ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ ପଦବୀରେ ନୂତନ ଦାୟିତ୍ୱ ଦିଆଯାଇଛି। ଏହି ଅଦଳବଦଳରେ ଗୋଇନ୍ଦା ବିଭାଗ, ଆର୍ଥିକ ଅପରାଧ ଶାଖା (EOW), ସ୍ପେଶାଲ ଟାସ୍କ ଫୋର୍ସ (STF) ସମେତ ବିଭିନ୍ନ ପ୍ରମୁଖ ଦାୟିତ୍ୱରେ ପରିବର୍ତ୍ତନ କରାଯାଇଛି।

ସୂଚନା ଅନୁସାରେ, ସତ୍ୟବ୍ରତ ଭୋଇଙ୍କୁ ଗୋଇନ୍ଦା ବିଭାଗର ଆଇଜି ଭାବେ ନୂତନ ଦାୟିତ୍ୱ ଦିଆଯାଇଛି। ସେହିପରି ହିମାଂଶୁ ଲାଲଙ୍କୁ ଇକୋନୋମିକ୍ ଅଫେନ୍ସ ୱିଙ୍ଗ୍‌ (EOW) ଓ ସ୍ପେଶାଲ ଟାସ୍କ ଫୋର୍ସ (STF)ର ଆଇଜି ଭାବେ ଦାୟିତ୍ୱ ମିଳିଛି।

ଜୟନାରାୟଣ ପଙ୍କଜଙ୍କୁ ଦକ୍ଷିଣାଞ୍ଚଳ ଆଇଜି ଭାବେ ନିଯୁକ୍ତ କରାଯାଇଥିବା ବେଳେ ନୀତି ଶେଖରଙ୍କୁ ଆଇଜି, ପ୍ରୋଭିଜନିଂ ଦାୟିତ୍ୱ ଦିଆଯାଇଛି।

ଅନ୍ୟପକ୍ଷରେ, ଆଶିଷ କୁମାର ସିଂହଙ୍କୁ ତାଳଚେର ରେଞ୍ଜ୍‌ର ଡିଆଇଜି ଭାବେ ନିଯୁକ୍ତ କରାଯାଇଛି। ଏଥିସହ  ପୋଲିସ ଟ୍ରେନିଂ କଲେଜ୍‌ (PTC), ଅନୁଗୋଳଳର ପ୍ରିନ୍ସିପାଲ ଦାୟିତ୍ୱ ମଧ୍ୟ ତୁଲାଇବେ।

ବରିଷ୍ଠ IPS ଅଧିକାରୀମାନଙ୍କ ଏହି ଅଦଳବଦଳ ପରେ ବିଭିନ୍ନ ପୋଲିସ ବିଭାଗର କାର୍ଯ୍ୟକ୍ଷମତା ଓ ପ୍ରଶାସନିକ ସମନ୍ୱୟ ଅଧିକ ସୁଦୃଢ଼ ହେବ ବୋଲି ଚର୍ଚ୍ଚା  ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?