Posted inଜାତୀୟ

କୋଲକାତା ବଳାତ୍କାର-ହତ୍ୟା ମାମଲାକୁ ନେଇ ମମତାଙ୍କୁ ଚିଠି ଲେଖିଲେ ସ୍ବାତୀ

ନୂଆଦିଲ୍ଲୀ,୧୫।୮: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲ ଗୁରୁବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ କୋଲକାତାରେ ଜଣେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ତୁରନ୍ତ ଏବଂ ନିର୍ଣ୍ଣାୟକ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି।
ଏକ୍ସରେ ଏହି ଚିଠିର ଏକ କପି ଶେୟାର କରିବାବେଳେ ସ୍ବାତୀ ଲେଖିଛନ୍ତି ଯେ ଆଜି ଆମ ଦେଶ ୭୮ ତମ ସ୍ବାଧୀନତା ଦିବସ ପାଳନ କରୁଥିବାବେଳେ କୋଲକାତାର ଆରଜି କର ହସ୍ପିଟାଲରେ ଜଣେ ମହିଳା ଡାକ୍ତରଙ୍କ ସହ ଘଟିଥିବା ଅତ୍ୟାଚାର ସମସ୍ତଙ୍କୁ ଚକିତ କରିଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀଙ୍କୁ ଝିଅଟିକୁ ନ୍ୟାୟ ଦେବା ଏବଂ ବ୍ୟବସ୍ଥାର ଉତ୍ତରଦାୟିତ୍ୱ ସୁଧାରିବା ପାଇଁ ଏହି ଚିଠି ଲେଖାଯାଇଛି।

ସ୍ବାତୀ ତାଙ୍କ ଚିଠିରେ ଲେଖିଛନ୍ତି ଯେ ଡ୍ୟୁଟିରେ ଥିବାବେଳେ ତାଲିମପ୍ରାପ୍ତ ଡାକ୍ତରଙ୍କୁ ଅତି ନିର୍ମମ ଭାବେ ବଳାତ୍କାର କରାଯାଇଥିଲା, ତାଙ୍କୁ ହତ୍ୟା କରାଯାଇଥିଲା ଏବଂ ଅମାନୁଷିକ ଭାବେ ଆଘାତ କରାଯାଇଥିଲା। ପୋଷ୍ଟ ମର୍ଟମ ରିପୋର୍ଟରେ ଭୟଙ୍କର ତଥ୍ୟ ପ୍ରକାଶ ପାଇଛି। ଏହି ଚିଠିରେ ରାଜ୍ୟ ପ୍ରଶାସନ ଏବଂ ଆଇନ ଶୃଙ୍ଖଳା ଦ୍ୱାରା ଦର୍ଶାଯାଇଥିବା ତତ୍ପରତା ଏବଂ ସଚ୍ଚୋଟତାର ଅଭାବ ଉପରେ ସ୍ବାତି ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri