Posted inଖେଳ

ସେମିଫାଇନାଲରେ ପହଞ୍ଚିଲା ସୁଇଡେନ, ସ୍ପେନ

ଅକଲାଣ୍ଡ/ଓ୍ବେଲିଂଟନ,୧୧।୮: ସୁଇଡେନ ଓ ସ୍ପେନ୍‌ ଚଳିତ ଫିଫା ମହିଳା ଫୁଟ୍‌ବଲ ବିଶ୍ୱ କପ୍‌ରେ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି। ଅକ୍‌ଲାଣ୍ଡଠାରେ ଅନୁଷ୍ଠିତ କ୍ୱାର୍ଟରଫାଇନାଲ ମ୍ୟାଚରେ ସୁଇଡେନ ୨-୧ ଗୋଲ୍‌ରେ ଜାପାନକୁ ପରାସ୍ତ କରିଛି।

ସୁଇଡେନ୍‌ ପକ୍ଷରୁ ଅମାଣ୍ଡା ଇଲେଷ୍ଟେଡ୍‌ ପ୍ରଥମାର୍ଦ୍ଧ ଖେଳର ୩୨ତମ ମିନିଟ୍‌ରେ ଗୋଲ୍‌ ସ୍କୋର କରିଥିଲେ। ଦଳପକ୍ଷରୁ ଦ୍ୱିତୀୟ ଗୋଲ୍‌ ଫିଲିପା ଆଲେଞ୍ଜଲଡାଲ୍‌ ୫୧ତମ ମିନିଟ୍‌ରେ ଏକ ପେନାଲ୍ଟିକୁ ଗୋଲ୍‌ରେ ରୂପାନ୍ତରିତ କରିଥିଲେ। ଖେଳର ଶେଷ ମୁହୂର୍ତ୍ତରେ ଜାପାନର ହୋନୋକା ହାୟାସି (୮୭ତମ ମିନିଟ) ଗୋଟିଏ ଗୋଲ୍‌ ପରିଶୋଧ କରିଥିଲେ।

ସେହିପରି ଓ୍ବେଲିଂଟନଠାରେ ଅତିରିକ୍ତ ସମୟ ଖେଳରେ ସଲ୍‌ମା ପାରାଲୁଏଲୋଙ୍କ ଗୋଲ୍‌ ବଳରେ ସ୍ପେନ୍‌ ୨-୧ ଗୋଲ୍‌ରେ ନେଦରଲାଣ୍ଡ୍ସକୁ ପରାସ୍ତ କରିଛି। ଫଳରେ ବିଶ୍ୱର ୬ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଦଳ ପ୍ରଥମ ଥର ମହିଳା ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିଛି।

ୟୁରୋପୀୟ ଫୁଟ୍‌ବଲର ଦୁଇ ଶକ୍ତିଶାଳୀ ଫୁଟ୍‌ବଲ ଦଳ ମଧ୍ୟରେ ଅନୁଷ୍ଠିତ ଏହି ମ୍ୟାଚ ବେଶ ସଂଘର୍ଷପୂର୍ଣ୍ଣ ଥିଲା। ନିର୍ଦ୍ଧାରିତ ସମୟ ଖେଳ ୧-୧ ଗୋଲ୍‌ରେ ଅମୀମାଂସିତ ରହିଥିଲା। ମାରିଓନା କାଲ୍‌ଡେଣ୍ଟି ୮୧ତମ ମିନିଟ୍‌ରେ ହ୍ୟାଣ୍ଡବଲ୍‌ରୁ ମିଳିଥିବା ଏକ ପେନାଲ୍ଟିୁ ଗୋଲ୍‌ରେ ରୂପାନ୍ତରିତ କରି ସ୍ପେନକୁ ୧-୦ରେ ଅଗ୍ରଣୀ କରାଇଥିଲେ। ନେଦରଲାଣ୍ଡ୍ସର ଷ୍ଟିଫାନି ଭାନ୍‌ ଡର ଗ୍ରାଟ୍‌ ୯୦+୧ତମ ମିନିଟ୍‌ରେ ଏକ ଗୋଲ ସ୍କୋର କରି ମ୍ୟାଚକୁ ବରାବର ସ୍ଥିତିକୁ ନେଇ ଆସିଥିଲେ। ପରେ ଅତିରିକ୍ତ ସମୟ ଖେଳରେ ୧୯ ବର୍ଷୀୟା ସଲ୍‌ମା ୧୧୧ତମ ମିନିଟ୍‌ରେ ଗୋଲ ଦେଇ ସ୍ପେନକୁ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri