Posted inଜାତୀୟ

ଅଖିଳେଶଙ୍କ ହାତ ଛାଡିବା ପରେ ନୂଆ ଦଳ ଘୋଷଣା କଲେ ସ୍ବାମୀ ପ୍ରସାଦ ମୌର୍ଯ୍ୟ, ଇଣ୍ଡିଆ ମେଣ୍ଟକୁ କରିବେ ସମର୍ଥନ

ଲକ୍ଷ୍ନୌ,୨୨।୨: ଉତ୍ତରପ୍ରଦେଶର ଶକ୍ତିଶାଳୀ ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟ ଅଖିଳେଶ ଯାଦବଙ୍କ ସମାଜବାଦୀ ପାର୍ଟିରୁ ଅଲଗା ହୋଇ ଗୁରୁବାର ତାଙ୍କର ନୂତନ ରାଜନୈତିକ ଦଳ ଘୋଷଣା କରିଛନ୍ତି। ମୌର୍ଯ୍ୟ ତାଙ୍କ ନୂଆ ଦଳର ନାମ ରଖିଛନ୍ତି ‘ରାଷ୍ଟ୍ରିୟ ଶୋଶିତ ସମାଜ ପାର୍ଟି’। ଦିଲ୍ଲୀର ତାଳକଟୋରା ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ ନିଜର ନୂଆ ପାର୍ଟୀ ଲଞ୍ଚ୍‌ କରିଛନ୍ତି। ସମାଜବାଦୀ ପାର୍ଟି ଭେଦଭାବର ଅଭିଯୋଗ କରି ସ୍ବାମୀ ପ୍ରସାଦ ମୌର୍ଯ୍ୟ ତିନି ଦିନ ପୂର୍ବେ ଦଳର ସଦସ୍ୟତା ଏବଂ ଏମଏଲସି ପଦରୁ ଇସ୍ତଫା ଦେଇଥିଲେ। ତାଙ୍କର ଏହି ପଦକ୍ଷେପକୁ ଲୋକ ସଭା ନିର୍ବାଚନ ସହ ଜଡିତ ଥିବା ଦେଖାଯାଉଛି।

ଦଳ ଆରମ୍ଭ କରିବା ପରେ ସ୍ବାମୀ ପ୍ରସାଦ ମୌର୍ଯ୍ୟ କହିଛନ୍ତି, କେନ୍ଦ୍ରରୁ ଭାଜପାକୁ ହଟାଇବା ପାଇଁ ଇଣ୍ଡିଆ ମେଣ୍ଟକୁ ମଜବୁତ କରିବୁ। ଆମେ ସେମାନଙ୍କ ନେତାଙ୍କ ସହ କଥା ହେବୁ। ଭାଜପାର ପରାଜୟ ନିଶ୍ଚିତ କରିବା ପାଇଁ ଆବଶ୍ୟକ ହେଲେ ମୁଁ ସମସ୍ତ ବଳିଦାନ ଦେବାକୁ ପ୍ରସ୍ତୁତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri