ରୋଜଗାର ଦେଉଛି ମିଠା ମକା ଚାଷ

ଭବାନୀପାଟଣା,୧୪।୩(ଉତ୍ତମ କୁମାର ଦାଶ)ପରିବାର ଗୁଜୁରାଣ ମେଣ୍ଟାଇବାରେ ସହାୟକ ହୋଇଛି ମିଠା ମକା ଚାଷ (ସୁଇଟକର୍ଣ୍ଣ)। ସକାଳ ହେଉ କି ସନ୍ଧ୍ୟା ଛୋଟପିଲାଙ୍କଠାରୁ ଆରମ୍ଭ କରି ଯୁବପିଢ଼ୀ ଏହାକୁ ଖାଇବାକୁ ସମସ୍ତେ ପସନ୍ଦ କରୁଛନ୍ତି। ତେବେ ଏହି ସୁଇଟକର୍ଣ୍ଣ ବା ମିଠାମକା ଚାଷ କରି ଲାଭବାନ ହେଉଛନ୍ତି ଚାଷୀ। ବଦଳାଇ ଦେଇଛି ଜଣେ ଚାଷୀଙ୍କ ଜୀବନ ଶୈଳୀ। ମିଠା ମକା ଚାଷ କରି ସ୍ବାବଲମ୍ବୀ ହୋଇପାରିଛନ୍ତି କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ କପୁରମାଲ ଗାଁର ହର ପଟେଲ। ଏହି ଚାଷ କରି ସେ ଏବେ ବେଶ ଲାଭବାନ ହୋଇଛନ୍ତି। ୮ରୁ ୧୦ ହଜାର ଟଙ୍କା ଖର୍ଚ୍ଚ କରି ଏବେ ଲାଭ ପାଉଛନ୍ତି ୬୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କା। ଗତ ୫ ବର୍ଷ ହେବ ମିଠାମକା ଚାଷ କରି ହର ସ୍ବାବଲମ୍ବୀ ହେବା ସହ ଅନ୍ୟମାନଙ୍କୁ ରୋଜଗାରକ୍ଷମ କରିବାରେ ସହାୟକ ହୋଇପାରିଛନ୍ତି। ଉତ୍ପାଦିତ ଫସଲକୁ ସେ ବିକ୍ରି ପାଇଁ ପାଖ ବଜାର ଓ ଆଖପାଖ ଅଞ୍ଚଳ ଉପରେ ନିର୍ଭର କରନ୍ତି। ଯୁବଚାଷୀ ହର କମ ଖର୍ଚ୍ଚରେ ଓ କମ ସମୟରେ ଅମଳ ହେବା ଚାଷ ପ୍ରଣାଳୀକୁ ଆପଣାଇ ଆରମ୍ଭ କରିଥିଲେ ମିଠାମକା ଚାଷ। ଏହା ସହ ସେ ପନିପରିବା ଚାଷ ମଧ୍ୟ କରିଛନ୍ତି। ହର ସ୍ଥାନୀୟ କୃଷୀ ଅଧିକାରୀଙ୍କଠାରୁ ବୁଝାବୁଝି କରି ଜୈବିକ ଓ ରାସାୟନିକ ପଦ୍ଧତିରେ ମିଠାମକା ଚାଷ କରିଛନ୍ତି। ଋତୁ ଅନୁସାରେ ଚାଷୀ ଜଣକ ନିଜ କ୍ଷେତରୁ ବାର୍ଷିକ ୨ ଥର ଫସଲ ଉତ୍ପାଦନ କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିବାରେ ସକ୍ଷମ ହୋଇପାରିଛନ୍ତି। ସରକାରୀସ୍ତରରେ ଚାଷୀଙ୍କୁ ଯଦି ଉନ୍ନତ ମାନର ବିହନ ଯୋଗାଇ ଦିଆଯାଇ ପାରନ୍ତା ତେବେ ଆଗାମୀ ଦିନରେ ଏହି ଅଞ୍ଚଳର ଅନେକ ଯୁବକ ମିଠାମକା ଚାଷ କରି ଲାଭବାନ ହୋଇପାରନ୍ତେ ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?