କେନ୍ଦ୍ରୀୟ ବିଦ୍ୟାଳୟରେ ଶପଥ ଗ୍ରହଣ ସମାରୋହ: ନୂତନ ଦାୟିତ୍ୱ ନେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟରେ ନୂତନ ଶିକ୍ଷାବର୍ଷ ପାଇଁ ଶପଥ ଗ୍ରହଣ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ବିଦ୍ୟାଳୟରେ
ଛାତ୍ରୀଛାତ୍ରଙ୍କ ମଧ୍ୟରେ ନେତୃତ୍ୱ ଗୁଣ, ଶୃଙ୍ଖଳା, ଦାୟିତ୍ୱବୋଧ ଓ ସହଯୋଗୀ ମନୋଭାବ ବିକାଶ କରିବା ଉଦ୍ଦେଶ୍ୟରେ ଏହି ସମାରୋହ ଆୟୋଜିତ ହୋଇଥିଲା।

ସମାରୋହରେ ନବନିର୍ବାଚିତ କ୍ଲାସ କ୍ୟାପଟେନ, ଭାଇସ କ୍ୟାପଟେନ, ସ୍ପୋର୍ଟସ କ୍ୟାପଟେନଙ୍କୁ ସମେତ ବିଭିନ୍ନ ଦାୟିତ୍ୱରେ ମନୋନୀତ ଛାତ୍ରୀଛାତ୍ର ଶପଥ ଗ୍ରହଣ କରିଥିଲେ। ସେମାନେ ବିଦ୍ୟାଳୟର ନିୟମ ଓ ଶୃଙ୍ଖଳା ପାଳନ କରିବା ସହ ନିଜ ଦାୟିତ୍ୱକୁ ସୁଚାରୁରୂପେ ତୁଲାଇବା ପାଇଁ ଶପଥ ନେଇଥିଲେ।
ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ.ଗଗନ ବିହାରୀ ପୁରୋହିତ ଉତ୍ସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀଛାତ୍ରଙ୍କୁ ଉତ୍ସାହିତ କରିବା ସହ ଶୃଙ୍ଖଳିତ ଜୀବନ ବିତାଇବା ପାଇଁ ଆହ୍ବାନ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କମାନୁ ସଭାରେ ଅଧ୍ୟକ୍ଷତା କରିଥିଲେ। ବରିଷ୍ଠ ଶିକ୍ଷକ ଜ୍ୟୋତି ପ୍ରକାଶ ସାହୁ ସଭାକୁ ସଂଯୋଜନା କରିଥିଲେ। ଶିକ୍ଷକ-ଶିକ୍ଷୟିତ୍ରୀ ଓ ଅନ୍ୟାନ୍ୟ କର୍ମଚାରୀ ନବନିଯୁକ୍ତ ଛାତ୍ର ନେତାମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ନିଷ୍ଠା, ଶୃଙ୍ଖଳା ଓ ଆଦର୍ଶ ନେତୃତ୍ୱର ସହ ଦାୟିତ୍ୱ ତୁଲାଇବାକୁ ପରାମର୍ଶ ଦେଇଥିଲେ। ସମାରୋହରେ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ମଧ୍ୟରେ ବେଶ ଉତ୍ସାହ ପରିଲକ୍ଷିତ ହୋଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କାଦେଲା ଟ୍ରକ୍‌, ଚାପି ହୋଇଗଲେ ଚାଳକ

ଧାମନଗର,୧୦ା୯(ସନ୍ତୋଷ କୁମାର ମହାପାତ୍ର): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହେଇଥିବାବେଳେ ଧାମନଗର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି। ସୂଚନା ମୁତାବକ କେନ୍ଦୁଆ ପଦା-ଗଣ୍ଡଗରା…

ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଗ୍ରାହକ ହନ୍ତସନ୍ତ, ବ୍ୟାଙ୍କସେବା ପ୍ରଭାବିତ ହେବା ଆଶଙ୍କାରେ…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ପାଞ୍ଚ ଦିନିଆ କାର୍ଯ୍ୟସପ୍ତାହ ଲାଗୁ କରିବାରେ ବିଳମ୍ବ, ପ୍ରଦର୍ଶନ ଆଧାରିତ ପ୍ରୋତ୍ସାହନ (ପିଏଲଆଇ) ସ୍କିମ୍‌କୁ ନେଇ ମତଭେଦ ସମେତ ବିଭିନ୍ନ ଦାବି ପୂରଣ…

ହାତୀପଲ ଖାଇଯାଉଛନ୍ତି ପନିପରିବା, ଧାନଫସଲ ଦଳଚକଟି ନଷ୍ଟ କରିବା ସହ…

ଦିଗପହଣ୍ଡି,୧୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର, ହାତୀଆଡ଼ି, ଦେଓଖାଳି, ବାଗଡ଼ା, ସୁମନ୍ତପୁର, କରପଡ଼ା ସମେତ ଚିକିଟି ବ୍ଲକର କେ.ନୂଆଗାଁ ଆଦି ଗ୍ରାମରେ ଗତ…

ସ୍କୁଲରେ ଛାତ୍ରୀଙ୍କୁ ଘାରିଛି ଭୂତଭୟ, ଜଣଙ୍କ ପରେ ଜଣେ ହଠାତ୍‌ ତଳେପଡ଼ି ଗପୁଛନ୍ତି ଏଣୁତେଣୁ, ଆଜି ମେଡିକାଲ ଟିମ୍‌ ପହଞ୍ଚି…

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଉଳପଡ଼ାସ୍ଥିତ ଗଜେଶ୍ୱର ବିଦ୍ୟାପୀଠରେ ୭ଜଣ ଛାତ୍ରୀଙ୍କୁ ଭୂତ ଭୟ ଘାରିଛି ବୋଲି କୁହାଯାଉଛି। ଏହି ବିଦ୍ୟାଳୟକୁ ନିକଟବର୍ତ୍ତୀ…

ଜମ୍ବୁରୁ ତାମିଲନାଡୁକୁ ଗୋ’ ଚାଲାଣ, ସ୍ଥାନୀୟ ଦଲାଲଙ୍କ ସହଯୋଗରେ…

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ଜମ୍ବୁ-ବାବର ରାସ୍ତା ନିକଟ ଭାଟେଣୀ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଟ୍ରକ୍‌(ନଂ. ଟିଏନ…

ପ୍ରବଳ ବର୍ଷା-ବିଦ୍ୟୁତ କାଟ ସତ୍ତ୍ୱେ ଭୀମଭୋଇ ଭିନ୍ନକ୍ଷମ ଶିବିର: ଟର୍ଚ୍ଚ ଆଲୁଅରେ ସେବା ଯୋଗାଇଲେ ଡାକ୍ତର

ଥୁଆମୂଳ ରାମପୁର,୧୧।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ଲଗାଣ ବର୍ଷା ସତ୍ତ୍ୱେ ୧୭୪…

ଧର୍ମଶାଳାରେ ଅବକାରୀ ବିଭାଗ ଓ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟଙ୍କ ମିଳିତ ଚଢ଼ାଉ: ଟ୍ୟୁବ୍‌ ଭିତରୁ ୪୦୦ ଲିଟର ଦେଶୀ ମଦ ଜବତ

ଧର୍ମଶାଳା,୧୧ା୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଅବକାରୀ ବିଭାଗ ଅନ୍ତର୍ଗତ ଦେଓଦା ଗାଁରେ ଶୁକ୍ରବାର ସକାଳୁ ଅଚାନକ ଚଢ଼ାଉ କରାଯାଇଛି । ଅବକାରୀ ବିଭାଗ ଓ…

କୋରାପୁଟ ଜିଲାରେ ୪୭୭ ମିମି ବର୍ଷା: କୁନ୍ଦ୍ରାରେ ସର୍ବାଧିକ ୫୯ ମିମି

କୋରାପୁଟ,୧୧ା୯(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବ୍ଲକ୍‌ରେ ଶୁକ୍ରବାର ୪୭୭ ମିମି ବର୍ଷା ରେକର୍ଡ ହୋଇଛି । ଜିଲାର କୁନ୍ଦ୍ରା ବ୍ଲକ୍‌ରେ ସର୍ବାଧିକ ୫୯ ମିମି ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri