Posted inଜାତୀୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଶପଥ ଉତ୍ସବରେ ସ୍ବାତୀ ମାଲିଓ୍ବାଲ, ଭାଇରାଲ ହେଲା ଭିଡିଓ

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ରାମଲୀଳା ମଇଦାନରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ା ଶପଥ ନେଇଛନ୍ତି ରେଖା ଗୁପ୍ତା। ଏହି ଶପଥ ଗ୍ରହଣ ଉତ୍ସବରେ ବହୁ ବଡ଼ ବଡ଼ ରାଜନୈତିକ ବ୍ୟକ୍ତିତ୍ୱଙ୍କୁ ଦେଖିବାକୁ ମିଳିଥିଲା। ହେଲେ ସବୁଠୁ ବଡ଼ କଥା ହେଉଛି ଏଥିରେ ଏମପି ସୱାତୀ ମାଲିୱାଲ ମଧ୍ୟ ଉପସ୍ଥିତ ଥିଲେ। ଖବର ସରବରାହ ସଂସ୍ଥା ପିଟିଆଇ ଦ୍ୱାରା ଶେୟାର କରାଯାଇଥିବା ଏକ ଭିଡିଓରେ ଦେଖାଯାଇଛି ଯେ, ଦିଲ୍ଲୀ ମହିଳା କମିଶନର ପୂର୍ବତନ ମୁଖ୍ୟ ମାଲିୱାଲ ଏକ ମଞ୍ଚରେ କଂଗ୍ରେସର ଦିଲ୍ଲୀ ୟୁନିଟ ମୁଖ୍ୟ ଦେବେନ୍ଦ୍ର ଯାଦବଙ୍କ ସହିତ କିଛି ଆଲୋଚନା କରୁଛନ୍ତି।

ଦଳର ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଏକଦା ଘନିଷ୍ଠ ସହଯୋଗୀ ଥିବା ମାଲିୱାଲ ଗତ କିଛି ସପ୍ତାହ ଏବଂ ମାସ ମଧ୍ୟରେ ତାଙ୍କର ସବୁଠାରୁ ସ୍ପଷ୍ଟ ସମାଲୋଚକ ଭାବରେ ଉଭା ହୋଇଛନ୍ତି।

୨୦୨୪ ଅକ୍ଟୋବରରେ ହରିୟାଣା ର୍ନିବାଚନ ସମୟରେ କଜରିୱାଲ ଏବଂ ମାଲିୱାଲଙ୍କ ମଧ୍ୟରେ ଫାଟ ଆହୁରି ବୃଦ୍ଧି ପାଇଥିଲା ଯେତେବେଳେ ସେ କେଜରିଓ୍ବାଲଙ୍କ ଉପରକୁ ଆଭ୍ଗୁଠି ଉଠାଇଥିଲେ। ସେ କହିଥିଲେ, AAP ଦିଲ୍ଲୀରେ ଏକାକୀ ନିର୍ବାଚନ ଲଢି କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆ ମେଣ୍ଟ ସହିତ ବିଶ୍ୱାସଘାତକତା କରିଛି। ଯାହାପରେ ଏଏପି ଦିଲ୍ଲୀରେ ଶୋଚନୀୟ ଭାବେ ପରାସ୍ତ ହୋଇଥିଲା। ଏଏପି ମୋଟ ଭୋଟର ଦୁଇ ପ୍ରତିଶତରୁ କମ ଭୋଟ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?