Posted inଖେଳ

ସ୍ବସ୍ତି, ପିଟର ପାଇବେ ଓସ୍‌ଜା ପୁରସ୍କାର

ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପ୍ରତିଭାସମ୍ପନ୍ନ ସାଇକ୍ଲିଷ୍ଟ ସ୍ବସ୍ତି ସିଂ ଏବଂ ପୂର୍ବତନ ହକି ଖେଳାଳି ପିଟର ତିର୍କୀ ଚଳିତ ବର୍ଷର ଓସ୍‌ଜା (ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ) ବାର୍ଷିକ କ୍ରୀଡ଼ା ପୁରସ୍କାର ପାଇବେ। ଗତବର୍ଷର ସଫଳତା ପାଇଁ ସ୍ବସ୍ତିଙ୍କୁ ଶ୍ରେଷ୍ଠ କ୍ରୀଡ଼ାବିତ୍‌ ଏବଂ ପିଟରଙ୍କୁ ଲାଇଫ୍‌ଟାଇମ୍‌ ଆଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯିବ। ଆସନ୍ତା ୨୧ରେ କଟକ ବାରବାଟୀ ଷ୍ଟାଡିୟମସ୍ଥିତ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସମ୍ମିଳନୀ ଗୃହରେ ଓସ୍‌ଜାର ଅଷ୍ଟମ ପ୍ରତିଷ୍ଠା ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯିବ ବୋଲି ଅନୁଷ୍ଠାନର ସଭାପତି ସନ୍ଦୀପ ମିଶ୍ର ଓ ସମ୍ପାଦକ ଦେବୀ ପ୍ରସନ୍ନ ମହାନ୍ତି ପ୍ରକାଶ କରିଛନ୍ତି।

ଦୁଇ କ୍ରୀଡ଼ା ବ୍ୟକ୍ତିତ୍ୱଙ୍କୁ ପ୍ରଶସ୍ତି ପତ୍ର, ଉତ୍ତରୀୟ ଏବଂ ୨୫ ହଜାର ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇ ସମ୍ମାନିତ କରାଯିବ। ସ୍ପୋଟର୍‌ସ ଜର୍ନାଲିଷ୍ଟ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଜେଏଫ୍‌ଆଇ) ସହ ଅନୁବନ୍ଧିତ ଓସ୍‌ଜା ୨୦୧୮ରୁ ବାର୍ଷିକ ପୁରସ୍କାର ପ୍ରଦାନ କରି ଆସୁଛି। ୨୦୨୨ରେ ଅଲିମ୍ପିଆନ ବୀରେନ୍ଦ୍ର ଲାକ୍ରା ଓ କିମ୍ବଦନ୍ତୀ ବାସ୍କେଟବଲ ଖେଳାଳି ତଥା ପ୍ରଶିକ୍ଷକ ଅରୂପାନନ୍ଦ ରାଉତରାୟଙ୍କୁ ପୁରସ୍କୃତ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଆହ୍ବାନକାରୀ ଜେନ୍‌ ଜି ପ୍ରାର୍ଥୀ

ଚଳିତ ମାସ ୯ ତାରିଖରେ ଆସାମ ବିଧାନସଭାର ୧୨୬ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଠାକାର ଯେଉଁ କେତୋଟି ହାଇପ୍ରୋଫାଇଲ ଆସନ ରହିଛି ତନ୍ମଧ୍ୟରୁ ଚର୍ଚ୍ଚିତ…

ସଭ୍ୟତାର ସୁରକ୍ଷା, ଜଳର ଗୁଣବତ୍ତା

କୌଣସି ସଭ୍ୟତାର ଅଭ୍ୟୁଦୟ ଓ ବିନାଶର କାହାଣୀ ସେହି ସମୟର ଜଳସମ୍ପଦ ସହିତ ଜଡ଼ିତ। ମାନବ ଜାତିର ଅସ୍ତିତ୍ୱ ତଥା ସରଂକ୍ଷଣ ପାଇଁ ଜଳର ଗୁଣବତ୍ତା (ଶୁଦ୍ଧ…

ଜାଲ୍‌ ଶିକ୍ଷକ ନିଯୁକ୍ତି ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ଦାବି

ନୂଆପଡ଼ା,୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ମହାବିଦ୍ୟାଳୟରେ ଜାଲ୍‌ ଖେଳ ଶିକ୍ଷକ ନିଯୁକ୍ତି ଘଟଣାରେ ଜିଲା ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ପାଇଁ ଚିଠି କରି କାମ ସାରିଦେଇଛି।…

ଯୁଦ୍ଧବିରତି ମଧ୍ୟରେ ଉତ୍ସବ ମନାଇଲା ଇରାନ: ପତାକା ଧରି ରାସ୍ତାକୁ ଓହ୍ଲାଇଲେ ଲୋକେ

ତେହରାନ୍‌,୮।୪: ୪୦ ଦିନ ପରେ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣା କରାଯାଇଛି। ଏହା ପରେ ଇରାନ ଉତ୍ସବମୁଖର ହୋଇ ଉଠିଛି। ତେହରାନ୍‌ର…

ନିଜ ରାସ୍ତା କାମ ନିଜେ କଲେ ପଡ଼ାବାସୀ: ଚାନ୍ଦା ଆଦାୟକରି…

ନୂଆପଡ଼ା,୮ା୪ (ମକାରୁ ବେମାଲ): ନୂଆପଡ଼ା ଏନ୍‌ଏସି ସତ୍‌ସଙ୍ଗ ବିହାର ପଛପଟ ପଡ଼ା ରାସ୍ତାର ଡ୍ରେନ୍‌ ଉପରେ ପଡ଼ିଥିବା ଘୋଡ଼ଣି ଭାଙ୍ଗିଯାଇଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ।…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri