ବିକ୍ରି ହୋଇପାରୁନି ମିଠାମକା, ଚିନ୍ତାରେ ଚାଷୀ

ବୁଗୁଡ଼ା,୨୮ା୭(ଡି.ଏନ.ଏ.)-ଓଡ଼ିଶାରେ ମିଠାମକା ଚାଷରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡ଼ା ଗ୍ରାମର ଚାଷୀ ଏବେ ହତାଶ ହୋଇ ପଡ଼ିଛନ୍ତି। ଉତ୍ପାଦିତ ମକା ବିକ୍ରି ପାଇଁ ଯାଇପାରୁ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତଦେଇ ବସି ରହିଛନ୍ତି। ଅମଳ ହୋଇଥିବା ମିଠାମକା ଗଦା ଗଦା ହୋଇ ରାସ୍ତାକଡ଼ରେ ପଡ଼ିରହିଛି। କୌଣସି ଗ୍ରାହକଙ୍କ ଦେଖାନାହିଁ।
ତାକରଡ଼ା ଗ୍ରାମର ପ୍ରାୟ ୧୦୦ରୁ ଊର୍ଦ୍ଧ୍ୱ ଚାଷୀ ପ୍ରତିବର୍ଷ ମିଠାମକା ଚାଷ କରି ସେମାନଙ୍କର ଗୁଜୁରାଣ ମେଣ୍ଟାନ୍ତି। ସେମାନେ ଏହି ଚାଷକୁ ମୁଖ୍ୟ ଜୀବିକା ରୂପେ ଗ୍ରହଣ କରିଥିବାରୁ ବିଭିନ୍ନ ବ୍ୟାଙ୍କରୁ ଋଣ ଆଣି ଚାଷରେ ଲଗାଇଥିଲେ। ଠିକ୍‌ ଅମଳ ବେଳକୁ କରୋନା ଲାଗି ରାଜ୍ୟରେ ଲକ୍‌ଡାଉନ ଓ ଶଟ୍‌ଡାଉନ ଲାଗୁ ହେବା ଯୋଗୁ ଦୂରାଦୂରାନ୍ତରୁ ଆସି ବ୍ୟବସାୟୀମାନେ ଆସି ମକା କ୍ରୟ କରିପାରୁନାହାନ୍ତି । ଚାଷୀମାନେ ବି କେଉଁଆଡ଼େ ମକା ପଠାଇ ପାରୁନାହାନ୍ତି । ବିଗତ ବର୍ଷଗୁଡିକରେ ଏଠାର ମିଠାମକା ଜିଲା ସମେତ କଟକ, ଭୁବନେଶ୍ୱର ଏପରିକି କୋଲକତା ଏବଂ ମୁମ୍ବାଇକୁ ମଧ୍ୟ ପଠାଯାଇପାରୁଥିଲା। ମାତ୍ର ବର୍ତ୍ତମାନ ପରିସ୍ଥିତିରେ ଯାନବାହାନ ଚଳପ୍ରଚଳ ନ ହେବା ଯୋଗୁ ବ୍ୟବସାୟ ସମ୍ପୂର୍ଣ୍ଣ ଠପ୍‌ ହୋଇପଡ଼ିଛି। ଫଳରେ ଲକ୍ଷାଧିକ ଟଙ୍କା ଋଣ କରି ମକା ଚାଷ କରିଥିବା ଚାଷୀ କିପରି ଋଣ ଶୁଝିବେ ସେ ନେଇ ଚିନ୍ତାରେ ପଡ଼ିଛନ୍ତି। ତେଣୁ ସରକାର ସେମାନଙ୍କର ଋଣ ଛାଡ଼ କରିବାକୁ ଚାଷୀମାନେ ଅନୁରୋଧ କରିଛନ୍ତି। ମକାଚାଷୀ ମୁକୁନ୍ଦ ନାୟକ ଅନ୍ୟ ଚାଷୀମାନଙ୍କର ଅସୁବିଧା ଦର୍ଶାଇ ସରକାର ସେମାନଙ୍କ ଦୁଃଖ ବୁଝନ୍ତୁ ବୋଲି ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ବନ୍ଧାହେଲେ କୋଟିପତି ଫରେଷ୍ଟର

ଭୁବନେଶ୍ୱର,୨୭।୧୨: କୋରାପୁଟ ଜିଲା ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri