ରୋଜଗାର ଦେଉଛି ମିଠା ମକା ଚାଷ

ଭବାନୀପାଟଣା,୧୪।୩(ଉତ୍ତମ କୁମାର ଦାଶ)ପରିବାର ଗୁଜୁରାଣ ମେଣ୍ଟାଇବାରେ ସହାୟକ ହୋଇଛି ମିଠା ମକା ଚାଷ (ସୁଇଟକର୍ଣ୍ଣ)। ସକାଳ ହେଉ କି ସନ୍ଧ୍ୟା ଛୋଟପିଲାଙ୍କଠାରୁ ଆରମ୍ଭ କରି ଯୁବପିଢ଼ୀ ଏହାକୁ ଖାଇବାକୁ ସମସ୍ତେ ପସନ୍ଦ କରୁଛନ୍ତି। ତେବେ ଏହି ସୁଇଟକର୍ଣ୍ଣ ବା ମିଠାମକା ଚାଷ କରି ଲାଭବାନ ହେଉଛନ୍ତି ଚାଷୀ। ବଦଳାଇ ଦେଇଛି ଜଣେ ଚାଷୀଙ୍କ ଜୀବନ ଶୈଳୀ। ମିଠା ମକା ଚାଷ କରି ସ୍ବାବଲମ୍ବୀ ହୋଇପାରିଛନ୍ତି କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ କପୁରମାଲ ଗାଁର ହର ପଟେଲ। ଏହି ଚାଷ କରି ସେ ଏବେ ବେଶ ଲାଭବାନ ହୋଇଛନ୍ତି। ୮ରୁ ୧୦ ହଜାର ଟଙ୍କା ଖର୍ଚ୍ଚ କରି ଏବେ ଲାଭ ପାଉଛନ୍ତି ୬୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା। ଗତ ୫ ବର୍ଷ ହେବ ମିଠାମକା ଚାଷ କରି ହର ସ୍ବାବଲମ୍ବୀ ହେବା ସହ ଅନ୍ୟମାନଙ୍କୁ ରୋଜଗାରକ୍ଷମ କରିବାରେ ସହାୟକ ହୋଇପାରିଛନ୍ତି। ଉତ୍ପାଦିତ ଫସଲକୁ ସେ ବିକ୍ରି ପାଇଁ ପାଖ ବଜାର ଓ ଆଖପାଖ ଅଞ୍ଚଳ ଉପରେ ନିର୍ଭର କରନ୍ତି। ଯୁବଚାଷୀ ହର କମ ଖର୍ଚ୍ଚରେ ଓ କମ ସମୟରେ ଅମଳ ହେବା ଚାଷ ପ୍ରଣାଳୀକୁ ଆପଣାଇ ଆରମ୍ଭ କରିଥିଲେ ମିଠାମକା ଚାଷ। ଏହା ସହ ସେ ପନିପରିବା ଚାଷ ମଧ୍ୟ କରିଛନ୍ତି। ହର ସ୍ଥାନୀୟ କୃଷୀ ଅଧିକାରୀଙ୍କଠାରୁ ବୁଝାବୁଝି କରି ଜୈବିକ ଓ ରାସାୟନିକ ପଦ୍ଧତିରେ ମିଠାମକା ଚାଷ କରିଛନ୍ତି। ଋତୁ ଅନୁସାରେ ଚାଷୀ ଜଣକ ନିଜ କ୍ଷେତରୁ ବାର୍ଷିକ ୨ ଥର ଫସଲ ଉତ୍ପାଦନ କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିବାରେ ସକ୍ଷମ ହୋଇପାରିଛନ୍ତି। ସରକାରୀସ୍ତରରେ ଚାଷୀଙ୍କୁ ଯଦି ଉନ୍ନତ ମାନର ବିହନ ଯୋଗାଇ ଦିଆଯାଇ ପାରନ୍ତା ତେବେ ଆଗାମୀ ଦିନରେ ଏହି ଅଞ୍ଚଳର ଅନେକ ଯୁବକ ମିଠାମକା ଚାଷ କରି ଲାଭବାନ ହୋଇପାରନ୍ତେ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ପ୍ରଚାର ଜୋରଦାର: ଘରେ ଘରେ ପହଞ୍ଚିଲେ ମାନଗୋବିନ୍ଦ

ଦାରିଙ୍ଗବାଡି, ୯/୫ (ଅରୁଣ ସାହୁ):କନ୍ଧମାଳ ଜିଲା ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ଭାଜପାର ବିଧାନସଭା ପ୍ରାର୍ଥୀ ମାନଗୋବିନ୍ଦ ପ୍ରଧାନ ନିଜ ପ୍ରଚାର ଜୋରଦାର କରିଛନ୍ତି। ସେ...

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ...

କ୍ଷମତାକୁ ଆସିଲେ ମହିଳାଙ୍କୁ ୫୦ ହଜାର ଟଙ୍କାର କୁପନ: ଧର୍ମେନ୍ଦ୍ର

ଦେବଗଡ଼,୯।୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ଧାନର ସର୍ବନିମ୍ନ ଦର ୩୧ଶହ ଟଙ୍କା ଧାର୍ଯ୍ୟ ହେବ। ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ଟଙ୍କାର...

ବସୁଧା ଯୋଜନା ବାଟବଣା

ନୂଆପଡ଼ା,୯ା୫ (ମକାରୁ ବେମାଲ)ନୂଆପଡା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ କରଙ୍ଗାଭଟା ଗାଁରେ ଉତ୍କଟ ଜଳ ସଙ୍କଟ ଦେଖାଦେଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ...

‘ମୋର କିଛି ହେଲେ ସ୍ବାମୀ ଓ ବିଧାୟକ ଦାୟୀ’

ଚାନ୍ଦବାଲି,୯ା୫(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ରାଜନୀତି ଘଡ଼ିକେ ଘୋଡ଼ା ଛୁଟୁଛି। ନିର୍ବାଚନ ପରିବେଶ ସରଗରମ ଥିବା ବେଳେ ଚାନ୍ଦବାଲିର ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷା ମାନସୀ...

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ...

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ...

ପଳାଶୁଣି ଫୁଟ ଓଭରବ୍ରିଜ୍‌ ହେଉନି, ଜୀବନ ଯାଉଛି

ଭୁବନେଶ୍ୱର,୯।୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀର ପଳାଶୁଣି ଛକ ଦୁର୍ଘଟଣାର ହଟସ୍ପଟ ପାଲଟିଛି। ଫୁଟ୍‌ ଓଭରବ୍ରିଜ୍‌ ନ ଥିବାରୁ ରାସ୍ତା ପାରି ହେବା, ବେପରୁଆ ଗାଡ଼ି ଚାଳନା ଏବଂ ପାର୍କିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri