କାନ୍ଦିଲେ ସ୍ବରା ଭାସ୍କର

ବଲିଉଡ ଅଭିନେତ୍ରୀ ସ୍ବରା ଭାସ୍କର ସମାଜବାଦୀ ପାର୍ଟିର ଯୁବ ନେତା ଫହାଦ ଅହମ୍ମଦଙ୍କ ସହ ବିବାହ ବନ୍ଧନରେ ହୋଇଛନ୍ତି। ଉଭୟଙ୍କ ବିବାହ ଉତ୍ସବର ଫଟୋ ଏବଂ ଭିଡିଓ ଇଣ୍ଟରନେଟରେ ଭାଇରାଲ ହେଉଛି। ଏହି ବିବାହରେ ଝିଅ ବିଦାୟୀ ବେଳର ଏକ ଭିଡିଓ ସାମ୍ନାକୁ ଆସିଛି। ବିଦାୟୀବେଳେ ସ୍ବରା ଅତ୍ୟନ୍ତ ଭାବପ୍ରବଣ ହୋଇଥିବାର ଦେଖାଯାଏ।
ସ୍ବରାଙ୍କ ବନ୍ଧୁ ଏହି ଭିଡିଓକୁ ନିଜ ଟୁଇଟର୍‌ରେ ଶେୟାର କରିଛନ୍ତି। ଭିଡିରେ ସେ ସ୍ବାମୀ ଫହାଦ ଅହମ୍ମଦଙ୍କ ପାଖରେ ଠିଆ ହୋଇଥିବା ଦେଖିବାକୁ ମିଳିଛନ୍ତି। ଏହି ସମୟରେ ସ୍ବରା ଗୋଲାପୀ ରଙ୍ଗର ଲେହେଙ୍ଗା ଏବଂ ଅଳଙ୍କାର ପିନ୍ଧିଥିଲେ। ସେ କାନ୍ଦୁଥିବା ଏବଂ ଲୁହ ପୋଛୁଥିବାର ନଜର ଆସିଛନ୍ତି। ସ୍ବରାଙ୍କ ଭାଇ ଇଶାନ ଏବଂ ମା’ ଇରା ଭାସ୍କର ମଧ୍ୟ ଏହି ଭିଡିଓରେ ନଜର ଆସିଛନ୍ତି।
ସ୍ବରାଙ୍କ ସ୍ବାମୀ ସମାଜବାଦୀ ପାର୍ଟିର ଯୁବ ୱିଙ୍ଗର ସଭାପତି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଠାରୁ ଆରମ୍ଭ କରି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଏହି ଦମ୍ପତିଙ୍କ ବିବାହ ଉତ୍ସବରେ ଯୋଗ ଦେଇଥିଲେ। ଏହା ବ୍ୟତୀତ ଜୟା ବଚ୍ଚନ ଫହାଦ ଏବଂ ସ୍ବରାଙ୍କ ବିବାହରେ ମଧ୍ୟ ଯୋଗ ଦେଇଥିଲେ।

https://twitter.com/sinjini_m/status/1637014722137706497


Enter your email to get our daily news in your inbox.

All Right Reserved By Dharitri.Com

ଗୋଡଭଗାରେ ଚାଞ୍ଚଲ୍ୟ: ଦିନରେ ବୁଲିଲା ଛୁରି-ଭୁଜାଲି

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଥମିବାର ନାଁ ନେଉନି। ଗତ କିଛିଦିନ ତଳେ ଜିଲାର ସଦର ମହକୁମା ବରଗଡ଼ ସହରରେ ଆଇନ ଶୃଙ୍ଖଳା…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ…

୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ…

ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ…

ଖଣି, ଶିଳ୍ପାଞ୍ଚଳର ଗ୍ରାମାଞ୍ଚଳ ପାଠାଗାର ଚିନ୍ତା

ଯାଜପୁର,୨ା୪(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲାରେ କଲେଜ, ହାଇସ୍କୁଲ ଓ ସାଧାରଣ ପାଠାଗାର ପ୍ରାୟ ୪୦୦ ଭଳି ରହିଛି। କେତେକ ପାଠାଗାରରେ ୫୦ରୁ ୬୦ ବର୍ଷ ପୁରୁଣା ମୂଲ୍ୟବାନ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri