ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ ବନ୍ଦ ହେବା ଗଞ୍ଜାମବାସୀଙ୍କୁ ଚିନ୍ତାରେ ପକାଇଛି। ସାନିଟେସନ ଏକ୍ସପର୍ଟ ଏନ୍‌ଏସିରେ କାର୍ଯ୍ୟରତ କିଛି ସୁଇପରଙ୍କୁ କାର୍ଯ୍ୟରୁ ବାହାର କରିଦେବା ନେଇ ସମସ୍ୟା ଉପୁଜିଛି। କାହିଁକି କାମକୁ ଆସିବାକୁ ବାରଣ କରାଯାଇଛି ବୋଲି ଅନ୍ୟ ସୁଇପରମାନେ ପ୍ରଶ୍ନ କରିବା ସହ ଆନ୍ଦୋଳନକୁ ଓହ୍ଲାଇଥିବା ଜଣାପଡ଼ିଛି। ସୁଇପରମାନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ପ୍ରତ୍ୟାଖାନ କରି ଅଗସ୍ତି ନୂଆଗାଁର କିଛି ନୋଳିଆ ସମ୍ପ୍ରଦାୟ ମହିଳାଙ୍କୁ ସଫେଇ କାର୍ଯ୍ୟରେ ନିୟୋଜିତ କରିଥିଲା ଏନ୍‌ଏସି ପ୍ରଶାସନ। ଉକ୍ତ ନୋଳିଆ ସମ୍ପ୍ରଦାୟର ମହିଳାମାନେ ସହରରେ ସଫେଇ କରୁଥିବା ଖବର ପାଇ ଗଞ୍ଜାମ ଏନ୍‌ଏସିରେ ବର୍ଷବର୍ଷ ଧରି ସଫେଇ କରୁଥିବା ସଫେଇ ସୁଇପରମାନେ ସେଠାରେ ପହଞ୍ଚି ପ୍ରବଳ ହୋ-ହଲ୍ଲା କରିଥିଲେ। ଫଳରେ ସେଠାରେ କିଛି ସମୟ ପାଇଁ ଉତ୍ତେଜନା ପ୍ରକାଶ ପାଇଥିଲା। ପରେ ଏନ୍‌ଏସି ସୁଇପରମାନେ ଏନ୍‌ଏସି ଆଗରେ ଧାରଣା ଦେଇଥିବା ଦେଖିବାକୁ ମିଳିଥିଲା।

ଏ ସମ୍ପର୍କରେ ଇଓ ଅପର୍ଣ୍ଣା ଡାଙ୍ଗୁଆ ପଚାରିବାରେ ସୁଇପରଙ୍କ କାର୍ଯ୍ୟବନ୍ଦ ଘଟଣାକୁ ସ୍ବୀକାର କରିବା ସହ ବର୍ତ୍ତମାନ ବିଭିନ୍ନ ସାହିରେ ମା’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଛି। ସେହି କାରଣରୁ ଅନ୍ୟମାନଙ୍କୁ ସଫେଇ ପାଇଁ ନିୟୋଜିତ କରିଥିଲୁ ତଥାପି ଖୁବ୍‌ଶୀଘ୍ର ସମସ୍ୟା ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିବୁ ବୋଲି ଇଓ ଡାଙ୍ଗୁଆ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଗଞ୍ଜାମ ସହରର ଜଣେ ଠିକାଦାର ସମସ୍ୟା ସମାଧାନ ନକରି ବିଷ ମଞ୍ଜି ବୁଣିଥିବା ଆଲୋଚନା ହେଉଛି। ସୁଇପର କାର୍ଯ୍ୟରେ ଦଖଲ କରି ସାନିଟେସନ କାର୍ଯ୍ୟ ନିଜ ଅଧିନରେ ରଖିବା ମସୁଧା ଚଳାଇଥିବା ସହରରେ ଚର୍ଚ୍ଚା ଜୋର ଧରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?