Posted inଜାତୀୟ

ବୀର ସାବରକରଙ୍କ ଲୁକ୍‌ରେ ନଜର ଆସିଲେ ରଣଦୀପ

ମୁମ୍ବାଇ: ସ୍ବାଧୀନତା ସଂଗ୍ରାମୀ ବିନାୟକ ଦାମୋଦର ସାବରକରଙ୍କ ୧୩୯ତମ ଜନ୍ମ ବାର୍ଷିକୀ ଅବସରରେ ଫିଲ୍ମର ନିର୍ମାତା ରଣଦୀପ ହୁଡ୍ଡାଙ୍କ ପ୍ରଥମ ଲୁକ୍‌ ଜାରି ହୋଇଛି। ଏଥିସହ ଏକ ପୋଷ୍ଟର ମଧ୍ୟ ଜାରି କରାଯାଇଛି। ଯେଉଁଥିରେ ‘ହିନ୍ଦୁ ଧର୍ମ ଧର୍ମ ନୁହେଁ, ଏହା ଏକ ଇତିହାସ’ ବୋଲି ଉଲ୍ଲେଖ ରହିଛି। ନିର୍ଦ୍ଦେଶକ ମହେଶ ମଞ୍ଜରେକରଙ୍କ ଆଗାମୀ ବାୟୋପିକରେ ଅଭିନେତା ରଣଦୀପ ହୁଡ୍ଡା ରାଜନେତା, କାର୍ଯ୍ୟକର୍ତ୍ତା ତଥା ଲେଖକ ବିନାୟକ ଦାମୋଦର ସାବରକା ଭୂମିକାରେ ନଜର ଆସିବେ। ସୂଚନା ଅନୁଯାୟୀ ଚଳିତ ବର୍ଷ ଅଗଷ୍ଟ ମାସରେ ଏହି ଫିଲ୍ମର ସୁଟିଂ ଆରମ୍ଭ ହୋଇପାରେ। ଅନ୍ୟପଟେ ପୋଷ୍ଟର ଜାରି କରି ନିର୍ଦ୍ଦେଶକ ମହେଶ ମଞ୍ଜରେକର କହିଛନ୍ତି, ରଣଦୀପ ହୁଡାଙ୍କୁ ସ୍ବାଧୀନତା ସଂଗ୍ରାମୀ ବୀର ସାବରକରଙ୍କ ରୂପରେ ପ୍ରସ୍ତୁତ କରାଯାଉଛି। ଏଥିସହ ବୀର ସାବରକରଙ୍କ ଜନ୍ମ ବାର୍ଷିକୀ ଅବସରରେ ସେ ସମସ୍ତଙ୍କୁ ହାର୍ଦ୍ଧିକ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ଅଭିନେତା ରଣଦୀପ ହୁଡ୍ଡା ମଧ୍ୟ ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୂଚନାଯୋଗ୍ୟ, ବିନାୟକ ଦାମୋଦର ସାବରକର ୧୮୮୩ ମେ’ ୨୮ରେ ମହାରାଷ୍ଟ୍ରର ନାଶିକ ଜିଲାର ଭାଗୁର ଗାଁରେ ଜନ୍ମଗ୍ରହଣ କରିଥିଲେ। ସେ ଜଣେ ହିନ୍ଦୁ ଜାତୀୟତାବାଦୀ ସଂଗଠନ ତଥା ଏକ ରାଜନୈତିକ ଦଳର ହିନ୍ଦୁ ମହାସଭାର ଅନ୍ୟତମ ପ୍ରମୁଖ ବ୍ୟକ୍ତିତ୍ୱ ଥିଲେ। ସେ ଜଣେ ରାଜନେତା, କାର୍ଯ୍ୟକର୍ତ୍ତା ଏବଂ ଲେଖକ ଥିଲେ। ୧୯୬୬ ଫେବୃଆରୀ ୨୬ରେ ବମ୍ବେରେ ତାଙ୍କର ନିଧନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri