Posted inଜାତୀୟ

ସ୍ବାତୀ ମାଲିଓ୍ବାଲଙ୍କ ମାମଲାରେ କେଜ୍‌ରିଓ୍ବାଲ ଚୁପ୍‌ କାହିଁକି: ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୩ା୫: କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଏଏପିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କ ସହ ଅସଦାଚରଣ ତଥା ଆକ୍ରମଣ ମାମଲାରେ ଅନେକ ପ୍ରଶ୍ନ ଉଠାଇଛନ୍ତି। ଏହି ପ୍ରସଙ୍ଗରେ କେଜ୍‌ରିଓ୍ବାଲ କାହିଁକି ନୀରବତା ଅବଲମ୍ବନ କରୁଛନ୍ତି ବୋଲି ସ୍ମୃତି ପଚାରିଛନ୍ତି।
ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଏହାର ଉତ୍ତର ଦେବାକୁ ପଡ଼ିବ।

ଭାଜପା ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବାବେଳେ ସ୍ମୃତି କହିଛନ୍ତି, ତାଙ୍କ ବ୍ୟତୀତ ସ୍ବାତୀଙ୍କୁ ପିଟିବା ସମୟରେ କେଜ୍‌ରିଓ୍ବାଲଙ୍କ ବାସଭବନରେ ପରିବାରର କେଉଁ ସଦସ୍ୟ ଏବଂ କର୍ମଚାରୀ ଉପସ୍ଥିତ ଥିଲେ, କେବଳ ମାଲିଓ୍ବାଲ ଏବଂ କେଜ୍‌ରିଓ୍ବାଲ ଏହି ସୂଚନା ଦେଇପାରିବେ। ’

ସ୍ମୃତି ଅନେକ ପ୍ରଶ୍ନ ପଚାରିଛନ୍ତି। ବାସଭବନରେ କେଜ୍‌ରିଓ୍ବାଲଙ୍କ ଉପସ୍ଥିତିରେ ସ୍ବାତୀଙ୍କୁ କାହିଁକି ପିଟା ଯାଇଥିଲା? କେଜ୍‌ରିଓ୍ବାଲ ଏପର୍ଯ୍ୟନ୍ତ କାହିଁକି ସ୍ପଷ୍ଟ କଥା କହୁନାହାନ୍ତି। ଲୋକମାନେ ଏପର୍ଯ୍ୟନ୍ତ ଏହାର ଉତ୍ତର ପାଇପାରିନାହାନ୍ତି।

ଅନ୍ୟପକ୍ଷରେ ଏକ ସାକ୍ଷାତକାରରେ କେଜ୍‌ରଓ୍ବାଲ କହିଛନ୍ତି, ସେ ଏହି ଘଟଣାର ନିରପେକ୍ଷ ତଦନ୍ତ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri