Posted inଖେଳ

ସାତ୍ତ୍ୱିକ-ଚିରାଗ ନୂଆ ଏସିଆ ଚାମ୍ପିୟନ

ଦୁବାଇ, ୧ା୫ (ପି.ଟି.): ଦୀର୍ଘ ୫୮ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀନେଶ ଖାନ୍ନାଙ୍କ ପରେ ଷ୍ଟାର ଡବଲ୍ସ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ପ୍ରଥମ ଭାରତୀୟ ଯୋଡ଼ି ଭାବେ ଏଠାରେ ଚାଲିଥିବା ଏସିଆ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ରେ ଚାମ୍ପିୟନ ହୋଇଛନ୍ତି। ଟାଇଟଲ ମୁକାବିଲାରେ ୨୦୨୨ ବିଶ୍ୱ ଚାମ୍ପିୟଶିପ୍‌ ବ୍ରୋଞ୍ଜ ପଦକ ବିଜେତା ଓପନିଂ ଗେମ୍‌ରେ ପରାସ୍ତ ହେବାପରେ ଚମତ୍କାର ପ୍ରତ୍ୟାବର୍ତ୍ତନ କରି ମାଲେସିଆର ଅଙ୍ଗ ୟେଉ ସିନ୍‌ ଓ ତେଓ ଏ ୟିଙ୍କ ବିପକ୍ଷରେ ୧୬-୨୧, ୨୧-୧୭, ୨୧-୧୯ରେ ବିଜୟ ଲାଭ କରିଥିଲେ। ପୂର୍ବରୁ ଖାନ୍ନା ଏକ ମାତ୍ର ଭାରତୀୟ ଭାବେ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ୧୯୬୫ରେ ଲକ୍ଷ୍ନୌଠାରେ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ସେ ଥାଇଲାଣ୍ଡର ସାନ୍‌ଗବ୍‌ ରାଟାନୁସୋର୍ନଙ୍କୁ ପରାସ୍ତ କରି ଏହି ସଫଳତା ହାସଲ କରିଥିଲେ। ଏସିଆ ଚାମ୍ପିୟନଶିପ୍‌ରେ ପୂର୍ବରୁ ଡବଲ୍ସରେ ଭାରତର ଶ୍ରେଷ୍ଠ ପ୍ରଦର୍ଶନ ୧୯୭୧ରେ ଦେଖିବାକୁ ମିଳିଥିଲା। ସେତେବେଳେ ଦୀପୁ ଘୋଷ ଓ ରମଣ ଘୋଷ ଏକ ବ୍ରୋଞ୍ଜ ପଦକ ଲାଭ କରିଥିଲେ। ବାସେଲ୍‌ରେ ସୁଇସ୍‌ ଓପନ ସୁପର ୩୦୦ ଟାଇଟଲ ଜିତିଥିବା ସାତ୍ତ୍ୱିକ ଓ ଚିରାଗଙ୍କର ସିଜନରେ ଏହା ହେଉଛି ଦ୍ୱିତୀୟ ଟାଇଟଲ। ଏସିଆ ଚାମ୍ପିୟନଶିପ୍‌ ଟାଇଟଲ ବ୍ୟତୀତ ଏହି ଭାରତୀୟ ଯୋଡ଼ି ୨୦୨୨ ରାଜ୍ୟଗୋଷ୍ଠୀ କ୍ରୀଡ଼ା ଜିତିଥିବା ବେଳେ ବିଡବ୍ଲ୍ୟୁଏଫ୍‌ ଓ୍ବାଲର୍‌ଡ ଟୁର୍‌ରେ ୫କ୍ୟାରିୟର ଟାଇଟଲ ହାସଲ କରିଛନ୍ତି। ୨୨ବର୍ଷୀୟ ସାତ୍ତ୍ୱିକଙ୍କ ଘର ଅମଲାପୁରମରେ ହୋଇଥିବା ବେଳେ ୨୫ ବର୍ଷୀୟ ଚିରାଗଙ୍କ ଜନ୍ମ ମୁମ୍ବାଇରେ। ରବିବାରର ଏହି ଫାଇନାଲ ପୂର୍ବରୁ ଭାରତ ୧୯୬୨ଠାରୁ ଏହି କଣ୍ଟିନେଣ୍ଟାଲ ଚାମ୍ପିୟନଶିପ୍‌ରେ ବିଭିନ୍ନ କାଟେଗୋରିରେ ଗୋଟିଏ ସ୍ବର୍ଣ୍ଣ ଓ ୧୭ ବ୍ରୋଞ୍ଜ ପଦକ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ବିଶ୍ୱର ଏହି ଦେଶ ପାଖରେ ରହିଛି ସବୁଠୁ ଘାତକ ବାୟୁସେନା, ଜାଣନ୍ତୁ କେଉଁ ସ୍ଥାନରେ ରହିଛି ଭାରତ…

ବିଶ୍ୱରେ ବଢ଼ୁଥିବା ଭୂରାଜନୈତିକ ଉତ୍ତେଜନା ଯେପରିକି ୟୁକ୍ରେନ ସଙ୍କଟ ଏବଂ ମଧ୍ୟପ୍ରାଚ୍ୟର ପରିସ୍ଥିତି, ସାମରିକ ଖର୍ଚ୍ଚ ରେକର୍ଡ ସ୍ତରରେ ପହଞ୍ଚିବାରେ ଲାଗିଛି। ଷ୍ଟକହୋମ୍‌ ଇଣ୍ଟରନ୍ୟାଶନାଲ ପିସ୍‌ ରିସର୍ଚ୍ଚ…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ହୋଇପାରେ ଭୟଙ୍କର ଯୁଦ୍ଧ! ଇରାନ ବିରୁଦ୍ଧରେ ଯୁଦ୍ଧ କରିବାକୁ ପ୍ରସ୍ତୁତ ହେଉଛି ଆମେରିକା

ନୂଆଦିଲ୍ଲୀ,୨୯।୩:  ଇରାନ ସହିତ ମାସେ ଧରି ଚାଲିଥିବା ସଂଘର୍ଷର କୌଣସି ଠୋସ୍ ଫଳାଫଳ ମିଳି ନଥିବା ଲକ୍ଷ୍ୟ କରି, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ନୂତନ ପ୍ରସ୍ତୁତି…

ଦୋକାନ-ରାଜପଥ ବନ୍ଦ, ବିବାହ ଉପରେ ପ୍ରତିବନ୍ଧକ… ଲାଗିଲା ‘ସ୍ମାର୍ଟ ଲକଡାଉନ’, କେମିତି ହେବ ଲାଗୁ ଜାଣନ୍ତୁ

ଇସଲାମାବାଦ,୨୯।୩: ଇରାନ ସହିତ ସଂଘର୍ଷ ପରେ, ଏକ ବିଶ୍ୱ ତୈଳ ସଙ୍କଟ ଦେଖାଦେଇଛି। ଏହି ତୈଳ ସଙ୍କଟ ଯୋଗୁ, ପାକିସ୍ତାନର ଆର୍ଥିକ ସ୍ଥିତି ବହୁତ ଖରାପ ହୋଇଛି।…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri