ବରଗଡ଼କୁ ଲମ୍ବିଛି ଝାଡୁଦାର ନିଯୁକ୍ତି ଠକେଇର ଚେର, ଜିଲାପାଳଙ୍କୁ ଭେଟି ମହିଳା…

ବରଗଡ଼,୨୬ା୧୦(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ଜିଲା ବୁର୍ଲା ଥାନା ପୋଲିସ ହାତରେ ଧରାପଡ଼ିଥିବା ଝାଡୁଦାର ନିଯୁକ୍ତି ଠକେଇର ଚେର ବରଗଡ଼ ଜିଲାକୁ ଲମ୍ବିଛି। ଶୁକ୍ରବାର ଭଟଲି ଥାନାରେ ଏଭଳି ଠକେଇ ଅଭିଯୋଗ ନେଇ ଦୁଲଣା କୁମ୍ଭାର ସମେତ ଅନେକ ମହିଳା ଏତଲା ଦେଇଛନ୍ତି। ତାଙ୍କ ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ- ୨୭୫/୨୫) ରୁଜୁ କରିଛି। ସେହିପରି ଠକେଇ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବା ଦାବିରେ ଶନିବାର ମହିଳାମାନେ ବରଗଡ଼ ଜିଲାପାଳଙ୍କୁ ଫେରାଦ ହୋଇ ଦାବିପତ୍ର ପ୍ରଦାନ କରିଛନ୍ତି।

ସୂଚନା ଅନୁଯାୟୀ, ଭଟଲି ବ୍ଲକ ଅନ୍ତର୍ଗତ ବାଞ୍ଜିପାଲି ଗ୍ରାମର ଜଣେ ମହିଳା ଝାଡୁଦାର ନିଯୁକ୍ତି ଦେବା ପ୍ରତିଶ୍ରୁତି ଦେଇ ଉକ୍ତ ବ୍ଲକର କମଗାଁ ଗ୍ରାମର ଦୁଲଣା କୁମ୍ଭାରଙ୍କ ସମେତ ଅନେକ ମହିଳାଙ୍କଠାରୁ ଜଣ ପ୍ରତି ୧୩ହଜାର ଟଙ୍କା ଲେଖାଏ ନେଇଥିଲେ। ବରଗଡ଼ -ଭଟଲି ରାସ୍ତାରେ ଝାଡୁ ମାରିବା ପାଇଁ ସ୍ଥାନ ମଧ୍ୟ ଦେଖାଇଥିଲେ। ସେହି କ୍ରମରେ ଗତ ସେପ୍ଟେମ୍ବର ୨୫ରୁ ମହିଳାମାନେ ଝାଡୁ ମାରିବା ମଧ୍ୟ ଆରମ୍ଭ କରିଥିଲେ। ମାତ୍ର ଗତ ୨୩ତାରିଖ ନିଯୁକ୍ତି ଦେଇଥିବା ସମ୍ପୃକ୍ତ ମହିଳା କାମ ବନ୍ଦ ହୋଇଗଲା ବୋଲି କହିଥିଲେ। ତେବେ କାମ ବନ୍ଦ ହୋଇଗଲେ ସମସ୍ତ ଟଙ୍କା ଫେରାଇବାକୁ ସମ୍ପୃକ୍ତ ମହିଳା କହିଥିଲେ। କିନ୍ତୁ ଏବେ ସେ ଟଙ୍କା ଫେରାଉ ନଥିବା ଅଭିଯୋଗ ହୋଇଛି। ଗତ କିଛିଦିନ ତଳେ ଭେଡେନ ଅଞ୍ଚଳର ମହିଳାମାନେ ମଧ୍ୟ ଅନୁରୂପ ଅଭିଯୋଗ କରିଥିଲେ। ତେବେ କେବଳ ଭଟଲି, ଭେଡେନ ନୁହେଁ, ବରଗଡ଼ ଜିଲାର ଅନ୍ୟ ବ୍ଲକର ମହିଳାମାନେ ମଧ୍ୟ ଏଭଳି ଠକେଇର ସମ୍ମୁଖୀନ ହୋଇଥିବା ସାଧାରଣରେ ଆଲୋଚନା ହେଉଛି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?