Posted inଖେଳ

ଷ୍ଟାର୍‌ ଫୁଟ୍‌ବଲ୍‌ କିଲିଆନ୍‌ ଏମ୍‌ବାପ୍ପେଙ୍କ ନାଁରେ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୫।୧୦: ସ୍ଵିଡେନ ଷ୍ଟକହୋମର ବିଳାସପୂର୍ଣ୍ଣ ବ୍ୟାଙ୍କ ହୋଟେଲରେ ବଳାତ୍କାର ହୋଇଥିବା ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛନ୍ତି। ତଦନ୍ତ ବେଳେ ଏକ କଳା ଟ୍ରାଉଜର, ଏକ ଟପ୍, ଏବଂ ମହିଳାଙ୍କ ଅନ୍ତଃବସ୍ତ୍ର ଜବତ କରାଯାଇଥିବା ଜଣାପଡିଛି। ତେବେ ଜବତ ହୋଇଥିବା ଏହି ଜିନିଷଗୁଡିକ ଷ୍ଟାର ଫୁଟବଲରଙ୍କର କି ନୁହେ ତାହା ସ୍ପଷ୍ଟ ହୋଇନାହିଁ।

ଗଣମାଧ୍ୟମ ରିପୋର୍ଟ ପରେ ସ୍ଵିଡେନର ଓକିଲମାନେ ମଙ୍ଗଳବାର ବଳାତ୍କାର ସମ୍ପର୍କୀୟ ତଦନ୍ତକୁ ନିଶ୍ଚିତ କରିଛନ୍ତି କିନ୍ତୁ ସନ୍ଦିଗ୍ଧଙ୍କ ନାମ କହି ନାହାଁନ୍ତି। ତେବେ ଗଣମାଧ୍ୟମ ସଂସ୍ଥା ଏକ୍ସପ୍ରେସନ୍ କହିଛି ଯେ, ବଳାତ୍କାର ଏବଂ ଯୌନ ନିର୍ଯାତନା ଅଭିଯୋଗରେ ଏମ୍‌ବାପ୍ପେ ସମ୍ଭାବ୍ୟ “ଅଭିଯୁକ୍ତ ତାଲିକାରେ” ରହିଛନ୍ତି।

ଅନ୍ୟପଟେ ସୋମବାର ଖବର ସରବରାହ ସଂସ୍ଥା ଏପିଏଫ ଏମ୍‌ବାପ୍ପେଙ୍କ ବନ୍ଧୁମାନଙ୍କୁ ଯୋଗାଯୋଗ କରିବାରୁ ସେମାନେ କହିଛନ୍ତି ଯେ, ତାଙ୍କ ବିରୋଧରେ କରାଯାଇଥିବା ଆଇନଗତ ଅଭିଯୋଗ ବିଷୟରେ କୌଣସି ସୂଚନା ତାଙ୍କ ପାଖରେ ନାହିଁ। ତେବେ ନିକଟରେ ଏମ୍‌ବାପ୍ପେଙ୍କୁ ନେସନ ଲିଗ୍ ମ୍ୟାଚ୍ ପାଇଁ ଫ୍ରାନ୍ସ ଅନ୍ତର୍ଜାତୀୟ ଦଳରେ ଚୟନ କରାଯାଇ ନାହିଁ, ତେଣୁ ଗତ ଗୁରୁବାର ଦିନ ଏକ ଦଳ ସହିତ ସ୍ୱିଡେନର ରାଜଧାନୀ ଯାତ୍ରା କରିଥିଲେ।

ଏସବୁ ଖବର ମଧ୍ୟରେ ସୋମବାର, ଏମ୍‌ବାପ୍ପେ ନିଜେ ସୋସିଆଲ ମିଡିଆରେ ଏକ ପୋଷ୍ଟରେ ଏସବୁ ଘଟଣା ମିଛ ବୋଲି କହିଛନ୍ତି। ଏହା ପୂର୍ବରୁ ଖବର ଆସିଥିଲା ଯେ, ଏମ୍‌ବାପ୍ପେଙ୍କ ପୂର୍ବତନ କ୍ଲବ୍ ପ୍ୟାରିସ୍ ସେଣ୍ଟ୍-ଜର୍ମାନ୍ ସହିତ ତାଙ୍କର ବିବାଦ ଚାଲିଛି, କାରଣ ସେମାନେ ତାଙ୍କର ବକେୟା ଟଙ୍କା ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ ଗୁରୁବାର କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri