ଲାଇଫ୍‌ ଜ୍ୟାକେଟ୍‌ ବିନା ନୌଚଳାଚଳ

କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ଏବଂ ୨୭ ନାଳ ରହିଛି। ଏହି ସବୁ ନଦୀ, ନାଳ ଘେରରେ ଥିବା ୧୭ ପଞ୍ଚାୟତକୁ ସଂଯୋଗ ପାଇଁ ସେତୁ ନାହିଁ। ଡଙ୍ଗା ଦ୍ୱାରା ଯାତାୟାତ ଚାଲିଛି। ସେହି ପରିମାଣରେ ଡଙ୍ଗାବୁଡ଼ି ଘଟଣା ବାରମ୍ବାର ଦେଖିବାକୁ ମିଳୁଛି। ଏହା ସତ୍ତ୍ୱେ ଜିଲା ପ୍ରଶାସନ କିମ୍ବା ଜନସାଧାରଣଙ୍କୁ ସେଥିରୁ କୌଣସି ଶିକ୍ଷା ମିଳିବା ପରି ମନେ ହେଉନାହିଁ। ପ୍ରାୟତଃ ଡଙ୍ଗା ଯାତ୍ରୀମାନେ ଲାଇଫ୍‌ ଜ୍ୟାକେଟ ପିନ୍ଧୁ ନ ଥିବାବେଳେ ମାଛଧରା ବୋଟ୍‌ରେ ଯାତ୍ରୀ ପରିବହନ ଯୋଗୁ ଜୀବନମରଣର ସମସ୍ୟା ହୋଇଛି। ନିରାପଦ ଯାତ୍ରା ପାଇଁ ବୋଟ୍‌ ରୁଲ୍‌ସ ଥିଲେ ମଧ୍ୟ ତାହାକୁ ଠିକ୍‌ ଭାବେ ଅନୁପାଳନ କରାଇବାରେ ପ୍ରଶାସନ ଗୁରୁତ୍ୱ ଦେଉନାହିଁ।

କେନ୍ଦ୍ରାପଡ଼ା, ୧୪ା୯ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାର ପଦନୀପାଳ, ଏକମାଣିଆ, ସିଂହଗଁା, ବତିଘର ଆଦି ୧୭ ପଞ୍ଚାୟତ ଅଦ୍ୟାବଧି ନଦୀ ଘେରାବନ୍ଦୀରେ ଅଛି। ଏହି ୧୭ ପଞ୍ଚାୟତରେ ୧୨୦ରୁ ଊର୍ଦ୍ଧ୍ୱ ଡଙ୍ଗା ଘାଟ ଥିବାବେଳେ ସରକାରୀ ସ୍ତରରେ ଚିହ୍ନଟ ୬୩ ଘାଟରୁ ଅନବରତ ଡଙ୍ଗା ଚାଲୁଛି। କିନ୍ତୁ ସବୁଠି ବିପଦସଙ୍କୁଳ ଭାବେ ଯାତ୍ରୀ ପରିବହନ କରାଯାଉଛି। ନୌକା ଅଥବା ଦେଶୀ ଡଙ୍ଗା ଯାତାୟାତ ମାଧ୍ୟମ ହୋଇଥିବାବେଳେ ରାଜ୍ୟ ସରକାରଙ୍କ ୨୦୦୪ର ବୋଟ୍‌ ରୁଲ୍‌ସ କାର୍ଯ୍ୟକାରୀ ହେଉନାହିଁ। ଲାଇଫ୍‌ ଜ୍ୟାକେଟ୍‌ ନ ଥାଇ ପର୍ଯ୍ୟଟକ ଓ ଯାତ୍ରୀ ଡଙ୍ଗାରେ ଯାଉଛନ୍ତି। ବିଶେଷକରି ଜାତୀୟ ଉଦ୍ୟାନ ଭିତରକନିକା ଅଞ୍ଚଳରେ ଥିବା ହୁକିଟୋଲା, ହାବେଳିଖଟି, ବତିଘର, ବରୁଣେଇ ଆଦି ପର୍ଯ୍ୟଟନସ୍ଥଳକୁ ବିପଜ୍ଜନକ ଭାବେ ପର୍ଯ୍ୟଟକ ଡଙ୍ଗା, ଭୁଟୁଭୁଟି, ମାଛଧରା ବୋଟ ଆଦିରେ ଯାଉଛନ୍ତି।

ସାମାଜିକ କର୍ମୀ ରଶ୍ମିରଞ୍ଜନ ସ୍ବାଇଁ କହିଛନ୍ତି, ରାଜ୍ୟ ସରକାରଙ୍କ ବୋଟ୍‌ ରୁଲ୍‌ସ ଅନୁଯାୟୀ ଜିଲାରେ ଥିବା ଅଧିକାଂଶ ବୋଟ୍‌, ଡଙ୍ଗା ଓ ଏହାର ଚାଳକ ବୀମାଭୁକ୍ତ ହୋଇନାହାନ୍ତି। ଏପରିକି ଫିଟନେସ୍‌ ନ ଥିବା ବୋଟ୍‌ରେ ଯାତ୍ରୀ ଯାତାୟାତ କରୁଛନ୍ତି। କୌଣସି କାରଣରୁ ଡଙ୍ଗାବୁଡ଼ି ହେଲେ ମୃତ ଯାତ୍ରୀଙ୍କ ପରିବାରକୁ କ୍ଷତିପୂରଣ ମିଳିବା ସମ୍ଭବ ନୁହେଁ ବୋଲି ସ୍ବାଇଁ କହିଛନ୍ତି। ସାମାଜିକ କର୍ମୀ ପ୍ରତାପ କୁମାର ପାଢ଼ୀଙ୍କ କହିବାନୁଯାୟୀ, ଏବେ ୬୦ରୁ ଊର୍ଦ୍ଧ୍ୱ ବୋଟ୍‌ ଫିଟ୍‌ନେସ ନ ଥାଇ ଜାତୀୟ ଉଦ୍ୟାନ ମଧ୍ୟରେ ଚାଲୁଛି। ଏହା ବିରୋଧରେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ। ରାଜନଗର ବ୍ଲକ ଗୁପ୍ତିର ନରେନ୍ଦ୍ର କୁମାର ଦାସ କହିଛନ୍ତି, ଜାତୀୟ ଉଦ୍ୟାନ ମଧ୍ୟରେ ୧୭୦୦ରୁ ଊର୍ଦ୍ଧ୍ୱ କୁମ୍ଭୀର ଅଛନ୍ତି। ଏହି ଅଞ୍ଚଳକୁ ଗୁପ୍ତି, ଚାନ୍ଦବାଲି, ଖୋଳା, ଜୟନଗର, ଖରିନାସୀ, ବାହାକୁଦ, ଜମ୍ବୁ ଅଞ୍ଚଳରୁ ବୋଟ ଆତଯାତ ହେଉଛି। ଏଥିରେ କେତେଜଣ ନାବାଳକ ଚାଳକ ହୋଇଥିବା ଲକ୍ଷ୍ୟ କରାଯାଇଛି। ଅର୍ଥ ଲୋଭରେ ଅଧିକ ଯାତ୍ରୀ ଡଙ୍ଗା ଅଥବା ବୋଟ୍‌ରେ ପରିବହନ ହେଉଥିଲେ ମଧ୍ୟ କୌଣସି ସରକାରୀ କଟକଣା ନାହିଁ।

୨୦୨୨ ଜୁନ ୧୬ରେ ରାଜନଗର ବ୍ଲକ ତାଳଚୁଆ ଥାନା ଅଧୀନ ଏକ ମାଛଧରା ଟ୍ରଲର ବୁଡ଼ିଗଲା। ଏଥିରେ ୧୨ ଜଣ ଉଦ୍ଧାର ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଥିଲା। ୨୦୨୦ ଜୁନ ୧୯ରେ ମହାକାଳପଡ଼ା ବ୍ଲକ ପୀତାପାଟ ନିକଟରେ ଡଙ୍ଗା ଓଲଟି ପଡ଼ିଥିଲା। ଏଥିରେ ଥିବା ୫ ଶ୍ରମିକ କୌଣସି ପ୍ରକାରେ ଜୀବନ ବଞ୍ଚାଇଥିଲେ। ଏହି ସ୍ଥାନରେ ୨୦୧୩ ମାର୍ଚ୍ଚ ୧ରେ ଡଙ୍ଗା ବୁଡ଼ି ଘଟଣାରେ ଜଗତ୍‌ସିଂହପୁର ଜିଲାର ୧୩ କିଶୋର କ୍ରିକେଟ ଖେଳାଳିଙ୍କ ଜୀବନ ଯାଇଥିଲା। ସେହିପରି ୨୦୧୯ ଜାନୁୟାରୀ ୨ରେ ନିପାଣିଆଠାରେ ଡଙ୍ଗା ବୁଡ଼ି ଘଟଣାରେ ୧୦ ମହିଳା ଓ ଶିଶୁଙ୍କ ପ୍ରାଣହାନି ହୋଇଥିଲା। ୨୦୨୩ ଏପ୍ରିଲ ୨୭ରେ ଆଳି ବ୍ଲକ୍‌ ଏକମାଣିଆା ଘାଟରେ ଡଙ୍ଗାବୁଡ଼ି ୨ ଜଣଙ୍କର ମୃତ୍ୟୁ ଘଟିଥିଲା। ସେତୁ ନିର୍ମାଣରେ ଅହେତୁକ ବିଳମ୍ବ ଡଙ୍ଗା ବୁଡ଼ିର ଅନ୍ୟ ଏକ କାରଣ ହୋଇଛି। ବାହାକୁଦ ଓ ଖରିନାସୀ ସେତୁ ଅଦ୍ୟାବଧି ନିର୍ମାଣ ଶେଷ ହୋଇନାହିଁ। ସେହିପରି ବର୍ଷାଋତୁରେ ଜିଲାର ଅଧିକାଂଶ ସ୍ଥାନରେ ଡଙ୍ଗା ହିଁ ଯାତାୟାତର ମାଧ୍ୟମ ହୋଇଛି। ପ୍ରତିଦିନ ଡଙ୍ଗାରେ ଅଞ୍ଚଳବାସୀ ଯାତାୟାତ କରୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ ତଦାରଖ ହେଉ ନ ଥିବା ମହାକାଳପଡ଼ାର ବିଭୂତି ଭୂଷଣ ରାଉତ କହିଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ ପୀତାମ୍ବର ସାମଲଙ୍କୁ ପଚାରିବାରେ ଦେଶୀ ଡଙ୍ଗା ଓ ବୋଟ ଚାଳକଙ୍କୁ ନେଇ ସଚେତନତା କାର୍ଯ୍ୟକ୍ରମ ହେଉଛି। ନିୟମ ବହିର୍ଭୂତ କୌଣସି ଡଙ୍ଗା ଅଥବା ବୋଟ୍‌ ନଦୀରେ ଯାତାୟାତ କଲେ ଜିଲା ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?