Posted inଖେଳ

ଟପ୍‌ ୨୦ରେ ସ୍ବିଟେକ୍‌

ଓ୍ବାଶିଂଟନ, ୧୩ା୧୦ (ଏପି)-ସୋମବାର ଟେନିସ୍‌ ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଫ୍ରେଞ୍ଚ ୍‌ଓପନ୍‌ ମହିଳା ସିଙ୍ଗଲ୍ସ ଟାଇଟଲ ଜିତିବା ପରେ ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗ ତାଲିକାରେ ପୋଲାଣ୍ଡର ଇଗା ସ୍ବିଟେକ୍‌ ୩୭ ସ୍ଥାନ ଉପରକୁ ଉଠି ଟପ୍‌ ୨୦ରେ ପ୍ରବେଶ କରିଛନ୍ତି। ସେ ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୭ତମ ସ୍ଥାନରେ ପହଞ୍ଚତ୍ପାରିଛନ୍ତି। ଫ୍ରେଞ୍ଚ ଓପନରେ ଭାଗ ନେବା ବେଳକୁ ୧୯ ବର୍ଷୀୟା ସ୍ବିଟେକ ୫୪ ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି ଥିଲେ। ୧୯୭୫ରେ ଡବ୍ଲ୍ୟୁଟିଏ କମ୍ପ୍ୟୁଟର ର଼୍ୟାଙ୍କିଙ୍ଗ ଆରମ୍ଭ ହେବାପରଠାରୁ ଏହି କ୍ଲେକୋର୍ଟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ସର୍ବନିମ୍ନ ର଼୍ୟାଙ୍କିଙ୍ଗ ଖେଳାଳି ହିସାବରେ ମହିଳା ଚାମ୍ପିୟନ ହୋଇଥିଲେ। ଫ୍ରେଞ୍ଚ ଓପନ୍‌ ପୂର୍ବରୁ ଯଥାକ୍ରମେ ପ୍ରଥମ ୩ ସ୍ଥାନ କରିଥିବା ଆସ୍‌ଲେ ବାର୍ଟି, ସିମୋନା ହାଲେପ୍‌ ଓ ନାଓମି ଓସାକା ର଼୍ୟାଙ୍କିଙ୍ଗ ତାଲିକାରେ ସେମାନଙ୍କ ସ୍ଥାନ ବଜାୟ ରଖିଛନ୍ତି। ସେରେନା ଓ୍ବିଲିୟମ୍ସ ୧୦ମ ସ୍ଥାନରେ ଅଛନ୍ତି। ରବିବାର ନୋଭାକ ଜୋକୋଭିଚ୍‌ଙ୍କୁ ପରାସ୍ତ କରି ଫ୍ରେଞ୍ଚ୍‌ ଓପନ୍‌ ଗ୍ରାଣ୍ଡସ୍ଳାମ ଟେନିସ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଟାଇଟଲ ଜିତିଥିଲେ ମଧ୍ୟ ରାଫାଲ ନାଡାଲ ଏଟିପି ର଼୍ୟାଙ୍କିଙ୍ଗ ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ଜୋକୋଭିଚ୍‌ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ତାଙ୍କ ପଛକୁ ଯଥାକ୍ରମେ ରହିଛନ୍ତି ୟୁଏସ୍‌ ଓପନ୍‌ ଚାମ୍ପିୟନ ଡୋମିନିକ୍‌ ଥିମ୍‌ ଓ ରୋଜର ଫେଡରର। ଅନ୍ୟପକ୍ଷରେ ନାଡାଲଙ୍କଠାରୁ ହାରିବା ପୂର୍ବରୁ କ୍ୟାରିୟରର ପ୍ରଥମ ଗ୍ରାଣ୍ଡସ୍ଲାମ୍‌ ସେମିଫାଇନାଲ ଖେଳିଥିବା ଆର୍ଜେଣ୍ଟିନାର ଡିଏଗୋ ସ୍କ୍ବାର୍ଜମ୍ୟାନ ପ୍ରଥମଥର ଏଟିପି ର଼୍ୟାଙ୍କିଙ୍ଗ ତାଲିକାର ଟପ୍‌ ୧୦ରେ ପ୍ରବେଶ କରିଛନ୍ତି। ସେ ୧୪ ତମ ସ୍ଥାନରୁ ୮ମକୁ ଉନ୍ନୀତ ହୋଇଛନ୍ତି। କ୍ରମାଗତ ଭାବେ ଦୁଇଟି ପ୍ରମୁଖ ଟୁର୍ନାମେଣ୍ଟର କ୍ୱାର୍ଟର ଫାଇନାଲରେ ପ୍ରବେଶ ଦ୍ୱାରା ଏହା ସମ୍ଭବ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri