Posted inଖେଳ

ଟପ୍‌ ୨୦ରେ ସ୍ବିଟେକ୍‌

ଓ୍ବାଶିଂଟନ, ୧୩ା୧୦ (ଏପି)-ସୋମବାର ଟେନିସ୍‌ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଫ୍ରେଞ୍ଚ ୍‌ଓପନ୍‌ ମହିଳା ସିଙ୍ଗଲ୍ସ ଟାଇଟଲ ଜିତିବା ପରେ ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗ ତାଲିକାରେ ପୋଲାଣ୍ଡର ଇଗା ସ୍ବିଟେକ୍‌ ୩୭ ସ୍ଥାନ ଉପରକୁ ଉଠି ଟପ୍‌ ୨୦ରେ ପ୍ରବେଶ କରିଛନ୍ତି। ସେ ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୭ତମ ସ୍ଥାନରେ ପହଞ୍ଚତ୍ପାରିଛନ୍ତି। ଫ୍ରେଞ୍ଚ ଓପନରେ ଭାଗ ନେବା ବେଳକୁ ୧୯ ବର୍ଷୀୟା ସ୍ବିଟେକ ୫୪ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି ଥିଲେ। ୧୯୭୫ରେ ଡବ୍ଲ୍ୟୁଟିଏ କମ୍ପ୍ୟୁଟର ର଼୍ୟାଙ୍କିଙ୍ଗ ଆରମ୍ଭ ହେବାପରଠାରୁ ଏହି କ୍ଲେକୋର୍ଟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ସର୍ବନିମ୍ନ ର଼୍ୟାଙ୍କିଙ୍ଗ ଖେଳାଳି ହିସାବରେ ମହିଳା ଚାମ୍ପିୟନ ହୋଇଥିଲେ। ଫ୍ରେଞ୍ଚ ଓପନ୍‌ ପୂର୍ବରୁ ଯଥାକ୍ରମେ ପ୍ରଥମ ୩ ସ୍ଥାନ କରିଥିବା ଆସ୍‌ଲେ ବାର୍ଟି, ସିମୋନା ହାଲେପ୍‌ ଓ ନାଓମି ଓସାକା ର଼୍ୟାଙ୍କିଙ୍ଗ ତାଲିକାରେ ସେମାନଙ୍କ ସ୍ଥାନ ବଜାୟ ରଖିଛନ୍ତି। ସେରେନା ଓ୍ବିଲିୟମ୍ସ ୧୦ମ ସ୍ଥାନରେ ଅଛନ୍ତି। ରବିବାର ନୋଭାକ ଜୋକୋଭିଚ୍‌ଙ୍କୁ ପରାସ୍ତ କରି ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଳାମ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଟାଇଟଲ ଜିତିଥିଲେ ମଧ୍ୟ ରାଫାଲ ନାଡାଲ ଏଟିପି ର଼୍ୟାଙ୍କିଙ୍ଗ ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଜୋକୋଭିଚ୍‌ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ତାଙ୍କ ପଛକୁ ଯଥାକ୍ରମେ ରହିଛନ୍ତି ୟୁଏସ୍‌ ଓପନ୍‌ ଚାମ୍ପିୟନ ଡୋମିନିକ୍‌ ଥିମ୍‌ ଓ ରୋଜର ଫେଡରର। ଅନ୍ୟପକ୍ଷରେ ନାଡାଲଙ୍କଠାରୁ ହାରିବା ପୂର୍ବରୁ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ୍‌ ସେମିଫାଇନାଲ ଖେଳିଥିବା ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନ ପ୍ରଥମଥର ଏଟିପି ର଼୍ୟାଙ୍କିଙ୍ଗ ତାଲିକାର ଟପ୍‌ ୧୦ରେ ପ୍ରବେଶ କରିଛନ୍ତି। ସେ ୧୪ ତମ ସ୍ଥାନରୁ ୮ମକୁ ଉନ୍ନୀତ ହୋଇଛନ୍ତି। କ୍ରମାଗତ ଭାବେ ଦୁଇଟି ପ୍ରମୁଖ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ ଦ୍ୱାରା ଏହା ସମ୍ଭବ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri