Posted inଜାତୀୟ

ମୋହାଲିର ଲଣ୍ଡନ ବ୍ରିଜ ମେଳାରେ ୫୦ ଫୁଟ ଉଚ୍ଚରୁ ଛିଡିଲା ଦୋଳି, ୧୫ ଆହତ

ମୋହାଲି,୫ ।୯: ପଞ୍ଜାବର ମୋହାଲିରେ ରବିବାର ଏକ ବଡ ଦୁର୍ଘଟଣା ହୋଇଛି । ସହରର ଫେଜ ୮ରେ ଦଶହରା ଗ୍ରାଉଣ୍ଡ ମେଳାରେ ଏକ ଦୋଳି ଖସି ପଡିବାରୁ ୧୫ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ଏମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ରହିଛନ୍ତି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଧିକାଂଶ ଆହତଙ୍କ ପିଠି ଓ ବେକରେ ଆଘାତ ଲାଗିଥିବା କୁହାଯାଉଛି । ଏହି ଘଟଣା ପରେ ଦୋଳିର ସଂଚାଳକ ଓ ଏହାର କର୍ମଚାରୀ ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି । ପୋଲିସ ଘଟଣାର ଯାଞ୍ଚ ଆରମ୍ଭ କରିଛି ।
ସୂଚନାଯୋଗ୍ୟ, ମୋହାଲିର ଫେଜ ୮ରେ ଦଶହରା ଗ୍ରାଉଣ୍ଡରେ ଲଣ୍ଡନ ବ୍ରିଜ ମେଳା ଲାଗିଛି । ରବିବାର ଛୁଟିଦିନ ଥିବାରୁ ମେଳାରେ ବହୁତ ଭିଡ ହୋଇଥିଲା । ହେଲେ ସବୁଠିକ୍‌ଠାକ ଚାଲିଥିବା ବେଳେ କିନ୍ତୁ ଯେତେବେଳେ ଡ୍ରାପ ଟାୱର ଦୋଳି ୫୦ ଫୁଟ ଉପରୁ ହଠାତ୍ ତଳକୁ ଖସି ପଡିଥିଲା ସେତେବେଳେ ଆଖପାଖର ଲୋକେ ଦୌଡିବା ଆରମ୍ଭ କରିଥିଲେ । କେହି କିଛି ବୁଝିବା ପୁର୍ବରୁ ଦୋଳିରେ ବସିଥିବା ଲୋକଙ୍କ ସମେତ ଦୋଳିଟି ତଳେ ଖସି ପଡିଥିଲା । ଦୁର୍ଘଟଣା ସମୟରେ ଦୋଳିରେ ୩୦ରୁ ଅଧିକ ଲୋକ ଥିଲେ । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦୋଳିରେ ଥିବା ସମସ୍ତ ଲୋକେ ବେଲ୍ଟ ବାନ୍ଧି ଥିବାରୁ ଏକ ବଡ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri