ବିକ୍ରି ହୋଇପାରୁନି ମିଠାମକା, ଚିନ୍ତାରେ ଚାଷୀ

ବୁଗୁଡ଼ା,୨୮ା୭(ଡି.ଏନ.ଏ.)-ଓଡ଼ିଶାରେ ମିଠାମକା ଚାଷରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡ଼ା ଗ୍ରାମର ଚାଷୀ ଏବେ ହତାଶ ହୋଇ ପଡ଼ିଛନ୍ତି। ଉତ୍ପାଦିତ ମକା ବିକ୍ରି ପାଇଁ ଯାଇପାରୁ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତଦେଇ ବସି ରହିଛନ୍ତି। ଅମଳ ହୋଇଥିବା ମିଠାମକା ଗଦା ଗଦା ହୋଇ ରାସ୍ତାକଡ଼ରେ ପଡ଼ିରହିଛି। କୌଣସି ଗ୍ରାହକଙ୍କ ଦେଖାନାହିଁ।
ତାକରଡ଼ା ଗ୍ରାମର ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଚାଷୀ ପ୍ରତିବର୍ଷ ମିଠାମକା ଚାଷ କରି ସେମାନଙ୍କର ଗୁଜୁରାଣ ମେଣ୍ଟାନ୍ତି। ସେମାନେ ଏହି ଚାଷକୁ ମୁଖ୍ୟ ଜୀବିକା ରୂପେ ଗ୍ରହଣ କରିଥିବାରୁ ବିଭିନ୍ନ ବ୍ୟାଙ୍କରୁ ଋଣ ଆଣି ଚାଷରେ ଲଗାଇଥିଲେ। ଠିକ୍‌ ଅମଳ ବେଳକୁ କରୋନା ଲାଗି ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଲାଗୁ ହେବା ଯୋଗୁ ଦୂରାଦୂରାନ୍ତରୁ ଆସି ବ୍ୟବସାୟୀମାନେ ଆସି ମକା କ୍ରୟ କରିପାରୁନାହାନ୍ତି । ଚାଷୀମାନେ ବି କେଉଁଆଡ଼େ ମକା ପଠାଇ ପାରୁନାହାନ୍ତି । ବିଗତ ବର୍ଷଗୁଡିକରେ ଏଠାର ମିଠାମକା ଜିଲା ସମେତ କଟକ, ଭୁବନେଶ୍ୱର ଏପରିକି କୋଲକତା ଏବଂ ମୁମ୍ବାଇକୁ ମଧ୍ୟ ପଠାଯାଇପାରୁଥିଲା। ମାତ୍ର ବର୍ତ୍ତମାନ ପରିସ୍ଥିତିରେ ଯାନବାହାନ ଚଳପ୍ରଚଳ ନ ହେବା ଯୋଗୁ ବ୍ୟବସାୟ ସମ୍ପୂର୍ଣ୍ଣ ଠପ୍‌ ହୋଇପଡ଼ିଛି। ଫଳରେ ଲକ୍ଷାଧିକ ଟଙ୍କା ଋଣ କରି ମକା ଚାଷ କରିଥିବା ଚାଷୀ କିପରି ଋଣ ଶୁଝିବେ ସେ ନେଇ ଚିନ୍ତାରେ ପଡ଼ିଛନ୍ତି। ତେଣୁ ସରକାର ସେମାନଙ୍କର ଋଣ ଛାଡ଼ କରିବାକୁ ଚାଷୀମାନେ ଅନୁରୋଧ କରିଛନ୍ତି। ମକାଚାଷୀ ମୁକୁନ୍ଦ ନାୟକ ଅନ୍ୟ ଚାଷୀମାନଙ୍କର ଅସୁବିଧା ଦର୍ଶାଇ ସରକାର ସେମାନଙ୍କ ଦୁଃଖ ବୁଝନ୍ତୁ ବୋଲି ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri