ଅବସ୍ଥାପିତ ହେବା ସହିତ ଖୁବ୍‌ଶୀଘ୍ର ବିନ୍ଦୁସାଗର ପବିତ୍ର ଜଳ ସ୍ବଚ୍ଛ ଓ ନିର୍ମଳ ହୋଇଯିବ।
ବର୍ତ୍ତମାନ ବିନ୍ଦୁସାଗରର ନୀଳରଙ୍ଗ ହୋଇଯାଇଥିବା ଜଳ ପରିଷ୍କାର ହେବ। ଏହା ଦ୍ୱାରା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପୁଷ୍କରିଣୀ ପବିତ୍ରତାର ପ୍ରତୀକ ହେବ। ଲିଙ୍ଗରାଜଙ୍କ ମହିମା ଓ ଗୌରବର ଗାଥାକୁ ସାରା ବିଶ୍ୱରେ ପହଞ୍ଚାଇବା ପାଇଁ ଭାରତ ସରକାରଙ୍କ ତୈଳ ଓ ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରଣାଳୟର ଇଣ୍ଡିଆନ ଅଏଲ ସହଯୋଗରେ ଏପରି ଏକ ଉଦ୍ୟମ କରାଯାଇଛି। ଏହି ପ୍ରକଳ୍ପର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ରାଜ୍ୟ ସଭା ସଦସ୍ୟ ପଦ୍ମଶ୍ରୀ ରଘୁନାଥ ମହାପାତ୍ର, ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା, ରାଜ୍ୟ ଖଣି ଓ କୋଇଲା ମନ୍ତ୍ରୀ ପ୍ରଫୁଲ ମଲ୍ଲିକ, ଇଣ୍ଡିଆନ ଅଏଲ ଚେୟାରମ୍ୟାନ ଏସ.ଏମ. ବୈଦ୍ୟ, ଆଇସିଟି ମୁମ୍ବାଇ ଶିକ୍ଷାନୁଷ୍ଠାନର କୁଳପତି ଅନିରୁଦ୍ଧ ବାଲ୍‌ଚନ୍ଦ୍ର ପଣ୍ଡିତ ପ୍ରମୁଖ ଉପସ୍ଥିତ ରହିବା କାର୍ଯ୍ୟକ୍ରମ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri