ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ-ଉପାଧ୍ୟକ୍ଷାଙ୍କ ଦାୟିତ୍ୱ ଗ୍ରହଣ: ଚାରିଆଡ଼ୁ ଶୁଭେଚ୍ଛା

ଛତ୍ରପୁର,୧୬।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ନୂତନ ଅଧ୍ୟକ୍ଷ ଭାବେ ନୀଳମାଧବ ପାତ୍ର ଓ ଉପାଧ୍ୟକ୍ଷା ଲଳିତା ପ୍ରଧାନ ଗୁରୁବାର ଛତ୍ରପୁର ଅବସ୍ଥିତ ପୁରୁଣା ଡିଆରଡିଏ କାର୍ଯ୍ୟାଳୟରେ ଔପଚାରିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ସମୟରେ କାର୍ଯ୍ୟାଳୟର କର୍ମଚାରୀ ଓ କର୍ମୀମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ସେମାନଙ୍କୁ ଅଭିନନ୍ଦନ ଜଣାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ, ଗଞ୍ଜାମ ଜିଲା ପରିଷଦ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଗଞ୍ଜାମ ଜିଲ୍ଲାର ଅତିରିକ୍ତ ଜିଲାପାଳ (ସାଧାରଣ) ପ୍ରମୋଦ କୁମାର ପୃଷ୍ଟି ଉତ୍ତରୀୟ ପ୍ରଦାନ କରି ଶୁଭେଚ୍ଛା ଜଣାଇଥିଲେ।
ଏହି ଅବସରରେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ନାୟକ, ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ, ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ, ଗଞ୍ଜାମ ଜିଲା ଭାଜପା ସଭାପତି ସରୋଜ ସାବତ, ଆସ୍କା-ଘୁମୁସର ସାଙ୍ଗଠନିକ ଜିଲା ସଭାପତି ବିଜୟ ସୱାଇଁ,ରାଜ୍ୟ ଯୁବ ମୋର୍ଚ୍ଚା ସାଧାରଣ ସମ୍ପାଦକ ତୁତୁନ ପାତ୍ର,ଗଞ୍ଜାମ ଜିଲ୍ଲା ବିଜେପି ଯୁବମୋର୍ଚ୍ଚା ସଭାପତି ସୋମନାଥ ପାତ୍ର, ଭାଜପା ଗଞ୍ଜାମ ଜିଲ୍ଲା ସାଧାରଣ ସମ୍ପାଦକ ପଦ୍ମ ଚରଣ ସାହୁ, ଜିଲ୍ଲା ସମ୍ପାଦକ ବସନ୍ତ କୁମାର ବେହେରା, ପି. ଧର୍ମା ରେଡ୍ଡୀ, କଣମଣା ମଣ୍ଡଳ ସଭାପତି ଏନ. ଦିନବନ୍ଧୁ, ପି. ରାମବାବୁଙ୍କ ସହିତ ଘୁମୁସର ଅଞ୍ଚଳର ବିଭିନ୍ନ ସଂଗଠନର ନେତା ଓ ଯୁବକର୍ମୀମାନେ ଉପସ୍ଥିତ ରହି ନୂତନ ଦାୟିତ୍ୱ ପାଇଁ ସୱାଗତ ଜଣାଇଥିଲେ।

ଏହି ଅବସରରେ ପ୍ରତିକ୍ରିୟା ରଖି ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷା କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ଆମ ପ୍ରତି ଥିବା ବିଶ୍ୱାସ ପାଇଁ କୃତଜ୍ଞ। ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱକୁ ସମ୍ପୂର୍ଣ୍ଣ ନିଷ୍ଠା ସହ ପାଳନ କରିବୁ। ବିଶେଷ କରି ଜିଲାର ତଳସ୍ତରରେ ରହୁଥିବା ବଞ୍ଚିତ ଓ ପଛୁଆ ବର୍ଗର ଲୋକମାନଙ୍କ ପାଖରେ ସରକାରୀ ସମସ୍ତ ଯୋଜନା ଓ ସୁବିଧା ପହଞ୍ଚାଇବାକୁ ପ୍ରାଥମିକତା ଦିଆଯିବ। ଜିଲାରେ ଥିବା ଦୁଇଜଣ ମନ୍ତ୍ରୀ, ସମସ୍ତ ବିଧାୟକ ଓ ତିନିଜଣ ଏମ୍‌ପିଙ୍କ ସହ ସମନ୍ବୟ ରଖି ସମସ୍ତଙ୍କୁ ନେଇ ଉନ୍ନୟନ କାର୍ଯ୍ୟକୁ ଗତିଶୀଳ କରାଯିବ। ତଳସ୍ତରରେ ଅବହେଳିତ ଲୋକମାନଙ୍କୁ ମୁଖ୍ୟଧାରାରେ ସାମିଲ କରାଯିବା ଆମର ପ୍ରଥମ ଲକ୍ଷ୍ୟ ବୋଲି ସେମାନେ କହିଛନ୍ତି। ନୂତନ ନେତୃତ୍ୱ ଆସିବା ସହିତ ଜିଲ୍ଲାର ସମଗ୍ର ଉନ୍ନୟନ କାର୍ଯ୍ୟ ଆହୁରି ଗତିଶୀଳ ହେବ ବୋଲି ସାଧାରଣ ମହଲରେ ଆଶା ପ୍ରକାଶ ପାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ…

ମହିଳା SHGରୁ ୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ! ଗଜପତି ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ, ୩ ଅଭିଯୁକ୍ତ ଗିରଫ, ମୁଖ୍ୟ ନାୟିକା…

ଗଜପତି,୪।୯(ଗିରିଧାରୀ ପରିଛା): ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (SHG)ର କୋଟି କୋଟି ଟଙ୍କା ଠକେଇ ଓ ଆତ୍ମସାତ୍‌ ମାମଲାରେ ଗଜପତି ସାଇବର ସେଲ୍‌ ଏବଂ ଆର୍ଥିକ ଅପରାଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri