ଅଭିନେତ୍ରୀଙ୍କ କାର୍‌ ଧକ୍କାରେ ୨ ମୃତ

ମୁମ୍ବାଇ,୪।୧୦: ଅଭିନେତା ଗାୟତ୍ରୀ ଯୋଶୀଙ୍କ କାର୍‌ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଇଟାଲୀରେ ଯାତ୍ରା କରୁଥିବା ସମୟରେ ଗାୟତ୍ରୀ ଏବଂ ତାଙ୍କ ସ୍ବାମୀ ବିକାଶ ଓବରୟଙ୍କ କାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଦୁର୍ଘଟଣା ସମୟରେ ଉଭୟ ସାର୍ଡିନାରେ ଛୁଟି କାଟୁଥିଲେ। ଏହି ଦୁର୍ଘଟଣାରେ ଉଭୟ ସ୍ବାମୀ-ସ୍ତ୍ରୀ ସୁରକ୍ଷିତ ଥିବା ବିକାଶଙ୍କ ମ୍ୟାନେଜର ସୂଚନା ଦେଇଛନ୍ତି।

ଖବର ମୁତାବକ, ଗାୟତ୍ରୀ ଏବଂ ବିକାଶଙ୍କ ଲମ୍ବୋର୍ଗିନି କାର ସାର୍ଡିନାରେ ଫେରାରି ଏବଂ କ୍ୟାମ୍ପର୍‌ ଗାଡି ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ହେବା ଫଳରେ ଫେରେରି କାରରେ ନିଆଁ ଲାଗିଯିବାରୁ ଏଥିରେ ଥିବା ୬୩ ବର୍ଷିୟା ମେଲିସା କ୍ରଟଲି ଏବଂ ୬୭ ବର୍ଷିୟ ମାର୍କସ କ୍ରୋଟଲି ପ୍ରାଣ ହରାଇଥିଲେ। କ୍ରଟଲି ଦମ୍ପତି ମୂଳତଃ ସ୍ବିଜରଲ୍ୟାଣ୍ଡର ବାସିନ୍ଦା ଥିଲେ।
ମହାରାଷ୍ଟ୍ରର ନାଗପୁରରେ ଜନ୍ମଗ୍ରହଣ କରିଥିବା ଗାୟତ୍ରୀ ଯୋଶୀ ଏକ ଭିଡିଓ ଜକି ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ ଏବଂ ପରେ ଫେମିନା ମିସ ଇଣ୍ଡିଆ ଜିତିବା ଲକ୍ଷ୍ୟରେ କଠିନ ପରିଶ୍ରମ ଆରମ୍ଭ କରିଥିଲେ। ୨୦୦୦ରେ ଗାୟତ୍ରୀ ଫେମିନା ମିସ ଇଣ୍ଡିଆ ଇଣ୍ଟରନ୍ୟାଶନାଲ୍‌ ଟାଇଟଲ ଜିତିଥିଲେ ଏବଂ ମିସ ଇଣ୍ଟରନ୍ୟାଶନାଲ ୨୦୦୦ ପ୍ରତିଯୋଗିତାରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ଏହା ପରେ ଗାୟତ୍ରୀ ୨୦୦୪ରେ ଫିଲ୍ମ ‘ସ୍ବଦେଶ’ରେ ଅଭିନୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ରାମାୟଣ ସେଟ୍‌ରୁ ରଣବୀର କପୁର-ସାଇ ପଲ୍ଲବୀଙ୍କ ଲୁକ୍‌ ଭାଇରାଲ୍‌, ରାମ-ସୀତା ଅବତାରରେ ଆସିଲେ ନଜର

ଭୁବନେଶ୍ୱର,୨୭।୪: ନିର୍ଦ୍ଦେଶକ ନୀତେଶ ତିୱାରୀଙ୍କ ଫିଲ୍ମ ‘ରାମାୟଣ’କୁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏହି ଫିଲ୍ମରେ ରଣବୀର କପୁର ପ୍ରଭୁ ରାମଙ୍କ ଭୂମିକାରେ ନଜର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri