Posted inଜାତୀୟ

ମୋହାଲିର ଲଣ୍ଡନ ବ୍ରିଜ ମେଳାରେ ୫୦ ଫୁଟ ଉଚ୍ଚରୁ ଛିଡିଲା ଦୋଳି, ୧୫ ଆହତ

ମୋହାଲି,୫ ।୯: ପଞ୍ଜାବର ମୋହାଲିରେ ରବିବାର ଏକ ବଡ ଦୁର୍ଘଟଣା ହୋଇଛି । ସହରର ଫେଜ ୮ରେ ଦଶହରା ଗ୍ରାଉଣ୍ଡ ମେଳାରେ ଏକ ଦୋଳି ଖସି ପଡିବାରୁ ୧୫ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି । ଏମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ରହିଛନ୍ତି । ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଧିକାଂଶ ଆହତଙ୍କ ପିଠି ଓ ବେକରେ ଆଘାତ ଲାଗିଥିବା କୁହାଯାଉଛି । ଏହି ଘଟଣା ପରେ ଦୋଳିର ସଂଚାଳକ ଓ ଏହାର କର୍ମଚାରୀ ଘଟଣାସ୍ଥଳରୁ ଫେରାର ହୋଇ ଯାଇଛନ୍ତି । ପୋଲିସ ଘଟଣାର ଯାଞ୍ଚ ଆରମ୍ଭ କରିଛି ।
ସୂଚନାଯୋଗ୍ୟ, ମୋହାଲିର ଫେଜ ୮ରେ ଦଶହରା ଗ୍ରାଉଣ୍ଡରେ ଲଣ୍ଡନ ବ୍ରିଜ ମେଳା ଲାଗିଛି । ରବିବାର ଛୁଟିଦିନ ଥିବାରୁ ମେଳାରେ ବହୁତ ଭିଡ ହୋଇଥିଲା । ହେଲେ ସବୁଠିକ୍‌ଠାକ ଚାଲିଥିବା ବେଳେ କିନ୍ତୁ ଯେତେବେଳେ ଡ୍ରାପ ଟାୱର ଦୋଳି ୫୦ ଫୁଟ ଉପରୁ ହଠାତ୍ ତଳକୁ ଖସି ପଡିଥିଲା ସେତେବେଳେ ଆଖପାଖର ଲୋକେ ଦୌଡିବା ଆରମ୍ଭ କରିଥିଲେ । କେହି କିଛି ବୁଝିବା ପୁର୍ବରୁ ଦୋଳିରେ ବସିଥିବା ଲୋକଙ୍କ ସମେତ ଦୋଳିଟି ତଳେ ଖସି ପଡିଥିଲା । ଦୁର୍ଘଟଣା ସମୟରେ ଦୋଳିରେ ୩୦ରୁ ଅଧିକ ଲୋକ ଥିଲେ । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଦୋଳିରେ ଥିବା ସମସ୍ତ ଲୋକେ ବେଲ୍ଟ ବାନ୍ଧି ଥିବାରୁ ଏକ ବଡ ଦୁର୍ଘଟଣାକୁ ଏଡାଇ ଦିଆଯାଇ ପାରିଥିବା କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri