ଛେଳିକୁ ଗିଳିଦେଲା ଅଜଗର

ଖଲ୍ଲିକୋଟ,୨୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସିର ୮ ନମ୍ବର ଓ୍ବାର୍ଡ ଶ୍ୟାମସୁନ୍ଦରପୁରରେ ରବିବାରରେ ଏକ ଛେଳିକୁ ଅଜଗର ସାପ ଗିଳି ଦେଇଥିବା ଦେଖିବାକୁ ମିଳିଛି। ଖଲ୍ଲିକୋଟ ଶ୍ୟାମସୁନ୍ଦରପୁର ଗ୍ରାମର ମା’ ବ୍ରାହ୍ମଣୀ ଦେବୀ ମନ୍ଦିର ନିକଟରେ ଛେଳି ଚାଷୀ ଆରତ ଦାସ ଛେଳି ଗୋଠ ଚରିବା ପାଇଁ ଛାଡ଼ିଥିବା ବେଳେ ଛେଳି ଗୋଠରୁ ଗୋଟିଏ ଛେଳିକୁ ଅଜଗର ସାପ ଗିଳି ଦେଇଥିଲା। ଆରତ ଛେଳି ଆଣିବାକୁ ଗଲା ବେଳକୁ ଛେଳି ଗୋଠରେ ଗୋଟିଏ ଛେଳି କମ୍‌ ମିଳିଥିଲା। ଛେଳି କି ଖୋଜିବା ସମୟରେ ଆରତ ଦେଖିଥିଲେ ଏକ ଅଜଗର ଛେଳିଟିକୁ ଗିଳି ଦେଇଛି। ଏହା ପ୍ରଚାରିତ ହେବା ପରେ ସାପ ଦେଖିବାକୁ ଗାଁ ଲୋକ ଭିଡ଼ ଜମାଇଥିବା ବେଳେ ଖବର ପାଇ ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ଓ ସ୍ନେକ ହେଲ୍ପ ଲାଇନ ସଦସ୍ୟ ସ୍ବପ୍ନ ଆଲୋକ ମିଶ୍ର ପହଞ୍ଚି ଛେଳିକୁ ଗିଳିଥିବା ଅବସ୍ଥାରେ ଅଜଗର ସାପକୁ ଉଦ୍ଧାର କରି ଖଲ୍ଲିକୋଟ ବନ କାର୍ଯ୍ୟାଳୟକୁ ନେଇଥିଲେ। ସ୍ନେକ ହେଲ୍ପ ଲାଇନ ସଦସ୍ୟ ସ୍ବପ୍ନ ଆଲୋକ ମିଶ୍ର କହିଛନ୍ତି ଅଜଗରଟି ୭ଫୁଟର ହୋଇଥିବା ବେଳେ ପ୍ରାୟ ୫୦ କିଲୋ ଓଜନ ରହିଛି। ତେବେ ଛେଳି ଚାଷୀ ଆରତ କହିଛନ୍ତି, ଆଗରୁ ଅଜଗର ଆରତଙ୍କ ଦୁଇଟି ଛେଳି ଖାଇଥିବା ବେଳେ ଆଜି ପୁଣି ଗୋଟେ ଛେଳିକୁ ଖାଇଛି। ତେଣୁ ସେ ବନ ବିଭାଗଠାରୁ କ୍ଷତିପୂରଣ ଦାବି କରିଛନ୍ତି। ତେବେ ବନ ବିଭାଗ କର୍ମଚାରୀ ଓ ସ୍ନେକ ହେଲ୍ପ ଲାଇନ ସଦସ୍ୟ ସ୍ବପ୍ନ ଆଲୋକ ମିଶ୍ର ଙ୍କ ମିଳିତ ଉଦ୍ୟମରେ ଅଜଗର ସାପକୁ ନିକଟସ୍ଥ କରାଖୋଲ ଜଙ୍ଗଲର ଏକ ସୁରକ୍ଷିତ ସ୍ଥାନରେ ଛଡ଼ା ଯାଇଥିବା ଜାଣିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri