ଚ୍ୟାଲେଞ୍ଜ ଦେବେ ସ୍ବରାଜ

ସ୍ବରାଜ ବାରିକ ଏକ ଭିନ୍ନ ଗେଟଅପରେ ଦର୍ଶକଙ୍କ ସାମନାକୁ ଆସିବେ। କେବଳ ଗେଟଅପ ନୁହେଁ, ଭୂମିକାରେ ମଧ୍ୟ ନୂତନତ୍ୱ ରହିଛି। ଆଉ ଏଭଳି ଏକ ରୋଲ୍‌ର ସଫଳତାକୁ ନେଇ ବେଶ୍‌ ଆଶା ବାନ୍ଧିଛନ୍ତି ସେ। ଫିଲ୍ମଟିର ଟାଇଟଲ ହେଲା ‘ପ୍ରଥା’। କିଛି ପ୍ରଥା, ପରମ୍ପରା, ରୀତିନୀତି ଏବଂ ଏଥିରେ ଥିବା କିଛି ବିଶ୍ବାସ, ଅବିଶ୍ବାସ ଓ ଏଥିରେ ଆସିଥିବା ପରିବର୍ତ୍ତନକୁ ଆମ ସାଧାରଣ ଲୋକ କିପରି ଆପଣାଇବାକୁ ସକ୍ଷମ ଏବଂ ଅକ୍ଷମ ହେଉଛନ୍ତି, ତାହା ଏହି ଫିଲ୍ମରେ ଦେଖିବାକୁ ମିଳିବ।
ଏହି ଚିତ୍ରଟିର ନିର୍ଦ୍ଦେଶନା ଭାର ସମ୍ଭାଳିଛନ୍ତି କେ. ମୁରଲୀକ୍ରିଷ୍ଣା। ସାନ୍ଲିସା ସିଗ୍ନେଚର ଫିଲ୍ମସ ବ୍ୟାନରରେ ପ୍ରସ୍ତୁତ ହେଉଥିବା ଉକ୍ତ ଚଳଚ୍ଚିତ୍ରରେ ସ୍ବରାଜଙ୍କ ବ୍ୟତୀତ ଶୀତଲ ପାତ୍ର ଓ ମୁମ୍ବାଇ ଅଭିନେତ୍ରୀ ତଥା ମଡେଲ ସିମ୍‌ରନ କୌର ଅଭିନୟ କରିଛନ୍ତି। ଏମାନଙ୍କ ବ୍ୟତୀତ ଚୌଧୁରୀ ବିକାଶ ଦାସ, ବବି ମିଶ୍ର, ୟଶ ଅହଲାଓ୍ବଟ (ବଲିଉଡ୍‌ ଅଭିନେତା), ଆଶୁ ବର୍ମା (ପଞ୍ଜାବର ମଡେଲ, ଅଭିନେତା ଏବଂ ନିର୍ଦ୍ଦେଶକ), ରବି ମିଶ୍ର, ସତୀଶ୍‌ ପଟେଲ ଓ ଇଲ୍ଲୁ ବାନାର୍ଜୀ, ଚୌଧୁରୀ ଜୟପ୍ରକାଶ ଦାସ ଏବଂ ଅସିତା ଶତପଥୀ ମଧ୍ୟ ଅଭିନୟ କରିଛନ୍ତି।
ଏହି ଫିଲ୍ମରେ ସ୍ବରାଜ ଏକ ନୂତନ ଧରଣର ଚରିତ୍ରରେ ଦର୍ଶକଙ୍କ ସାମ୍‌ନାକୁ ଆସିବେ। ପୁଣି ଶୀତଲ ଜଣେ ଗଁାଉଲି ଝିଅ ଭୂମିକାରେ ଦେଖାଦେବେ। ଏହାର ଲାଇନ୍‌ ପ୍ରଯୋଜକ ଅଛନ୍ତି ବିଜୟ ପାତ୍ର। ଏଥିରେ ସଂଯୋଜିତ ଗୀତଗୁଡିକୁ ସ୍ବର ଦେଇଛନ୍ତି ବିଶିଷ୍ଟ ଗୀତିକାର ନିଜାମ୍‌ଙ୍କ ପୁତ୍ର ଅସଦ ନିଜାମ। ସିନେମାଟୋଗ୍ରାଫି ଦାୟିତ୍ୱ ନରେନ୍ଦ୍ର ଗୌଡ଼ ତୁଲାଉଥିବା ବେଳେ ସଂଳାପ ରଚନା କରିଛନ୍ତି ବିଜୟ କୁମାର ରାଉଳ। ଚଳଚ୍ଚିତ୍ର ‘ପ୍ରଥା’ର ପ୍ରଚାର ପ୍ରସାର ଦାୟିତ୍ୱରେ ଅଛନ୍ତି ମିଡିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ l


Enter your email to get our daily news in your inbox.

All Right Reserved By Dharitri.Com

ଆଶାରାମ ବାପୁଙ୍କୁ ଲାଗିଲା ବଡ଼ ଝଟ୍‌କା: ଜାମିନ ଦେବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୮: ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଜଣେ ନାବାଳିକା ବଳାତ୍କାର ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମ ବାପୁଙ୍କୁ ସୁପ୍ରିମକୋର୍ଟ ବର୍ତ୍ତମାନ ପାଇଁ…

ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍‌ଇ-ଠିକାଦାର ଗିରଫ

ପାରଳାଖେମୁଣ୍ଡି,୬ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ପଟ୍ଟନାୟକ ପୋଖରୀର ପୁନରୁଦ୍ଧାର ଓ ନବୀକରଣ କାର୍ଯ୍ୟରେ ୫୫ ଲକ୍ଷ ୬୯ ହଜାର ୩୩ ଟଙ୍କାର ସରକାରୀ ପାଣ୍ଠି ଅପବ୍ୟବହାର…

ସ୍କୁଲ ଭିତରକୁ ପଶୁପଶୁ ଦୁଇ ଛାତ୍ରଙ୍କ ଉପରେ ଭୁଶୁଡ଼ି ପଡ଼ିଲା ଫାଟକ, ଆଉ ତା’ ପରେ…

ନନ୍ଦପୁର,୬ା୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ…

ଡିଭାଇଡରରେ ପିଟିହେଲା ଅତିକ ଅହମ୍ମଦଙ୍କ ପୁଅଙ୍କ କାର: ଚାଲିଗଲା ଜୀବନ

ଲକ୍ଷ୍ନୌ,୬।୮: ଏକ ସଡ଼କ ଦୁର୍ଘଟଣାରେ ଅତିକ ଅହମ୍ମଦଙ୍କ ପୁଅ ଅବନ ଅହମ୍ମଦଙ୍କ ସମେତ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଉତ୍ତର ପ୍ରଦେଶର ଝାନ୍ସୀର ପୁଞ୍ଚ ଥାନା ଅଞ୍ଚଳରେ…

ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ

ଭବାନୀପାଟଣା,୬ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ଥାନା ନୂଆଗୁଡ଼ାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବାପର କାଠ ଫାଳିଆ ମାଡରେ ଭେଣ୍ଡିଆ ପୁଅର…

Gen Zକୁ ନେଇ ପ୍ରଶାନ୍ତ କିଶୋରଙ୍କ ବଡ଼ ଭବିଷ୍ୟବାଣୀ: ଦୁଇ ବର୍ଷ ମଧ୍ୟରେ…ଶୁଣିଲେ ସରକାର ହେବେ ଛାନିଆ!

ନୂଆଦିଲ୍ଲୀ,୬।୮: ବାଙ୍କିପୁର ଉପନିର୍ବାଚନରେ ବଡ଼ ବିଜୟ ହାସଲ କରିବା ପରେ ଜନସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର (PK) ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ନିଜର ରାଜନୈତିକ ରଣନୀତି…

ଛାତ୍ର ଆନ୍ଦୋଳନକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ କଙ୍ଗନା: କହିଲେ- ଉସୁକାଇବା ପାଇଁ..

ନୂଆଦିଲ୍ଲୀ,୬।୮: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରାଣାୱତ ଭାରତୀୟ ଜାତୀୟ କଂଗ୍ରେସର ନେତା ଏବଂ ଲୋକ…

RAC ଟିକେଟ୍ ଥିଲେ ଆଉ ଚିନ୍ତା ନାହିଁ, ଏବେ ମିଳିବ ପୁରା….

ନୂଆଦିଲ୍ଲୀ,୬।୮: ଭାରତୀୟ ରେଳରେ ଯାତ୍ରା କରୁଥିବା ଲକ୍ଷାଧିକ ଯାତ୍ରୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଦୀର୍ଘଦିନ ଧରି ଅନେକ ଯାତ୍ରୀଙ୍କ ଅଭିଯୋଗ ଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri